1. {ଯୀଶୁଙ୍କ ବାର ଶିଷ୍ୟଙ୍କୁ ପ୍ରେରଣ} (ମାଥିଉ 10:5-15; ମାର୍କ 6:7-13) PS ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ ।
|
3. ଏବଂ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୁଟି କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ବା ଦୁଇଟି ଅଙ୍ଗରଖା (ବସ୍ତ୍ର) ସାଙ୍ଗରେ ରଖ ନାହିଁ ।
|
5. ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ ।
|
6. ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ । PEPS
|
7. {ହେରୋଦ ବିଚଳିତ} (ମାଥିଉ 14:1-12; ମାର୍କ 6:14-29) PS ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ;
|
8. ପୁଣି, କେହି କେହି ଏଲିୟ ଦେଖା ଦେଇଅଛନ୍ତି ବୋଲି ଏବଂ ଅନ୍ୟମାନେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି ବୋଲି କହୁଥିଲେ ।
|
9. କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ କାଟିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ ? ଆଉ ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ । ପାଞ୍ଚ ରୁଟି, ଦୁଇ ମାଛ (ମାଥିଉ 14:13-21; ମାର୍କ 6:30-44; ଯୋହନ 6:1-14) PEPS
|
10. ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହି ସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ । ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥସାଇଦା ନାମକ ନଗରକୁ ଚାଲିଗଲେ ।
|
11. କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଛେ ପଛେ ଗଲେ; ପୁଣି, ସେ ସଦୟହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ୱରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ଆବଶ୍ୟକ ଥିଲା, ସେମାନଙ୍କୁ ସୁସ୍ଥ କଲେ । PEPS
|
12. ଇତିମଧ୍ୟରେ ସନ୍ଧ୍ୟା ହେବାକୁ ଲାଗିଲା; ସେଥିରେ ବାର ଜଣ ଶିଷ୍ୟ ତାହାଙ୍କ ନିକଟକୁ ଆସି କହିଲେ, ଲୋକସମୂହ ଯେପରି ଚାରିପାଖ ଗ୍ରାମ ଓ ସାଇଗୁଡ଼ିକକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି, ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ, କାରଣ ଆମ୍ଭେମାନେ ଏଠାରେ ଜନଶୂନ୍ୟ ସ୍ଥାନରେ ଅଛୁ ।
|
13. କିନ୍ତୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । ସେମାନେ କହିଲେ, ଆମ୍ଭମାନଙ୍କ ପାଖରେ ପାଞ୍ଚୋଟି ରୁଟି ଓ ଦୁଇଟି ମାଛରୁ ଅଧିକ ନାହିଁ; ତାହାହେଲେ ଆମ୍ଭେମାନେ କ'ଣ ଯାଇ ଏହି ସମସ୍ତ ଲୋକଙ୍କ ନିମନ୍ତେ ଖାଦ୍ୟ କିଣିବା ?
|
14. କାରଣ ସେମାନେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ । ଆଉ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ । PEPS
|
16. ଆଉ, ସେ ସେହି ପାଞ୍ଚଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହି ସବୁ ଆଶୀର୍ବାଦ କଲେ, ପୁଣି, ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ ।
|
17. ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ସେମାନେ ସେମାନଙ୍କ ନିକଟରେ ବଳିଥିବା ବାର ଟୋକେଇ ଭଙ୍ଗା ଖଣ୍ଡ ଉଠାଇନେଲେ । PEPS
|
18. {ଯୀଶୁଙ୍କୁ ଖ୍ରୀଷ୍ଟ ରୂପେ ପିତରଙ୍କ ସ୍ୱୀକାର} (ମାଥିଉ 16:13-20; ମାର୍କ 8:27-30) PS ଥରେ ସେ ଏକୁଟିଆ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, ମୁଁ କିଏ ବୋଲି ଲୋକସାଧାରଣ କ'ଣ କହନ୍ତି ?
|
19. ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲିୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି । PEPS
|
20. ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ ? ପିତର ଉତ୍ତର ଦେଲେ, ଆପଣ ଈଶ୍ୱରଙ୍କ ଖ୍ରୀଷ୍ଟ" । PEPS
|
21. {ନିଜ ମୃତ୍ୟୁ ଏବଂ ଉତ୍ଥାନ ବିଷୟରେ ଯୀଶୁଙ୍କ ସୂଚନା} (ମାଥିଉ 16:21-23; ମାର୍କ 8:31-33) PS ସେଥିରେ ସେ ଏହା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ,
|
22. ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ଉଠିବାକୁ ହେବ । (ମାଥିଉ 16:24-28; ମାର୍କ 8:34—9:1) PEPS
|
23. {ଯୀଶୁଙ୍କ ପଛେ ଚାଲିବା} PS ସେତବେଳେ ସେ ସମସ୍ତଙ୍କୁ କହିଲେ, କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।
|
24. କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ ।
|
26. ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ ।
|
27. କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ୱରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ । PEPS
|
28. {ଯୀଶୁଙ୍କ ରୂପାନ୍ତରଣ} (ମାଥିଉ 17:1-8; ମାର୍କ 9:2-8) PS ଏହି ସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ ।
|
29. ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା । PEPS
|
31. ସେମାନେ ଗୌରବରେ ଦର୍ଶନ ଦେଇ, ସେ ଯିରୂଶାଲମରେ ଯେଉଁ ମହାପ୍ରସ୍ଥାନ କରିବାକୁ ଉଦ୍ୟତ ଥିଲେ, ସେ ବିଷୟରେ କହିଲେ । PEPS
|
32. ସେତେବେଳେ ପିତର ଓ ତାହାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରାନ୍ତ ଥିଲେ; କିନ୍ତୁ ସେମାନେ ନିଦ୍ରାରୁ ଉଠନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ଜଣ ବ୍ୟକ୍ତିଙ୍କୁ ଦେଖିଲେ ।
|
33. ପୁଣି, ସେମାନେ ତାହାଙ୍କଠାରୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲିୟଙ୍କ ପାଇଁ ଗୋଟିଏ । କିନ୍ତୁ ସେ କ'ଣ କହୁଅଛନ୍ତି, ତାହା ଜାଣିଲେ ନାହିଁ । PEPS
|
36. ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ । ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେ ସମୟରେ କାହାକୁ କହିଲେ ନାହିଁ । PEPS
|
37. {ଭୂତଗ୍ରସ୍ତ ବାଳକର ସୁସ୍ଥତା} (ମାଥିଉ 17:14-18; ମାର୍କ 9:14-27) PS ତହିଁ ଆରଦିନ ସେମାନେ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ସାକ୍ଷାତ କଲେ ।
|
38. ଆଉ ଦେଖ, ଲୋକସମୂହ ମଧ୍ୟରୁ ଜଣେ ଉଚ୍ଚସ୍ୱରରେ କହିଲା, ହେ ଗୁରୁ ମୁଁ ଆପଣଙ୍କୁ ନିବେଦନ କରୁଅଛି ମୋ' ପୁଅ ପ୍ରତି ଦୟା କରନ୍ତୁ, କାରଣ ସେ ମୋହର ଗୋଟିଏ ବୋଲି ପିଲା;
|
39. ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍ ଚିତ୍କାର କରି ଉଠେ, ପୁଣି, ସେ ତାହାକୁ ଏପରି ମୋଡ଼ିପକାଏ ଯେ, ତାହା ପାଟିରୁ ଫେଣ ବାହାରେ, ପୁଣି, ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ ।
|
40. ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ନିବେଦନ କରିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ । PEPS
|
41. ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି ? ତୁମ୍ଭର ପୁଅକୁ ଏଠିକି ନେଇଆସ ।
|
42. ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ । PEPS
|
43. ସେଥିରେ ସମସ୍ତେ ଈଶ୍ୱରଙ୍କର ମହାଶକ୍ତି ସକାଶେ ଆଶ୍ଚର୍ଯ୍ୟ ହେଲେ । ମାତ୍ର ସେ କରିଥିବା ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚକିତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, (ମାଥିଉ 17:22,23; ମାର୍କ 9:30-32) PEPS
|
44. {ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ପୁନଃସୂଚନା} PS ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଛନ୍ତି ।
|
45. କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ , ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ । PEPS
|
46. {ସବୁଠାରୁ ଶ୍ରେଷ୍ଠ ସବୁଠାରୁ କ୍ଷୁଦ୍ର} (ମାଥିଉ 18:1-5; ମାର୍କ 9:33-37) PS ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା ।
|
47. କିନ୍ତୁ ଯୀଶୁ ସେମାନଙ୍କ ମନର ତର୍କବିତର୍କ ଜାଣି ଗୋଟିଏ ସାନ ପିଲାକୁ ନେଇ ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ,
|
48. ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ । ଯେ ବିପକ୍ଷ ନୁହେଁ, ସେ ସପକ୍ଷ (ମାର୍କ 9:38-40) PEPS
|
49. ସେଥିରେ ଯୋହନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ସାଙ୍ଗରେ ଆପଣଙ୍କ ଅନୁଗାମୀ ନ ହେବାରୁ ତାହାକୁ ମନା କଲୁ ।
|
50. କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ମନା କର ନାହିଁ, କାରଣ ଯେ ତୁମ୍ଭମାନଙ୍କର ବିପକ୍ଷ ନୁହେଁ, ସେ ତୁମ୍ଭମାନଙ୍କର ସପକ୍ଷ । PS
|
51. {ଶମିରୋଣୀୟ ଗ୍ରାମରେ ଯୀଶୁଙ୍କୁ ଅଗ୍ରାହ୍ୟ} PS ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମକୁ ଯିବା ନିମନ୍ତେ ମନକୁ ଦୃଢ଼ କରି,
|
52. ନିଜ ଆଗେ ଦୂତମାନଙ୍କୁ ପଠାଇଲେ, ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ;
|
53. କିନ୍ତୁ ସେ ଯିରୂଶାଲମକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ । PEPS
|
54. ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, ଏଲିୟ ମଧ୍ୟ ଯେପରି କରିଥିଲେ, ସେହିପରି ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କ'ଣ ଆପଣଙ୍କର ଇଚ୍ଛା ?
|
55. କିନ୍ତୁ ସେ ବୁଲିପଡ଼ି ସେମାନଙ୍କୁ ଅନୁଯୋଗ କଲେ ଏବଂ କହିଲେ, ତୁମ୍ଭେମାନେ କେଉଁ ପ୍ରକାର ଆତ୍ମାର ଲୋକ, ଏହା ଜାଣୁ ନାହଁ । ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କର ପ୍ରାଣ ବିନାଶ କରିବାକୁ ନ ଆସି ବରଂ ରକ୍ଷା କରିବାକୁ ଆସିଅଛନ୍ତି ।
|
57. {ଯୀଶୁଙ୍କ ଶିଷ୍ୟ ହେବାର ଯୋଗ୍ୟତା} (ମାଥିଉ 8:19-22) PS ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁସରଣ କରିବି ।
|
58. ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର (ଯୀଶୁ) ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ । PEPS
|
59. ପୁଣି, ସେ ଆଉ ଜଣକୁ କହିଲେ, ମୋହର ଅନୁସରଣ କର । କିନ୍ତୁ ସେ କହିଲେ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ ।
|
60. ମାତ୍ର ସେ ତାହାଙ୍କୁ କହିଲେ, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ୱରଙ୍କ ରାଜ୍ୟ ପ୍ରଚାର କର । PEPS
|
61. ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ ।
|