3. ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ ।
|
4. ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରି ଗଛରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା । PEPS
|
5. ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, ଜଖିୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ ।
|
8. କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି ।
|
9. ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରାହାମଙ୍କ ଜଣେ ସନ୍ତାନ;
|
11. {ଦଶ ଗୋଟି ମୋହରର ଦୃଷ୍ଟାନ୍ତ} (ମାଥିଉ 25:14-30) PS ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ୱରଙ୍କ ରାଜ୍ୟ ଅତିଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ ।
|
12. ଏଣୁ ସେ କହିଲେ, ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ । PEPS
|
14. କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବେ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ ।
|
15. ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ । PEPS
|
17. ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ । PEPS
|
21. କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି । PEPS
|
22. ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି । ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କ'ଣ ଜାଣିଥିଲୁ ?
|
23. ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି । PEPS
|
24. ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୁଦ୍ରା ନେଇଯାଇ, ଯାହାର ଦଶ ମୁଦ୍ରା ଅଛି, ତାହାକୁ ଦିଅ ।
|
26. ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ । କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ ।
|
27. କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର । PEPS
|
28. {ଯୀଶୁଙ୍କ ବିଜୟ ଯାତ୍ରା} (ମାଥିଉ 21:1-11; ମାର୍କ 11:1-11; ଯୋହନ 12:12-19) PS ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ । PEPS
|
29. ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବେଥଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
|
30. ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ ।
|
31. ଆଉ ଯଦି କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ, ତେବେ ଏପରି କହିବ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି । PEPS
|
33. ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ଅଧିକାରୀମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ ?
|
37. ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚ ସ୍ୱର କରି ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ,
|
39. ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ ।
|
41. {ଯିରୂଶାଲମ ନିମନ୍ତେ ଯୀଶୁଙ୍କ ବିଳାପ} PS ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,
|
42. ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ ! ମାତ୍ର ଏବେ ସେଗୁଡ଼ିକ ତୋ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି । PEPS
|
43. ଯେତେବେଳେ ଈଶ୍ୱର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋ' ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ,
|
44. ପୁଣି, ତୋତେ ଓ ତୋ ମଧ୍ୟରେ ଥିବା ତୋ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋ ଉପରେ ଆସିବ । PEPS
|
45. {ଯୀଶୁଙ୍କ ମନ୍ଦିର ପରିଷ୍କାର} (ମାଥିଉ 21:12-17; ମାର୍କ 11:15-19; ଯୋହନ 2:13-22) PS ଆଉ, ସେ ମନ୍ଦିରରେ ପ୍ରବେଶ କରି ବେପାରୀ ମାନଙ୍କୁ ବାହାର କରିବାକୁ ଲାଗିଲେ,
|
46. ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ । PEPS
|
47. ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ,
|
48. କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କ'ଣ କରିବେ ବୋଲି ସ୍ଥିର କରି ପାରୁ ନ ଥିଲେ । PE
|