1. {ବିଧବାର ଦାନ} (ମାର୍କ 12:41-44) PS ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ଦାନ ପକାଉଥିବା ଦେଖିଲେ ।
|
4. କାରଣ ଧନୀମାନେ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ବଳକା ଧନରୁ କିଛି କିଛି ପକାଇଲେ, କିନ୍ତୁ ଦରିଦ୍ର ବିଧବା ନିଜର ଅଭାବ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ଯାହା କିଛି ଥିଲା, ସେହି ସବୁ ପକାଇଲା । (ମାଥିଉ 24:1,2; ମାର୍କ 13:1,2) PEPS
|
5. {ମନ୍ଦିର ଧ୍ୱଂସ ବିଷୟରେ ସୂଚନା} PS ଆଉ କେହି କେହି ମନ୍ଦିରଟି ସୁନ୍ଦର ସୁନ୍ଦର ପଥର ଓ ଦାନ ପଦାର୍ଥ ସମୂହରେ ସୁସଜ୍ଜିତ ହୋଇଅଛି ବୋଲି କହିବାରୁ ଯୀଶୁ କହିଲେ,
|
6. ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ । PEPS
|
7. {ଯୁଗ ଶେଷର ଲକ୍ଷଣ} (ମାଥିଉ 24:3-14; ମାର୍କ 13:3-13) PS ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ ? ପୁଣି, ଯେଉଁ ସମୟରେ ଏହି ସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କ'ଣ ?
|
8. ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ ।
|
9. ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଲବ ବିଷୟ ଶୁଣିବ, ସେତେବେଳେ ଭୟ କର ନାହିଁ; କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ । PEPS
|
11. ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ । PEPS
|
12. କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ;
|
15. କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ । PEPS
|
16. କିନ୍ତୁ ତୁମ୍ଭେମାନେ ବାପା ମା', ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ,
|
20. {ଯିରୂଶାଲମ ଧ୍ୱଂସ ହେବାର ସୂଚନା} (ମାଥିଉ 24:15-21; ମାର୍କ 13:14-19) PS କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ ।
|
21. ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ;
|
23. ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର ! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ,
|
24. ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ । PEPS
|
25. {ମନୁଷ୍ୟପୁତ୍ରଙ୍କ ପୁନରାଗମନ} (ମାଥିଉ 24:29-31; ମାର୍କ 13:24-27) PS ପୁଣି, ସୁର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ,
|
26. ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ । PEPS
|
28. କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ । PEPS
|
29. {ଡିମ୍ବିରି ବୃକ୍ଷରୁ ଶିକ୍ଷା} (ମାଥିଉ 24:32-35; ମାର୍କ 13:28-31) PS ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, ଡିମ୍ବିରି ପୁଣି, ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର;
|
30. ଯେତେବେଳେ ସେଗୁଡ଼ିକ ପଲ୍ଲବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ;
|
32. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।
|
34. {ସତର୍କ ରହିବାର ଆବଶ୍ୟକତା} (ମାଥିଉ 24:36-44; ମାର୍କ 13:32-37) PS କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;
|
36. କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ । PEPS
|