ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଲୂକଲିଖିତ ସୁସମାଚାର
1. {#1ପ୍ରଥମ ଶିଷ୍ୟଙ୍କୁ ଆହ୍ୱାନ [BR](ମାଥିଉ 4:18-22; ମାର୍କ 1:16-20) } [PS]ଦିନେ ଯେତେବେଳେ ଲୋକସମୂହ ତାହାଙ୍କ (ଯୀଶୁଙ୍କ) ଉପରେ ମାଡ଼ିପଡ଼ି ଈଶ୍ୱରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;
2. ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ ।
3. ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ । [PE]
4. [PS]ସେ କଥା ଶେଷ କରି ଶିମୋନଙ୍କୁ କହିଲେ, ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ ।
5. ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି ।
6. ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା ।
7. ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ । ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା । [PE]
8. [PS]କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଯିବା ହେଉନ୍ତୁ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ ।
9. କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ;
10. ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ । ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ ।
11. ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ । [PE]
12. {#1କୁଷ୍ଠୀ ଲୋକଙ୍କ ସୁସ୍ଥତା [BR](ମାଥିଉ 8:1-4; ମାର୍କ 1:40-45) } [PS]ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।
13. ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା । [PE]
14.
15. [PS]ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର । [PE][PS]କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ;
16. ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ । [PE]
17. {#1ପକ୍ଷାଘାତ ରୋଗୀର ସୁସ୍ଥତା [BR](ମାଥିଉ 9:1-8; ମାର୍କ 2:1-12) }
18. [PS]ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ । ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା । [PE][PS]ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ ।
19. କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ । [PE]
20. [PS]ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, ହେ ମନୁଷ୍ୟ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି ।
21. ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କରିବାକୁ ଲାଗିଲେ, ଏ ଯେ ଈଶ୍ୱର ନିନ୍ଦା କରୁଅଛି, ଏ କିଏ ? କେବଳ ଈଶ୍ୱରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ ? [PE]
22. [PS]କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କ'ଣ ତର୍କବିତର୍କ କରୁଅଛ ?
23. କ'ଣ ସହଜ ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା ?
24. କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ । [PE]
25.
26. [PS]ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ । [PE]
27. [PS]ତହିଁରେ ସମସ୍ତେ ଆଚମ୍ବିତ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ । [PE]{#1ଲେବୀଙ୍କ ଆହ୍ୱାନ [BR](ମାଥିଉ 9:9-13; ମାର୍କ 2:13-17) } [PS]ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର ।
28. ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ । [PE]
29. [PS]ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ ।
30. ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ ?
31. ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସୁସ୍ଥ ଲୋକମାନଙ୍କର ଚିକିତ୍ସକଙ୍କଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି ।
32. ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି । [PE]
33. {#1ଉପବାସ ପ୍ରସଙ୍ଗ [BR](ମାଥିଉ 9:14-17; ମାର୍କ 2:18-22) } [PS]ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି ।
34. ସେଥିରେ ଯୀଶୁ ସେମାନଙ୍କୁ କହିଲେ, ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇ ପାର ?
35. କିନ୍ତୁ ସମୟ ଆସିବ; ଆଉ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ । [PE]
36.
37. [PS]ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ, କେହି ନୂଆ ଲୁଗାରୁ ତାଳି (କାନି) ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ, ପୁଣି, ନୂଆ ଲୁଗାର ତାଳିଟି (କାନି) ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ । [PE][PS]ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ଫାରେ (ଚମଡ଼ାରେ ତିଆରି ପାତ୍ରରେ) ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ଫାକୁ (ଚମଡ଼ାରେ ତିଆରି ପାତ୍ରକୁ) ଫଟାଇ ପଡ଼ିଯିବ, ଆଉ କୁମ୍ଫା (ଚମଡ଼ାରେ ତିଆରି ପାତ୍ର) ନଷ୍ଟ ହେବ ।
38. କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ଫାରେ ରଖିବା ଉଚିତ ।
39. ଆଉ, କେହି ପୁରୁଣା ଦ୍ରାକ୍ଷାରସ ପାନ କରି ନୂଆ ଦ୍ରାକ୍ଷାରସ ପାନ କରିବାକୁ ଇଚ୍ଛା କରେ ନାହିଁ, କାରଣ ସେ କହେ, ପୁରୁଣା ତ ଭଲ । [PE]
Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 24
ପ୍ରଥମ ଶିଷ୍ୟଙ୍କୁ ଆହ୍ୱାନ
(ମାଥିଉ 4:18-22; ମାର୍କ 1:16-20)

1 ଦିନେ ଯେତେବେଳେ ଲୋକସମୂହ ତାହାଙ୍କ (ଯୀଶୁଙ୍କ) ଉପରେ ମାଡ଼ିପଡ଼ି ଈଶ୍ୱରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ; 2 ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ । 3 ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ । 4 ସେ କଥା ଶେଷ କରି ଶିମୋନଙ୍କୁ କହିଲେ, ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ । 5 ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି । 6 ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା । 7 ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ । ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା । 8 କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଯିବା ହେଉନ୍ତୁ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ । 9 କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ; 10 ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ । ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ । 11 ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ । କୁଷ୍ଠୀ ଲୋକଙ୍କ ସୁସ୍ଥତା
(ମାଥିଉ 8:1-4; ମାର୍କ 1:40-45)

12 ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି । 13 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା । 14 15 ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର । କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ; 16 ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ । ପକ୍ଷାଘାତ ରୋଗୀର ସୁସ୍ଥତା
(ମାଥିଉ 9:1-8; ମାର୍କ 2:1-12)

17 18 ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ । ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା । ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ । 19 କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ । 20 ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, ହେ ମନୁଷ୍ୟ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି । 21 ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କରିବାକୁ ଲାଗିଲେ, ଏ ଯେ ଈଶ୍ୱର ନିନ୍ଦା କରୁଅଛି, ଏ କିଏ ? କେବଳ ଈଶ୍ୱରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ ? 22 କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କ'ଣ ତର୍କବିତର୍କ କରୁଅଛ ? 23 କ'ଣ ସହଜ ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା ? 24 କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ । 25 26 ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ । 27 ତହିଁରେ ସମସ୍ତେ ଆଚମ୍ବିତ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ । ଲେବୀଙ୍କ ଆହ୍ୱାନ
(ମାଥିଉ 9:9-13; ମାର୍କ 2:13-17)
ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର । 28 ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ । 29 ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ । 30 ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ ? 31 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସୁସ୍ଥ ଲୋକମାନଙ୍କର ଚିକିତ୍ସକଙ୍କଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି । 32 ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି । ଉପବାସ ପ୍ରସଙ୍ଗ
(ମାଥିଉ 9:14-17; ମାର୍କ 2:18-22)

33 ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି । 34 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇ ପାର ? 35 କିନ୍ତୁ ସମୟ ଆସିବ; ଆଉ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ । 36 37 ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ, କେହି ନୂଆ ଲୁଗାରୁ ତାଳି (କାନି) ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ, ପୁଣି, ନୂଆ ଲୁଗାର ତାଳିଟି (କାନି) ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ । ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ଫାରେ (ଚମଡ଼ାରେ ତିଆରି ପାତ୍ରରେ) ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ଫାକୁ (ଚମଡ଼ାରେ ତିଆରି ପାତ୍ରକୁ) ଫଟାଇ ପଡ଼ିଯିବ, ଆଉ କୁମ୍ଫା (ଚମଡ଼ାରେ ତିଆରି ପାତ୍ର) ନଷ୍ଟ ହେବ । 38 କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ଫାରେ ରଖିବା ଉଚିତ । 39 ଆଉ, କେହି ପୁରୁଣା ଦ୍ରାକ୍ଷାରସ ପାନ କରି ନୂଆ ଦ୍ରାକ୍ଷାରସ ପାନ କରିବାକୁ ଇଚ୍ଛା କରେ ନାହିଁ, କାରଣ ସେ କହେ, ପୁରୁଣା ତ ଭଲ ।
Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 24
×

Alert

×

Oriya Letters Keypad References