1. {ଯୀଶୁଙ୍କ ପରୀକ୍ଷା} PS ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ ।
|
3. ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ ।
|
6. ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଏୗଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ ।
|
8. ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣ ଈଶ୍ୱରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ । PEPS
|
9. ପୁଣି, ସେ ତାହାଙ୍କୁ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯଦି ଈଶ୍ୱରଙ୍କ ପୁତ୍ର, ତାହାହେଲେ ଏଠାରୁ ତଳକୁ ଡେଇଁପଡ଼;
|
12. ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ରରେ ମଧ୍ୟ ଏହା ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ । PEPS
|
13. ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା । (ମାଥିଉ 4:12-17; ମାର୍କ 1:14,15) PEPS
|
14. {ଯୀଶୁଙ୍କ ସେବାକାର୍ଯ୍ୟ ଆରମ୍ଭ} PS ଏହାପରେ ଯୀଶୁ ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା ।
|
16. {ନାଜରିତରେ ଯୀଶୁ ଉପେକ୍ଷିତ} (ମାଥିଉ 13:53-58; ମାର୍କ 6:1-6) PS ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ ।
|
17. ସେଥିରେ ଯିଶାଈୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ,
|
18. ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
|
20. ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକକୁ ତାହା ଫେରାଇଦେଇ ବସିଲେ । ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା ।
|
21. ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା ।
|
22. ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କ'ଣ ଯୋଷେଫର ପୁତ୍ର ନୁହେଁ ? PEPS
|
23. ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ହେ ଚିକିତ୍ସକ, ନିଜେ ନିଜକୁ ସୁସ୍ଥ କର; କର୍ଫନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହି ସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର ।
|
24. ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ । PEPS
|
25. କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
|
26. ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପଠା ନ ଯାଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ ।
|
27. ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠୀ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ । PEPS
|
29. ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ;
|
31. {ଅଶୁଚି ଭୂତାତ୍ମାବିଷ୍ଟ ବ୍ୟକ୍ତିଙ୍କର ସୁସ୍ଥତା} (ମାର୍କ 1:21-28) PS ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,
|
34. ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କ'ଣ ଅଛି ? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କର ସେହି ପବିତ୍ର ବ୍ୟକ୍ତି । PEPS
|
35. ଯୀଶୁ ତାହାକୁ ଧମକ ଦେଇ କହିଲେ ଚୁପ୍ କର୍, ଏହାଠାରୁ ବାହାରିଯା । ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା ।
|
36. ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା ? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି ।
|
38. {ଅନେକ ଲୋକଙ୍କ ସୁସ୍ଥତା} (ମାଥିଉ 8:14-17; ମାର୍କ 1:29-34) PS ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ । ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ ।
|
39. ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ । PEPS
|
40. ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ ।
|
41. ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ୱରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ । ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ । PEPS
|
42. {ଉପାସନା ଗୃହମାନଙ୍କରେ ଯୀଶୁଙ୍କ ପ୍ରଚାର} (ମାର୍କ 1:35-39) PS ସକାଳ ହେବାରୁ, ସେ ବାହାରି ଏକ ନିର୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କୁ ଖୋଜି ଖୋଜି ତାହାଙ୍କ ନିକଟକୁ ଆସିଲେ, ପୁଣି, ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ ।
|
43. କିନ୍ତୁ ସେ ସେମାନଙ୍କୁ କହିଲେ, ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥିନିମନ୍ତେ ମୁଁ ପଠାଯାଇଅଛି । PEPS
|