2. ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ । (ମାଥିଉ 26:14-16; ମାର୍କ 14:10,11) PEPS
|
3. {ଯୀଶୁଙ୍କୁ ଧରାଇ ଦେବା ପାଇଁ ଯିହୂଦାର ସମ୍ମତି} PS ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଈଷ୍କାରିୟୋଥ ନାମକ ଯିହୂଦା ଠାରେ ଶୟତାନ ପ୍ରବେଶ କଲା;
|
4. ଆଉ ଯିହୂଦା ଯାଇ, କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ, ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା । PEPS
|
6. ଆଉ ଯିହୂଦା ଏକମତ ହୋଇ ଲୋକମାନଙ୍କ ଅନୁପସ୍ଥିତିରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା । PEPS
|
7. {ଶିଷ୍ୟଙ୍କ ସହ ଭୋଜ ପାଳନ} (ମାଥିଉ 26:17-25; ମାର୍କ 14:12-21; ଯୋହନ 13:21-30) PS ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା;
|
8. ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, ଆମ୍ଭେମାନେ ଯେପରି ଭୋଜନ କରି ପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର ।
|
9. ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି ? PEPS
|
10. ଯୀଶୁ ସେମାନଙ୍କୁ କହିଲେ, ଦେଖ, ତୁମ୍ଭେମାନେ ନଗରରେ ପ୍ରବେଶ କରନ୍ତେ ପାଣି ମାଠିଆ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ସେ ଯେଉଁ ଗୃହରେ ପ୍ରବେଶ କରିବ, ତାହାର ପଛେ ପଛେ ଯାଇ ଗୃହର କର୍ତ୍ତାଙ୍କୁ କହିବ,
|
11. 'ଗୁରୁ ଆପଣଙ୍କୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ସେହି ଅତିଥିଶାଳା କାହିଁ"? PEPS
|
13. ଆଉ, ସେହି ଦୁଇ ଜଣ ଶିଷ୍ୟ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ । PEPS
|
14. {ପ୍ରଭୁଭୋଜ ବିଧି ସ୍ଥାପନ} (ମାଥିଉ 26:26-30; ମାର୍କ 14:22-26; କରିନ୍ଥୀୟ 11:23-25) PS ପୁଣି, ନିସ୍ତାର ପର୍ବର ସମୟ ଉପସ୍ଥିତ ହୁଅନ୍ତେ, ଯୀଶୁ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ ।
|
15. ଆଉ ସେ ସେମାନଙ୍କୁ କହିଲେ, "ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାରଭୋଜ ପାଳନ କରିବାକୁ ଏକାନ୍ତ ବାଞ୍ଛା କଲି ।
|
16. କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟରେ ଏହା ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ମୁଁ ଆଉ କେବେ ହେଁ ତାହା ଭୋଜନ କରିବି ନାହିଁ ।" PEPS
|
18. କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଅଙ୍ଗୁର ଫଳର ରସ ଆଉ ପାନ କରିବି ନାହିଁ । PEPS
|
19. ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର ।
|
20. ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ,ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ । PEPS
|
22. କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର !
|
23. ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ । PS
|
24. {ସବୁଠୁ ଶ୍ରେଷ୍ଠ ସମସ୍ତଙ୍କର ସେବକ} PS ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା ।
|
25. ସେଥିରେ ସେ ସେମାନଙ୍କୁ କହିଲେ, ଅଣଯିହୂଦୀମାନଙ୍କ ରାଜାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି, ଆଉ ଯେଉଁମାନେ ସେମାନଙ୍କ ଉପରେ କର୍ତ୍ତୃତ୍ବ କରନ୍ତି, ସେମାନେ ଲୋକସେବକ ବୋଲି ଖ୍ୟାତ ହୁଅନ୍ତି । PEPS
|
26. କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ହେଉ, ପୁଣି, ଯେ ନେତା, ସେ ସେବକ ପରି ହେଉ ।
|
27. କାରଣ କିଏ ଶ୍ରେଷ୍ଠ ? ଯେ ଭୋଜନ ନିମନ୍ତେ ମେଜରେ ବସିଅଛି, ନା ଯେ ସେବକ ? ଭୋଜନ ନିମନ୍ତେ ମେଜରେ ବସିଅଛି, ସେ କି ଶ୍ରେଷ୍ଠ ନୁହଁନ୍ତି ? କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି । PEPS
|
29. ଏଣୁ ମୋହର ପିତା ଯେପରି ମୋ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି,
|
30. ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ । PEPS
|
31. {ପିତରଙ୍କ ଅସ୍ୱୀକାରର ପୂର୍ବ ସୂଚନା} (ମାଥିଉ 26:31-35; ମାର୍କ 14:27-31; ଯୋହନ 11:36-38) PS ଶିମୋନ, ଶିମୋନ,ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;
|
32. କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର । PEPS
|
33. ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି ।
|
34. କିନ୍ତୁ ସେ କହିଲେ, ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବା । PS
|
35. {ଯୀଶୁଙ୍କଠାରେ ବାକ୍ୟର ସଫଳତା} PS ଆଉ, ସେ ସେମାନଙ୍କୁ କହିଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଟଙ୍କା ରଖିବା ମୁଣା, ଝୋଲି ଓ ଯୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା ? ସେମାନେ କହିଲେ, କିଛି ନାହିଁ ।
|
36. ସେଥିରେ ସେ ସେମାନଙ୍କୁ କହିଲେ, ମାତ୍ର ଏବେ, ଯାହାର ଟଙ୍କା ରଖିବାର ମୁଣା ଅଛି, ସେ ତାହା ନେଉ, ସେହି ପ୍ରକାରେ ଝୋଲି ମଧ୍ୟ ନେଉ, ଆଉ ଯାହାର ନାହିଁ, ସେ ଆପଣା ଚାଦରଖଣ୍ଡକ ବିକି ଖଣ୍ଡା କିଣୁ । PEPS
|
37. କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେପରି ଶାସ୍ତ୍ରରେ ଲେଖାଅଛି, ତାହା ମୋଠାରେ ସିଦ୍ଧ ହେବା ଆବଶ୍ୟକ; ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ, ଯେଣୁ ମୋ ସମ୍ବନ୍ଧୀୟ କଥା ସିଦ୍ଧ ହେଉଅଛି ।
|
38. ସେଥିରେ ସେମାନେ କହିଲେ, ପ୍ରଭୁ ଦେଖନ୍ତୁ, ଏଠାରେ ଦୁଇଟା ଖଣ୍ଡା ଅଛି । ପୁଣି, ସେ ସେମାନଙ୍କୁ କହିଲେ, ଯଥେଷ୍ଟ । PEPS
|
39. {ଜୀତ ପର୍ବତରେ ଯୀଶୁଙ୍କ ପ୍ରାର୍ଥନା} (ମାଥିଉ 26:36-46; ମାର୍କ 14:32-42) PS ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ ।
|
42. ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋ'ଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ । PEPS
|
44. ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା । PEPS
|
46. ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛ ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର । PEPS
|
47. {ଯୀଶୁ ଶତ୍ରୁ ହସ୍ତରେ ସମର୍ପିତ} (ମାଥିଉ 26:47-56; ମାର୍କ 14:43-50; ଯୋହନ 18:3-12) PS ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ବନ କରିବାକୁ ତାହାଙ୍କ ପାଖକୁ ଗଲା
|
48. କିନ୍ତୁ ଯୀଶୁ ତାହାକୁ ହହିଲେ, ହେ ଯିହୂଦା, ଚୁମ୍ବନ ଦ୍ୱାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରୁଅଛ ? PEPS
|
52. ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, ଡକାୟତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କ'ଣ ବାହାରି ଆସିଲ ?
|
53. ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ । (ମାଥିଉ 26:57,58,69-75; ମାର୍କ 14:53,54,66-72; ଯୋହନ 18:12-18,25-27) PEPS
|
54. {ପିତରଙ୍କ ଯୀଶୁଙ୍କୁ ଅସ୍ୱୀକାର} PS ପରେ ସେମାନେ ତାହାଙ୍କୁ ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ ।
|
56. ଜଣେ ଦାସୀ ତାହାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା ।
|
58. ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାହାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ । କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ । PEPS
|
59. ପ୍ରାୟ ଘଣ୍ଟାକ ପରେ ଆଉ ଜଣେ ଦୃଢ଼ ଭାବରେ କହିବାକୁ ଲାଗିଲା, ଏ ଲୋକଟା ମଧ୍ୟ ନିଶ୍ଚୟ ତାହା ସଙ୍ଗରେ ଥିଲା, କାରଣ ସେ ତ ଗାଲିଲୀୟ ଲୋକ ।
|
60. କିନ୍ତୁ ପିତର କହିଲେ, ଭାଇ, ତୁମ୍ଭେ ଯାହା କହୁଅଛ, ମୁଁ ତାହା ଜାଣେ ନାହିଁ । ସେହିକ୍ଷଣି ସେ କହୁ କହୁ କୁକୁଡ଼ା ରାବିଲା; PEPS
|
61. ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,
|
63. {ଯୀଶୁଙ୍କୁ ପରିହାସ ଓ ପ୍ରହାର} PS ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ,
|
66. {ମହାସଭାରେ ଯୀଶୁଙ୍କ ବିଚାର} (ମାଥିଉ 26:59-66; ମାର୍କ 14:55-64; ଯୋହନ 18:19-24) PS ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ ।
|
70. ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କ'ଣ ଈଶ୍ୱରଙ୍କ ପୁତ୍ର ? ସେ ସେମାନଙ୍କୁ କହିଲେ, ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି ।
|
71. ତେଣୁ ସେମାନେ କହିଲେ, ସାକ୍ଷ୍ୟରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ ? ଆମ୍ଭେମାନେ ତ ଆପେ ଆପେ ତାହାର ନିଜ ମୁଖରୁ ଏହା ଶୁଣିଲୁ । PE
|