1. {ଯୀଶୁଙ୍କ ଅଧିକାରକୁ ଆହ୍ୱାନ} (ମାଥିଉ 21:23-27; ମାର୍କ 11:27-33) PS ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,
|
5. ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ ?
|
6. କିନ୍ତୁ ଯଦି ମନୁଷ୍ୟଠାରେ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ । PEPS
|
8. ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ । PEPS
|
9. {ଦ୍ରାକ୍ଷାକ୍ଷେତ୍ରରେ ଦୁଷ୍ଟ ଭାଗଚାଷୀଙ୍କ ଦୃଷ୍ଟାନ୍ତ} (ମାଥିଉ 21:33-46; ମାର୍କ 12:1-12) PS ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ ।
|
10. ଆଉ କୃଷକମାନେ ଯେପରି ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥି ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଖାଲି ହାତରେ ଫେରାଇଦେଲେ । PEPS
|
12. ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ । PEPS
|
13. ସେଥିରେ ଅଙ୍ଗୁର କ୍ଷେତ୍ରର ମାଲିକ କହିଲେ, ମୁଁ କ'ଣ କରିବି ? ମୋର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ ।
|
14. ମାତ୍ର କୃଷକମାନେ ତାହାଙ୍କୁ ଦେଖି ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଏ ତ ଉତ୍ତରାଧିକାରୀ, ଏହାକୁ ବଧ କରିବା, ଯେପରି ଅଧିକାର ଆମ୍ଭମାନଙ୍କର ହେବ । PEPS
|
15. ଆଉ ସେମାନେ ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ବାହାରେ ପକାଇ ବଧ କଲେ । ଅତଏବ ଅଙ୍ଗୁର କ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କ'ଣ କରିବେ ?
|
16. ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଅଙ୍ଗୁର କ୍ଷେତ୍ର ଦେବେ । ଏହା ଶୁଣି ସେମାନେ କହିଲେ, ତାହା ନ ହେଉ । PEPS
|
17. କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲେଖା ଅଛି, ତାହାର ଅର୍ଥ କ'ଣ, ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା ?
|
18. ଯେ କେହି ସେହି ପଥର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ସେହି ପଥର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ । PEPS
|
19. {କର ଦେବା ପ୍ରସଙ୍ଗ} (ମାଥିଉ 22:15-22; ମାର୍କ 12:13-17) PS ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୁର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ ।
|
20. ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧିନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ । PEPS
|
21. ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ୱରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି ।
|
25. ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ୱରଙ୍କର, ତାହା ଈଶ୍ୱରଙ୍କୁ ଦିଅ ।
|
26. ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ । PEPS
|
27. {ସାଦ୍ଦୂକୀଙ୍କ ପୁନରୁତ୍ଥାନର} (ମାଥିଉ 22:23-33; ମାର୍କ 12:18-27) PS ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,
|
28. ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ, ସ୍ତ୍ରୀ ଥାଉ ଥାଉ ନିଃସନ୍ତାନ ହୋଇ ମରେ, ତାହାହେଲେ ତାହାର ଭାଇ ତାହାର ସ୍ତ୍ରୀକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ । PEPS
|
35. କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ;
|
36. ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ୱରଙ୍କ ସନ୍ତାନ ଅଟନ୍ତି । PEPS
|
37. ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ବୋଲି କହି ସୂଚନା ଦେଇଅଛନ୍ତି ।
|
38. ସେ ତ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି । PEPS
|
40. କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ । ଖ୍ରୀଷ୍ଟ କାହାର ସନ୍ତାନ ? (ମାଥିଉ 22:41-46; ମାର୍କ 12:35-37) PEPS
|
43. ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।
|
45. {ଶାସ୍ତ୍ରୀମାନଙ୍କଠାରୁ ସତର୍କତା} (ମାଥିଉ 23:1-36; ମାର୍କ 12:38-40) PS ପରେ ସେ ସମସ୍ତ ଲୋକଙ୍କ ଆଗରେ ଶିଷ୍ୟମାନଙ୍କୁ କହିଲେ,
|
46. ଶାସ୍ତ୍ରୀମାନଙ୍କଠାରୁ ସାବଧାନ ! ସେମାନେ ଲମ୍ବା ପୋଷାକ ପିନ୍ଧି ବୁଲିବାକୁ, ପୁଣି, ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି;
|
47. ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ । PE
|