ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲୂକଲିଖିତ ସୁସମାଚାର
1. {ଶତସେନାପତିର ଦାସର ସୁସ୍ଥତା} (ମାଥିଉ 8:5-13) [PS] ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସବୁ କଥା ଶେଷ କରି କଫର୍ନାହୂମରେ ପ୍ରବେଶ କଲେ । [PE][PS]
2. ସେ ସମୟରେ ଜଣେ ଶତସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ ।
3. ସେ ଯୀଶୁଙ୍କ ବିଷୟରେ ଖବର ପାଇ, ସେ ଯେପରି ଆସି ତାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥି ନିମନ୍ତେ ତାହାଙ୍କ ପାଖକୁ ଯିହୂଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ ।
4. ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି;
5. କାରଣ ସେ ଆମ୍ଭମାନଙ୍କ ଜାତିକୁ ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି । [PE][PS]
6. ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ । ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;
7. ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ବିଚାର କଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ ।
8. କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ମଧ୍ୟ ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ଆଉ, ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ । [PE][PS]
9. ଯୀଶୁ ଏସମସ୍ତ କଥା ଶୁଣି ତାହାଙ୍କ ବିଷୟରେ ଚକିତ ହେଲେ, ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଇସ୍ରାଏଲ ମଧ୍ୟରେ ମଧ୍ୟ ମୁଁ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ ।
10. ଆଉ ପଠାଯାଇଥିବା ଲୋକମାନେ ଘରକୁ ଫେରିଆସି ଦାସକୁ ସୁସ୍ଥ ଦେଖିଲେ । [PS]
11. {ବିଧବାର ମୃତ ପୁତ୍ରକୁ ଜୀବନ ଦାନ} [PS] ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଯାତ୍ରା କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ ।
12. ସେ ନଗରଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଲୋକ ଜଣେ ମୃତ ମନୁଷ୍ୟକୁ ବାହାରକୁ ବୋହି ଆଣୁଥିଲେ, ସେ ଆପଣା ମାତାର ଏକମାତ୍ର ପୁତ୍ର, ପୁଣି, ସେହି ସ୍ତ୍ରୀ ବିଧବା; ଆଉ ନଗରର ବହୁସଂଖ୍ୟକ ଲୋକ ତାହାଙ୍କ ସଙ୍ଗରେ ଥିଲେ ।
13. ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, ରୋଦନ କର ନାହିଁ ।
14. ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ ।
15. ସେଥିରେ ମୃତ ଯୁବକଟି ଉଠି ବସିଲା ଆଉ କଥା କହିବାକୁ ଲାଗିଲା, ପୁଣି, ସେ ତାହାକୁ ତାହାର ମାତାର ହସ୍ତରେ ସମର୍ପଣ କଲେ । [PE][PS]
16. ଏଥିରେ ସମସ୍ତଙ୍କ ମଧ୍ୟରେ ଭୟ ଖେଳିଗଲା ଆଉ ସେମାନେ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିବାକୁ ଲାଗିଲେ, ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ୱର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି ।
17. ପୁଣି, ଯୀଶୁଙ୍କ ବିଷୟରେ ଏହି ସମ୍ବାଦ ସମସ୍ତ ଯିହୂଦା ଦେଶ ଓ ଚାରିପାଖର ସମସ୍ତ ଅଞ୍ଚଳରେ ବ୍ୟାପିଗଲା । [PE][PS]
18. {ବାପ୍ତିଜକ ଯୋହନଙ୍କ ଦ୍ୱନ୍ଦ} (ମାର୍କ 11:2-19) [PS] ପରେ ବାପ୍ତିଜକ ଯୋହନଙ୍କ ଶିଷ୍ୟମାନେ ଏହି ସମସ୍ତ ବିଷୟ ତାହାଙ୍କୁ ଜଣାଇଲେ ।
19. ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କ'ଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ?
20. ସେହି ଲୋକମାନେ ତାହାଙ୍କ ନିକଟକୁ ଆସି କହିଲେ, ବାପ୍ତିଜକ ଯୋହନ ଆମ୍ଭମାନଙ୍କୁ ଆପଣଙ୍କ ନିକଟକୁ ଏହା କହି ପଠାଇଅଛନ୍ତି, ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ? [PE][PS]
21. ସେହି ସମୟରେ ସେ ଅନେକଙ୍କୁ ରୋଗ, କଷ୍ଟ ଓ ମନ୍ଦଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି, ଅନେକ ଅନ୍ଧଙ୍କୁ ଦେଖିବାର ଶକ୍ତି ଦେଲେ ।
22. ସେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହି ସବୁ ଯୋହନଙ୍କୁ ଜଣାଅ; ଅନ୍ଧମାନେ ଦେଖି ପାରନ୍ତି, ଖଞ୍ଜମାନେ ଚାଲି ପାରନ୍ତି, କୁଷ୍ଠୀମାନେ ସୁସ୍ଥ ହୁଅନ୍ତି, ବଧିରମାନେ ଶୁଣି ପାରନ୍ତି, ମୃତମାନେ ଜୀବିତ ହୁଅନ୍ତି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
23. ଆଉ, ଯେଉଁ ବ୍ୟକ୍ତି ମୋ'ଠାରେ ବାଧାର କାରଣ ପାଏ ନାହିଁ, ସେ ଧନ୍ୟ । [PE][PS]
24. ଯୋହନଙ୍କ ଦୂତମାନେ ଯିବା ପରେ ଯୀଶୁ ଯୋହନଙ୍କ ବିଷୟରେ ଲୋକମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ କ'ଣ ଦେଖିବା ପାଇଁ ମରୁଭୂମିକୁ ବାହାରିଯାଇଥିଲ, କ'ଣ ପବନରେ ଦୋହଲୁଥିବା ଗୋଟିଏ ନଳ ?
25. ତାହା ନ ହେଲେ ତୁମ୍ଭେମାନେ କ'ଣ ଦେଖିବା ପାଇଁ ବାହାରିଯାଇଥିଲ ? କ'ଣ ଦାମୀ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ ? ଦେଖ, ଯେଉଁମାନେ ସୁନ୍ଦର ପୋଷାକ ପିନ୍ଧନ୍ତି ଏବଂ ସୁଖରେ ସମୟ କଟାନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି ।
26. ତାହା ନ ହେଲେ କ'ଣ ଦେଖିବା ନିମନ୍ତେ ବାହାରି ଯାଇଥିଲ ? କ'ଣ ଜଣେ ଭାବବାଦୀଙ୍କୁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ । [PE][PS]
27. ଯାହାଙ୍କ ବିଷୟରେ ଏହା ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି ।
28. ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭରୁ ଜନ୍ମ ହୋଇଥିବା ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାଁନ୍ତି; ତଥାପି ଈଶ୍ୱରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ । [PE][PS]
29. ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ୱରଙ୍କୁ ଯଥାର୍ଥ ବୋଲି ସ୍ୱୀକାର କଲେ;
30. କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ୱରଙ୍କ ଯୋଜନା ଅଗ୍ରାହ୍ୟ କଲେ । [PE][PS]
31. ତେବେ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ଲୋକମାନଙ୍କୁ ତୁଳନା କରିବି, ପୁଣି, ସେମାନେ କାହାରି ତୁଲ୍ୟ ?
32. ଯେଉଁ ପିଲାମାନେ ହାଟବଜାରରେ ବସି ପରସ୍ପରକୁ ଡାକି କହନ୍ତି, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ କାନ୍ଦିଲ ନାହିଁ, ସେମାନେ ସେମାନଙ୍କ ପରି । [PE][PS]
33. କାରଣ ବାପ୍ତିଜକ ଯୋହନ ଆସି ରୁଟି ଖାଇଲେ ନାହିଁ ଓ ଦ୍ରାକ୍ଷାରସ ପିଇଲେ ନାହିଁ, ଆଉ ତୁମ୍ଭେମାନେ କହୁଅଛ, ସେ ଭୂତଗ୍ରସ୍ତ ।
34. ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ତୁମ୍ଭେମାନେ କହୁଅଛ, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ ।
35. ମାତ୍ର ଜ୍ଞାନ ଆପଣା ସମସ୍ତ ସନ୍ତାନଙ୍କ ଦ୍ୱାରା ଉଚିତ ବୋଲି ପ୍ରମାଣିତ ହେଲା । [PS]
36. {ପାପିନୀ ସ୍ତ୍ରୀଲୋକର ପାପ କ୍ଷମା} [PS] ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ । ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ ।
37. ଆଉ ଦେଖ, ସେହି ନଗରରେ ଜଣେ ପାପିନୀ ସ୍ତ୍ରୀ ଥିଲା; ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି, ଏହା ଜାଣି ପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି,
38. ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧିତ ତୈଳ ଲଗାଇ ଦେବାକୁ ଲାଗିଲା । [PE][PS]
39. ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା ।
40. ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ଶିମୋନ, ତୁମ୍ଭକୁ ମୋହର କିଛି କହିବାର ଅଛି । ସେ କହିଲେ, ଗୁରୁ, କୁହନ୍ତୁ । [PE][PS]
41. ଜଣେ ମହାଜନଙ୍କର ଦୁଇ ଜଣ ଋଣୀ ଥିଲେ; ଜଣେ ପାଞ୍ଚଶହ ଓ ଆଉ ଜଣେ ପଚାଶ ଟଙ୍କା ଋଣ କରିଥିଲା ।
42. ଋଣ ସୁଝିବାକୁ ସେମାନଙ୍କର କିଛି ନ ଥିବାରୁ ସେ ଉଭୟଙ୍କର ଋଣ କ୍ଷମା କଲେ । ଏଣୁ ସେମାନଙ୍କ ମଧ୍ୟରୁ କିଏ ତାହାଙ୍କୁ ଅଧିକ ପ୍ରେମ କରିବ ?
43. ଶିମୋନ ଉତ୍ତର ଦେଲେ, ମୁଁ ଜାଣିବାରେ, ସେ ଯାହାର ଅଧିକ ଋଣ କ୍ଷମା କଲେ, ସେ । ସେ ତାହାଙ୍କୁ କହିଲେ, ତୁମ୍ଭେ ଠିକ୍ ବିଚାର କଲ । [PE][PS]
44. ଆଉ, ସେ ସେହି ସ୍ତ୍ରୀ ପ୍ରତି ମୁଖ ଫେରାଇ ଶିମୋନଙ୍କୁ କହିଲେ, ଏହି ସ୍ତ୍ରୀକୁ ଦେଖୁଅଛ ? ମୁଁ ତୁମ୍ଭ ଗୃହକୁ ଆସିଲି, ତୁମ୍ଭେ ମୋ ପାଦ ପାଇଁ ପାଣି ଦେଲ ନାହିଁ, କିନ୍ତୁ ଏ ଲୁହରେ ମୋର ପାଦ ଓଦା କରି ନିଜ କେଶରେ ତାହା ପୋଛିଦେଲା ।
45. ତୁମ୍ଭେ ମୋତେ ଚୁମ୍ବନ କଲ ନାହିଁ ? କିନ୍ତୁ ମୁଁ ଭିତରକୁ ଆସିବା ସମୟଠାରୁ ଏ ମୋହର ପାଦ ଚୁମ୍ବନ କରିବାକୁ ବନ୍ଦ କରି ନାହିଁ । [PE][PS]
46. ତୁମ୍ଭେ ମୋହର ମସ୍ତକରେ ତେଲ ଲଗାଇଲ ନାହିଁ ? କିନ୍ତୁ ଏ ମୋହର ପାଦରେ ସୁଗନ୍ଧିତ ତୈଳ ଲଗାଇଲା ।
47. ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ । [PE][PS]
48. ଆଉ ସେ ସେହି ସ୍ତ୍ରୀକୁ କହିଲେ, ତୋହର ପାପସବୁ କ୍ଷମା ହୋଇଅଛି ।
49. ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ ?
50. କିନ୍ତୁ ସେ ସେହି ସ୍ତ୍ରୀକୁ କହିଲେ, ତୋହର ବିଶ୍ୱାସ ତୋତେ ରକ୍ଷା କରିଅଛି; ଶାନ୍ତିରେ ଚାଲିଯାଅ । [PE]

Notes

No Verse Added

Total 24 Chapters, Current Chapter 7 of Total Chapters 24
ଲୂକଲିଖିତ ସୁସମାଚାର 7:50
1. {ଶତସେନାପତିର ଦାସର ସୁସ୍ଥତା} (ମାଥିଉ 8:5-13) PS ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସବୁ କଥା ଶେଷ କରି କଫର୍ନାହୂମରେ ପ୍ରବେଶ କଲେ PEPS
2. ସେ ସମୟରେ ଜଣେ ଶତସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ
3. ସେ ଯୀଶୁଙ୍କ ବିଷୟରେ ଖବର ପାଇ, ସେ ଯେପରି ଆସି ତାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥି ନିମନ୍ତେ ତାହାଙ୍କ ପାଖକୁ ଯିହୂଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ
4. ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି;
5. କାରଣ ସେ ଆମ୍ଭମାନଙ୍କ ଜାତିକୁ ପ୍ରେମ କରନ୍ତି ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି PEPS
6. ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;
7. ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ବିଚାର କଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ
8. କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ମଧ୍ୟ ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ଆଉ, ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ PEPS
9. ଯୀଶୁ ଏସମସ୍ତ କଥା ଶୁଣି ତାହାଙ୍କ ବିଷୟରେ ଚକିତ ହେଲେ, ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଇସ୍ରାଏଲ ମଧ୍ୟରେ ମଧ୍ୟ ମୁଁ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ
10. ଆଉ ପଠାଯାଇଥିବା ଲୋକମାନେ ଘରକୁ ଫେରିଆସି ଦାସକୁ ସୁସ୍ଥ ଦେଖିଲେ PS
11. {ବିଧବାର ମୃତ ପୁତ୍ରକୁ ଜୀବନ ଦାନ} PS ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଯାତ୍ରା କଲେ, ଆଉ ତାହାଙ୍କ ଶିଷ୍ୟମାନେ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ
12. ସେ ନଗରଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଲୋକ ଜଣେ ମୃତ ମନୁଷ୍ୟକୁ ବାହାରକୁ ବୋହି ଆଣୁଥିଲେ, ସେ ଆପଣା ମାତାର ଏକମାତ୍ର ପୁତ୍ର, ପୁଣି, ସେହି ସ୍ତ୍ରୀ ବିଧବା; ଆଉ ନଗରର ବହୁସଂଖ୍ୟକ ଲୋକ ତାହାଙ୍କ ସଙ୍ଗରେ ଥିଲେ
13. ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, ରୋଦନ କର ନାହିଁ
14. ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ
15. ସେଥିରେ ମୃତ ଯୁବକଟି ଉଠି ବସିଲା ଆଉ କଥା କହିବାକୁ ଲାଗିଲା, ପୁଣି, ସେ ତାହାକୁ ତାହାର ମାତାର ହସ୍ତରେ ସମର୍ପଣ କଲେ PEPS
16. ଏଥିରେ ସମସ୍ତଙ୍କ ମଧ୍ୟରେ ଭୟ ଖେଳିଗଲା ଆଉ ସେମାନେ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିବାକୁ ଲାଗିଲେ, ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ୱର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି
17. ପୁଣି, ଯୀଶୁଙ୍କ ବିଷୟରେ ଏହି ସମ୍ବାଦ ସମସ୍ତ ଯିହୂଦା ଦେଶ ଚାରିପାଖର ସମସ୍ତ ଅଞ୍ଚଳରେ ବ୍ୟାପିଗଲା PEPS
18. {ବାପ୍ତିଜକ ଯୋହନଙ୍କ ଦ୍ୱନ୍ଦ} (ମାର୍କ 11:2-19) PS ପରେ ବାପ୍ତିଜକ ଯୋହନଙ୍କ ଶିଷ୍ୟମାନେ ଏହି ସମସ୍ତ ବିଷୟ ତାହାଙ୍କୁ ଜଣାଇଲେ
19. ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କ'ଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ?
20. ସେହି ଲୋକମାନେ ତାହାଙ୍କ ନିକଟକୁ ଆସି କହିଲେ, ବାପ୍ତିଜକ ଯୋହନ ଆମ୍ଭମାନଙ୍କୁ ଆପଣଙ୍କ ନିକଟକୁ ଏହା କହି ପଠାଇଅଛନ୍ତି, ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ? PEPS
21. ସେହି ସମୟରେ ସେ ଅନେକଙ୍କୁ ରୋଗ, କଷ୍ଟ ମନ୍ଦଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି, ଅନେକ ଅନ୍ଧଙ୍କୁ ଦେଖିବାର ଶକ୍ତି ଦେଲେ
22. ସେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଦେଖିଅଛ ଶୁଣିଅଛ, ସେହି ସବୁ ଯୋହନଙ୍କୁ ଜଣାଅ; ଅନ୍ଧମାନେ ଦେଖି ପାରନ୍ତି, ଖଞ୍ଜମାନେ ଚାଲି ପାରନ୍ତି, କୁଷ୍ଠୀମାନେ ସୁସ୍ଥ ହୁଅନ୍ତି, ବଧିରମାନେ ଶୁଣି ପାରନ୍ତି, ମୃତମାନେ ଜୀବିତ ହୁଅନ୍ତି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
23. ଆଉ, ଯେଉଁ ବ୍ୟକ୍ତି ମୋ'ଠାରେ ବାଧାର କାରଣ ପାଏ ନାହିଁ, ସେ ଧନ୍ୟ PEPS
24. ଯୋହନଙ୍କ ଦୂତମାନେ ଯିବା ପରେ ଯୀଶୁ ଯୋହନଙ୍କ ବିଷୟରେ ଲୋକମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ କ'ଣ ଦେଖିବା ପାଇଁ ମରୁଭୂମିକୁ ବାହାରିଯାଇଥିଲ, କ'ଣ ପବନରେ ଦୋହଲୁଥିବା ଗୋଟିଏ ନଳ ?
25. ତାହା ହେଲେ ତୁମ୍ଭେମାନେ କ'ଣ ଦେଖିବା ପାଇଁ ବାହାରିଯାଇଥିଲ ? କ'ଣ ଦାମୀ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ ? ଦେଖ, ଯେଉଁମାନେ ସୁନ୍ଦର ପୋଷାକ ପିନ୍ଧନ୍ତି ଏବଂ ସୁଖରେ ସମୟ କଟାନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି
26. ତାହା ହେଲେ କ'ଣ ଦେଖିବା ନିମନ୍ତେ ବାହାରି ଯାଇଥିଲ ? କ'ଣ ଜଣେ ଭାବବାଦୀଙ୍କୁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ PEPS
27. ଯାହାଙ୍କ ବିଷୟରେ ଏହା ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ସେହି ବ୍ୟକ୍ତି
28. ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭରୁ ଜନ୍ମ ହୋଇଥିବା ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାଁନ୍ତି; ତଥାପି ଈଶ୍ୱରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ PEPS
29. ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ୱରଙ୍କୁ ଯଥାର୍ଥ ବୋଲି ସ୍ୱୀକାର କଲେ;
30. କିନ୍ତୁ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ହୋଇ ନିଜ ନିଜ ବିଷୟରେ ଈଶ୍ୱରଙ୍କ ଯୋଜନା ଅଗ୍ରାହ୍ୟ କଲେ PEPS
31. ତେବେ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ଲୋକମାନଙ୍କୁ ତୁଳନା କରିବି, ପୁଣି, ସେମାନେ କାହାରି ତୁଲ୍ୟ ?
32. ଯେଉଁ ପିଲାମାନେ ହାଟବଜାରରେ ବସି ପରସ୍ପରକୁ ଡାକି କହନ୍ତି, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ କାନ୍ଦିଲ ନାହିଁ, ସେମାନେ ସେମାନଙ୍କ ପରି PEPS
33. କାରଣ ବାପ୍ତିଜକ ଯୋହନ ଆସି ରୁଟି ଖାଇଲେ ନାହିଁ ଦ୍ରାକ୍ଷାରସ ପିଇଲେ ନାହିଁ, ଆଉ ତୁମ୍ଭେମାନେ କହୁଅଛ, ସେ ଭୂତଗ୍ରସ୍ତ
34. ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ତୁମ୍ଭେମାନେ କହୁଅଛ, ଦେଖ, ଜଣେ ପେଟୁକ ମଦୁଆ, କରଗ୍ରାହୀ ପାପୀମାନଙ୍କର ବନ୍ଧୁ
35. ମାତ୍ର ଜ୍ଞାନ ଆପଣା ସମସ୍ତ ସନ୍ତାନଙ୍କ ଦ୍ୱାରା ଉଚିତ ବୋଲି ପ୍ରମାଣିତ ହେଲା PS
36. {ପାପିନୀ ସ୍ତ୍ରୀଲୋକର ପାପ କ୍ଷମା} PS ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ
37. ଆଉ ଦେଖ, ସେହି ନଗରରେ ଜଣେ ପାପିନୀ ସ୍ତ୍ରୀ ଥିଲା; ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି, ଏହା ଜାଣି ପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି,
38. ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧିତ ତୈଳ ଲଗାଇ ଦେବାକୁ ଲାଗିଲା PEPS
39. ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ କି ପ୍ରକାର ସ୍ତ୍ରୀ, ଅର୍ଥାତ୍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା
40. ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ଶିମୋନ, ତୁମ୍ଭକୁ ମୋହର କିଛି କହିବାର ଅଛି ସେ କହିଲେ, ଗୁରୁ, କୁହନ୍ତୁ PEPS
41. ଜଣେ ମହାଜନଙ୍କର ଦୁଇ ଜଣ ଋଣୀ ଥିଲେ; ଜଣେ ପାଞ୍ଚଶହ ଆଉ ଜଣେ ପଚାଶ ଟଙ୍କା ଋଣ କରିଥିଲା
42. ଋଣ ସୁଝିବାକୁ ସେମାନଙ୍କର କିଛି ଥିବାରୁ ସେ ଉଭୟଙ୍କର ଋଣ କ୍ଷମା କଲେ ଏଣୁ ସେମାନଙ୍କ ମଧ୍ୟରୁ କିଏ ତାହାଙ୍କୁ ଅଧିକ ପ୍ରେମ କରିବ ?
43. ଶିମୋନ ଉତ୍ତର ଦେଲେ, ମୁଁ ଜାଣିବାରେ, ସେ ଯାହାର ଅଧିକ ଋଣ କ୍ଷମା କଲେ, ସେ ସେ ତାହାଙ୍କୁ କହିଲେ, ତୁମ୍ଭେ ଠିକ୍ ବିଚାର କଲ PEPS
44. ଆଉ, ସେ ସେହି ସ୍ତ୍ରୀ ପ୍ରତି ମୁଖ ଫେରାଇ ଶିମୋନଙ୍କୁ କହିଲେ, ଏହି ସ୍ତ୍ରୀକୁ ଦେଖୁଅଛ ? ମୁଁ ତୁମ୍ଭ ଗୃହକୁ ଆସିଲି, ତୁମ୍ଭେ ମୋ ପାଦ ପାଇଁ ପାଣି ଦେଲ ନାହିଁ, କିନ୍ତୁ ଲୁହରେ ମୋର ପାଦ ଓଦା କରି ନିଜ କେଶରେ ତାହା ପୋଛିଦେଲା
45. ତୁମ୍ଭେ ମୋତେ ଚୁମ୍ବନ କଲ ନାହିଁ ? କିନ୍ତୁ ମୁଁ ଭିତରକୁ ଆସିବା ସମୟଠାରୁ ମୋହର ପାଦ ଚୁମ୍ବନ କରିବାକୁ ବନ୍ଦ କରି ନାହିଁ PEPS
46. ତୁମ୍ଭେ ମୋହର ମସ୍ତକରେ ତେଲ ଲଗାଇଲ ନାହିଁ ? କିନ୍ତୁ ମୋହର ପାଦରେ ସୁଗନ୍ଧିତ ତୈଳ ଲଗାଇଲା
47. ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ PEPS
48. ଆଉ ସେ ସେହି ସ୍ତ୍ରୀକୁ କହିଲେ, ତୋହର ପାପସବୁ କ୍ଷମା ହୋଇଅଛି
49. ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, କିଏ ?
50. କିନ୍ତୁ ସେ ସେହି ସ୍ତ୍ରୀକୁ କହିଲେ, ତୋହର ବିଶ୍ୱାସ ତୋତେ ରକ୍ଷା କରିଅଛି; ଶାନ୍ତିରେ ଚାଲିଯାଅ PE
Total 24 Chapters, Current Chapter 7 of Total Chapters 24
×

Alert

×

oriya Letters Keypad References