ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲୂକଲିଖିତ ସୁସମାଚାର
1. {ପୀଲାତଙ୍କ ସମ୍ମୁଖରେ ଯୀଶୁ} [PS] ପରେ ସଭାରେ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ଯୀଶୁଙ୍କୁ ଘେନିଗଲେ ।
2. ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହୀ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି । [PE][PS]
3. ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା ? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି ।
4. ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ ।
5. କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ସମଗ୍ର ଯିହୂଦା ଦେଶରେ ଶିକ୍ଷା ଦେଇ ଗାଲିଲୀଠାରୁ ଆରମ୍ଭ କରି ଏ ସ୍ଥାନ ପର୍ଯ୍ୟନ୍ତ ସୁଦ୍ଧା ଲୋକସାଧାରଣଙ୍କୁ ମତାଉଅଛି । [PS]
6. {ହେରୋଦଙ୍କ ସମ୍ମୁଖରେ ଯୀଶୁ} [PS] କିନ୍ତୁ ପୀଲାତ ଏହା ଶୁଣି ପଚାରିଲେ, ଏ ଲୋକଟା କ'ଣ ଜଣେ ଗାଲିଲୀୟ ?
7. ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧିନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମରେ ଥିଲେ । [PE][PS]
8. ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟନ୍ତ ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି, ତାହାଙ୍କ ଦ୍ୱାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ ।
9. ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାହାଙ୍କୁ କୌଣସି ଉତ୍ତର ଦେଲେ ନାହିଁ ।
10. ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ରଭାବରେ ଅଭିଯୋଗ କରୁଥିଲେ । [PE][PS]
11. ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ ।
12. ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା । (ମାଥିଉ 27:15-26; ମାର୍କ 15:6-15; ଯୋହନ 18:39—19:16) [PE][PS]
13. {ଯୀଶୁଙ୍କ ପ୍ରାଣଦଣ୍ଡ} [PS] ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଓ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ,
14. ଏ ଲୋକସାଧାରଣଙ୍କୁ ବିଦ୍ରୋହୀ କରୁଅଛି ବୋଲି ତୁମ୍ଭେମାନେ ଏହାକୁ ଆମ୍ଭ ନିକଟକୁ ଆଣିଥିଲ; ଆଉ ଦେଖ, ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ଏହାକୁ ପ୍ରଶ୍ନ କରି, ତାହା ବିରୁଦ୍ଧରେ ତୁମ୍ଭେମାନେ ଯେ ସମସ୍ତ ଅଭିଯୋଗ କରୁଅଛ, ସେପରି କୌଣସି ଦୋଷ ଏହାଠାରେ ପାଇଲୁ ନାହିଁ । ହେରୋଦ ମଧ୍ୟ ପାଇ ନାହାଁନ୍ତି, [PE][PS]
15. କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି, ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ;
16. ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ
17. [ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା ।] [PE][PS]
18. ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର ।
19. ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଲବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା । [PE][PS]
20. ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ ।
21. କିନ୍ତୁ ସେମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ ।
22. ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି ? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା । [PE][PS]
23. ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବି କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା ।
24. ପୁଣି, ସେମାନଙ୍କର ଦାବି ଅନୁସାରେ କରାଯାଉ ବୋଲି ପୀଲାତ ଆଦେଶ ଦେଲେ;
25. କିନ୍ତୁ ବିପ୍ଲବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧିନରେ ସମର୍ପଣ କଲେ । [PE][PS]
26. {ଯୀଶୁଙ୍କ କ୍ରୁଶବିଦ୍ଧ} (ମାଥିଉ 27:32-44; ମାର୍କ 15:21-32; ଯୋହନ 19:17-27) [PS] ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀଗ୍ରାମରୁ ଆସୁଥିବା ଶିମୋନ ନାମକ ଜଣେ କୁରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ । [PE][PS]
27. ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍‌ଗମନ କରୁଥିଲେ ।
28. କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, ଗୋ ଯିରୂଶାଲମର କନ୍ୟାମାନେ, ମୋ' ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର; [PE][PS]
29. କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାଁନ୍ତି ଓ ସ୍ତନ୍ୟପାନ କରାଇ ନାହାଁନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି ।
30. ସେତେବେଳେ ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼, ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ ।
31. କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କ'ଣ ନ ଘଟିବ ? [PE][PS]
32. ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ । [PE][PS]
33. ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।
34. ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କ'ଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ । ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ । [PE][PS]
35. ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ । ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ୱରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ । [PE][PS]
36. ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଲରସ ଯାଚି ତାହାଙ୍କୁ ପରିହାସ କରି କହିଲେ,
37. ତୁ ଯଦି ଯିହୂଦୀମାନଙ୍କର ରାଜା, ତାହାହେଲେ ନିଜକୁ ରକ୍ଷା କର ।
38. ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, "ଏ ଯିହୂଦୀମାନଙ୍କର ରାଜା ।" [PE][PS]
39. ଆଉ କ୍ରୁଶରେ ଚଢ଼ାଯାଇ ଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କ'ଣ ଖ୍ରୀଷ୍ଟ ନୋହୁଁ ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର ।
40. କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ୱରଙ୍କୁ କ'ଣ ଭୟ ମଧ୍ୟ କରୁ ନାହୁଁ ?
41. ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାଁନ୍ତି । [PE][PS]
42. ପୁଣି, ସେ କହିଲା, ହେ ଯୀଶୁ , ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ ।
43. ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ । [PE][PS]
44. {ଯୀଶୁଙ୍କ ମୃତ୍ୟୁ} (ମାଥିଉ 27:45-56; ମାର୍କ 15:33-41; ଯୋହନ 19:28-30) [PS] ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା,
45. ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା । [PE][PS]
46. ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି । ଏହା କହି ସେ ପ୍ରାଣତ୍ୟାଗ କଲେ ।
47. ଶତସେନାପତି ଏହି ଘଟଣା ଦେଖି ଈଶ୍ୱରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ । [PE][PS]
48. ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହି ସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ ।
49. କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଓ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହି ସବୁ ଦେଖୁଥିଲେ । [PE][PS]
50. {ଯୀଶୁଙ୍କ ସମାଧି} (ମାଥିଉ 27:57-61; ମାର୍କ 15:42-47; ଯୋହନ 19:38-42) [PS] ଆଉ ଦେଖ, ଯିହୂଦୀମାନଙ୍କର ହାରାମାଥୀୟା ନଗରର ଯୋଷେଫ ନାମକ ଜଣେ ବ୍ୟକ୍ତି ମହାସଭାର ସଭ୍ୟ ଥିଲେ; ସେ ଜଣେ ଉତ୍ତମ ଓ ଧାର୍ମିକ ଲୋକ,
51. ଆଉ ସେମାନଙ୍କର ମନ୍ତ୍ରଣା ଓ କର୍ମରେ ସମ୍ମତ ହୋଇ ନ ଥିଲେ ପୁଣି, ଈଶ୍ୱରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ । [PE][PS]
52. ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ,
53. ପୁଣି, ତାହା ଓହ୍ଲାଇ ଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖାଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧିରେ ତାହାଙ୍କୁ ଥୋଇଲେ । [PE][PS]
54. ସେହି ଦିନ ଆୟୋଜନ ଦିନ ଥିଲା, ପୁଣି, ବିଶ୍ରାମବାର ନିକଟ ହୋଇ ଆସୁଥିଲା
55. ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,
56. ପୁଣି, ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ । [PE]

Notes

No Verse Added

Total 24 Chapters, Current Chapter 23 of Total Chapters 24
ଲୂକଲିଖିତ ସୁସମାଚାର 23:28
1. {ପୀଲାତଙ୍କ ସମ୍ମୁଖରେ ଯୀଶୁ} PS ପରେ ସଭାରେ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ଯୀଶୁଙ୍କୁ ଘେନିଗଲେ
2. ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହୀ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି PEPS
3. ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା ? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି
4. ଏଥିରେ ପୀଲାତ ପ୍ରଧାନ ଯାଜକ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ
5. କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ସମଗ୍ର ଯିହୂଦା ଦେଶରେ ଶିକ୍ଷା ଦେଇ ଗାଲିଲୀଠାରୁ ଆରମ୍ଭ କରି ସ୍ଥାନ ପର୍ଯ୍ୟନ୍ତ ସୁଦ୍ଧା ଲୋକସାଧାରଣଙ୍କୁ ମତାଉଅଛି PS
6. {ହେରୋଦଙ୍କ ସମ୍ମୁଖରେ ଯୀଶୁ} PS କିନ୍ତୁ ପୀଲାତ ଏହା ଶୁଣି ପଚାରିଲେ, ଲୋକଟା କ'ଣ ଜଣେ ଗାଲିଲୀୟ ?
7. ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧିନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମରେ ଥିଲେ PEPS
8. ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟନ୍ତ ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି, ତାହାଙ୍କ ଦ୍ୱାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ
9. ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାହାଙ୍କୁ କୌଣସି ଉତ୍ତର ଦେଲେ ନାହିଁ
10. ଆଉ ପ୍ରଧାନ ଯାଜକ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ରଭାବରେ ଅଭିଯୋଗ କରୁଥିଲେ PEPS
11. ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ
12. ସେହି ଦିନ ହେରୋଦ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା (ମାଥିଉ 27:15-26; ମାର୍କ 15:6-15; ଯୋହନ 18:39—19:16) PEPS
13. {ଯୀଶୁଙ୍କ ପ୍ରାଣଦଣ୍ଡ} PS ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ,
14. ଲୋକସାଧାରଣଙ୍କୁ ବିଦ୍ରୋହୀ କରୁଅଛି ବୋଲି ତୁମ୍ଭେମାନେ ଏହାକୁ ଆମ୍ଭ ନିକଟକୁ ଆଣିଥିଲ; ଆଉ ଦେଖ, ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ଏହାକୁ ପ୍ରଶ୍ନ କରି, ତାହା ବିରୁଦ୍ଧରେ ତୁମ୍ଭେମାନେ ଯେ ସମସ୍ତ ଅଭିଯୋଗ କରୁଅଛ, ସେପରି କୌଣସି ଦୋଷ ଏହାଠାରେ ପାଇଲୁ ନାହିଁ ହେରୋଦ ମଧ୍ୟ ପାଇ ନାହାଁନ୍ତି, PEPS
15. କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି, ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ;
16. ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ
17. ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା PEPS
18. ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର
19. ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଲବ ଯୋଗୁଁ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା PEPS
20. ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ
21. କିନ୍ତୁ ସେମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ
22. ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି ? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା PEPS
23. ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବି କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା
24. ପୁଣି, ସେମାନଙ୍କର ଦାବି ଅନୁସାରେ କରାଯାଉ ବୋଲି ପୀଲାତ ଆଦେଶ ଦେଲେ;
25. କିନ୍ତୁ ବିପ୍ଲବ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧିନରେ ସମର୍ପଣ କଲେ PEPS
26. {ଯୀଶୁଙ୍କ କ୍ରୁଶବିଦ୍ଧ} (ମାଥିଉ 27:32-44; ମାର୍କ 15:21-32; ଯୋହନ 19:17-27) PS ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀଗ୍ରାମରୁ ଆସୁଥିବା ଶିମୋନ ନାମକ ଜଣେ କୁରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ PEPS
27. ପୁଣି, ଲୋକମାନଙ୍କର ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍‌ଗମନ କରୁଥିଲେ
28. କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, ଗୋ ଯିରୂଶାଲମର କନ୍ୟାମାନେ, ମୋ' ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର; PEPS
29. କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାଁନ୍ତି ସ୍ତନ୍ୟପାନ କରାଇ ନାହାଁନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି
30. ସେତେବେଳେ ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼, ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ
31. କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କ'ଣ ଘଟିବ ? PEPS
32. ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ PEPS
33. ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।
34. ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କ'ଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ PEPS
35. ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ୱରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ PEPS
36. ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଲରସ ଯାଚି ତାହାଙ୍କୁ ପରିହାସ କରି କହିଲେ,
37. ତୁ ଯଦି ଯିହୂଦୀମାନଙ୍କର ରାଜା, ତାହାହେଲେ ନିଜକୁ ରକ୍ଷା କର
38. ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, "ଏ ଯିହୂଦୀମାନଙ୍କର ରାଜା ।" PEPS
39. ଆଉ କ୍ରୁଶରେ ଚଢ଼ାଯାଇ ଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କ'ଣ ଖ୍ରୀଷ୍ଟ ନୋହୁଁ ? ନିଜକୁ ଆମ୍ଭମାନଙ୍କୁ ରକ୍ଷା କର
40. କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ପାଉଅଛୁ, ତୁ ଈଶ୍ୱରଙ୍କୁ କ'ଣ ଭୟ ମଧ୍ୟ କରୁ ନାହୁଁ ?
41. ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାଁନ୍ତି PEPS
42. ପୁଣି, ସେ କହିଲା, ହେ ଯୀଶୁ , ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ
43. ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ PEPS
44. {ଯୀଶୁଙ୍କ ମୃତ୍ୟୁ} (ମାଥିଉ 27:45-56; ମାର୍କ 15:33-41; ଯୋହନ 19:28-30) PS ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା,
45. ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା PEPS
46. ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି ଏହା କହି ସେ ପ୍ରାଣତ୍ୟାଗ କଲେ
47. ଶତସେନାପତି ଏହି ଘଟଣା ଦେଖି ଈଶ୍ୱରଙ୍କ ଗୌରବ କରି କହିଲେ, ନିଶ୍ଚୟ ବ୍ୟକ୍ତି ଧାର୍ମିକ ଥିଲେ PEPS
48. ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହି ସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ
49. କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହି ସବୁ ଦେଖୁଥିଲେ PEPS
50. {ଯୀଶୁଙ୍କ ସମାଧି} (ମାଥିଉ 27:57-61; ମାର୍କ 15:42-47; ଯୋହନ 19:38-42) PS ଆଉ ଦେଖ, ଯିହୂଦୀମାନଙ୍କର ହାରାମାଥୀୟା ନଗରର ଯୋଷେଫ ନାମକ ଜଣେ ବ୍ୟକ୍ତି ମହାସଭାର ସଭ୍ୟ ଥିଲେ; ସେ ଜଣେ ଉତ୍ତମ ଧାର୍ମିକ ଲୋକ,
51. ଆଉ ସେମାନଙ୍କର ମନ୍ତ୍ରଣା କର୍ମରେ ସମ୍ମତ ହୋଇ ଥିଲେ ପୁଣି, ଈଶ୍ୱରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ PEPS
52. ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ,
53. ପୁଣି, ତାହା ଓହ୍ଲାଇ ଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖାଯାଇ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧିରେ ତାହାଙ୍କୁ ଥୋଇଲେ PEPS
54. ସେହି ଦିନ ଆୟୋଜନ ଦିନ ଥିଲା, ପୁଣି, ବିଶ୍ରାମବାର ନିକଟ ହୋଇ ଆସୁଥିଲା
55. ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,
56. ପୁଣି, ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ତୈଳ ପ୍ରସ୍ତୁତ କଲେ PE
Total 24 Chapters, Current Chapter 23 of Total Chapters 24
×

Alert

×

oriya Letters Keypad References