1. {ଦ୍ରାକ୍ଷାକ୍ଷେତ୍ରରେ ଦୁଷ୍ଟ ଭାଗଚାଷୀଙ୍କ ଦୃଷ୍ଟାନ୍ତ} (ମାଥିଉ 21:33-46; ଲୂକ 20:9-19) PS ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ ।
|
2. ପରେ କୃଷକମାନଙ୍କଠାରୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ପାଇବା ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ ।
|
4. ପୁଣି, ସେହି ବ୍ୟକ୍ତି କୃଷକମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ଡ ଫଟାଇଦେଲେ ଓ ତାହାକୁ ଅପମାନ କଲେ ।
|
5. ସେ ଆଉ ଜଣକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ବଧ କଲେ। ସେଥିରେ ସେହି ବ୍ୟକ୍ତି ଆହୁରି ଅନେକଙ୍କୁ ପଠାଇଲେ; ସେମାନଙ୍କ ମଧ୍ୟରୁ କେତେକଙ୍କୁ ପ୍ରହାର କଲେ ଓ କେତେକଙ୍କୁ ବଧ କଲେ ।
|
6. ତାଙ୍କ ନିକଟରେ ଜଣେ ମାତ୍ର ରହିଲେ, ସେ ତାଙ୍କ ପ୍ରିୟ ପୁତ୍ର । ମୋର ପୁଅକୁ ସେମାନେ ମାନ୍ୟ କରିବେ, ଏହା କହି ସେ ଅବଶେଷରେ ତାଙ୍କୁ କୃଷକମାନଙ୍କ ନିକଟକୁ ପଠାଇଲେ ।
|
7. ମାତ୍ର ସେହି କୃଷକମାନେ ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ, ଆସ, ଏହାକୁ ବଧ କରିବା; ତାହାହେଲେ ଅଧିକାର ଆମ୍ଭମାନଙ୍କର ହେବ ।
|
9. ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କ'ଣ କରିବେ ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ ।
|
10. ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;
|
12. ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ । PEPS
|
13. {କର ଦେବା ପ୍ରସଙ୍ଗ} (ମାଥିଉ 22:15-22; ଲୂକ 20:20-26) PS ପରେ ଯୀଶୁଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ ।
|
14. ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାରିକି ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ୱରଙ୍କ ମାର୍ଗ ଶିକ୍ଷା ଦିଅନ୍ତି । କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ ?
|
15. ଆମ୍ଭେମାନେ ଦେବା କି ନାହିଁ ? କିନ୍ତୁ ଯୀଶୁ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, କାହିଁକି ମୋତେ ପରୀକ୍ଷା କରୁଅଛ ? ଗୋଟିଏ ମୁଦ୍ରା ମୋ' ପାଖକୁ ଆଣ, ମୁଁ ତାହା ଦେଖେ ।
|
16. ତହିଁରେ ସେମାନେ ତାହା ଆଣିଲେ । ଯୀଶୁ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର ? ସେମାନେ ତାହାଙ୍କୁ କହିଲେ, କାଇସରଙ୍କର ।
|
17. ସେଥିରେ ଯୀଶୁ ସେମାନଙ୍କୁ କହିଲେ, କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ । ତହିଁରେ ସେମାନେ ଯୀଶୁଙ୍କ କଥାରେ ଅତ୍ୟନ୍ତ ଚମତ୍କୃତ ହେଲେ । PEPS
|
18. {ସାଦ୍ଦୂକୀଙ୍କ ପୁନରୁତ୍ଥାନର ପ୍ରଶ୍ନ} (ମାଥିଉ 22:23-33; ଲୂକ 20:27-40) PS ଏଥିଉତ୍ତାରେ ପୁନରୁତ୍ଥାନକୁ ଅସ୍ୱୀକାର କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,
|
19. ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ ମରେ, ଆଉ ତାହାର ଭାର୍ଯ୍ୟା ଜୀବିତା ଥାଏ, ପୁଣି, ତାହାର କୌଣସି ସନ୍ତାନ ନ ଥାଏ, ତାହାହେଲେ ତାହାର ଭାଇ ତାହାର ଭାର୍ଯ୍ୟାକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ ।
|
23. ପୁନରୁତ୍ଥାନ ସମୟରେ ଯେତେବେଳେ ସେମାନେ ଉଠିବେ, ସେତେବେଳେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ ।
|
24. ଯୀଶୁ ସେମାନଙ୍କୁ କହିଲେ, ଧର୍ମଶାସ୍ତ୍ର ପୁଣି, ଈଶ୍ୱରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ ?
|
25. ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି ।
|
26. ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ୱର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ?
|
28. {ଶ୍ରେଷ୍ଠ ଆଜ୍ଞା} (ମାଥିଉ 22:34-40; ଲୂକ 10:25-28) PS ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ଯୀଶୁ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କେଉଁ ଆଜ୍ଞା ପ୍ରଧାନ ?
|
29. ଯୀଶୁ ଉତ୍ତର ଦେଲେ, ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଏକମାତ୍ର ପ୍ରଭୁ ଅଟନ୍ତି;
|
30. ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର ।
|
31. ଦ୍ୱିତୀୟଟି ଏହି, ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର । ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠ ଆଜ୍ଞା ନାହିଁ ।
|
32. ସେଥିରେ ସେହି ଶାସ୍ତ୍ରୀ ତାହାଙ୍କୁ କହିଲେ, ହେ ଗୁରୁ, ତାହା ସତ୍ୟ, ସେ ଯେ ଏକ ଓ ତାହାଙ୍କ ବିନା ଆଉ କେହି ନାହିଁ, ଏହା ଆପଣ ଯଥାର୍ଥ କହିଅଛନ୍ତି;
|
33. ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମ ଓ ବଳିଦାନ ଅପେକ୍ଷା ଗୁରୁତର ।
|
34. ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, ଈଶ୍ୱରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ । ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ । PEPS
|
35. {ଖ୍ରୀଷ୍ଟ କାହାର ସନ୍ତାନ} (ମାଥିଉ 22:41-46; ଲୂକ 20:41-44) PS କିନ୍ତୁ ଯୀଶୁ ମନ୍ଦିରରେ ଶିକ୍ଷା ଦେଉଥିବା ସମୟରେ ଉତ୍ତର ଦେଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଶାସ୍ତ୍ରୀମାନେ କିପରି କହନ୍ତି ?
|
36. ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।
|
38. {ଶାସ୍ତ୍ରୀମାନଙ୍କଠାରୁ ସତର୍କତା} (ମାଥିଉ 23:1-36; ଲୂକ 20:45-47) PS ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ । ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, ଶାସ୍ତ୍ରୀମାନଙ୍କଠାରୁ ସାବଧାନ ! ସେମାନେ ଲମ୍ବା ପୋଷାକ ପରିଧାନ କରି ଭ୍ରମଣ କରିବାକୁ, ପୁଣି, ହାଟ ବଜାରରେ ନମସ୍କାର,
|
40. ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ । PEPS
|
41. {ବିଧବାର ଦାନ} (ମାଥିଉ 21:1-4) PS ପରେ ସେ ଭଣ୍ଡାର ସମ୍ମୁୁଖରେ ବସି ଲୋକସମୂହ କିପରି ସେଥିରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ । ସେତେବେଳେ ଅନେକ ଧନୀ ଲୋକ ସେଥିରେ ବେଶି ପକାଇଲେ;
|
43. ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ଡାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛି;
|
44. କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହି ସବୁ ପକାଇଲା । PE
|