1. {ଯୀଶୁଖ୍ରୀଷ୍ଟଙ୍କ ଜନ୍ମ} (ମାଥିଉ 1:18-25) PS ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା ।
|
4. ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରିୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
|
7. ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା । PS
|
8. {ମେଷପାଳକ ଓ ସ୍ୱର୍ଗଦୂତଗଣ} PS ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ ।
|
9. ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ । PEPS
|
10. ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
|
12. ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୁପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ । PEPS
|
13. ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ,
|
14. ଊର୍ଦ୍ଧ୍ୱଲୋକରେ ଈଶ୍ୱରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି । PEPS
|
15. ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା ।
|
16. ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରିୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ । PEPS
|
20. ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ । PEPS
|
21. ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା । PS
|
22. {ମନ୍ଦିରରେ ଶିଶୁ ଯୀଶୁ} PS ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେମାନଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା,
|
24. ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମକୁ ନେଇଗଲେ । PEPS
|
25. ଆଉ ଦେଖ, ଯିରୂଶାଲମରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ ।
|
26. ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା । PEPS
|
27. ସେ ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,
|
34. ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରିୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,
|
35. ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍ଗ ବିଦ୍ଧ କରିବ । PEPS
|
36. ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା । ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀ ସହିତ ବାସ କରିଥିଲେ ଓ ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ ।
|
38. ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ । PS
|
39. {ନାଜରିତକୁ ପ୍ରତ୍ୟାବର୍ତ୍ତନ} PS ପରେ ସେମାନେ ପ୍ରଭୁଙ୍କ ମୋଶାଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ । PEPS
|
40. ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ୱରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା । PS
|
43. ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ ।
|
44. କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାଙ୍କୁ ଖୋଜିବାକୁ ଲାଗିଲେ, PEPS
|
46. ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ,
|
48. ସେମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଅଛୁ ।
|
49. ଏଥିରେ ସେ ସେମାନଙ୍କୁ କହିଲେ, କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କ'ଣ ଜାଣି ନ ଥିଲ ? PEPS
|
51. ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ । PEPS
|