1. {ମନ୍ଦିର ଧ୍ୱଂସ ବିଷୟରେ ସୂଚନା} PS ଯୀଶୁ ମନ୍ଦିରରୁ ବାହାରିଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ !
|
2. ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ କ'ଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ । PEPS
|
3. {ଯୁଗ ଶେଷର ଲକ୍ଷଣ} (ମାଥିଉ 24:3-14; ଲୂକ 21:7-19) PS ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ,
|
7. ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ ।
|
8. କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର ।
|
9. କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ ।
|
11. ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କ'ଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି ।
|
12. ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;
|
13. ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ । PEPS
|
14. {ମହା ସଙ୍କଟ କାଳ} (ମାଥିଉ 24:15-28; ଲୂକ 21:20-24) PS କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;
|
19. କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଈଶ୍ୱରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ ।
|
20. ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି ।
|
21. ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିମ୍ଵା 'ଦେଖ, ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ ।
|
22. ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ ।
|
24. {ମନୁଷ୍ୟପୁତ୍ରଙ୍କ ପୁନରାଗମନ} (ମାଥିଉ 24:29-31; ଲୂକ 21:25-28) PS ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,
|
27. ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ । PEPS
|
28. {ଡିମ୍ବିରି ବୃକ୍ଷରୁ ଶିକ୍ଷା} (ମାଥିଉ 24:32-35; ଲୂକ 21:29-33) PS ଡିମ୍ବିରି ବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;
|
30. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୀଢି କୌଣସି ପ୍ରକାରେ ଲୋପ ପାଇବ ନାହିଁ ।
|
32. {ଆଗମନର ଦିନ ଓ ଦଣ୍ଡ ଅଜ୍ଞାତ} (ମାଥିଉ 24:36-44) PS କିନ୍ତୁ ସେହି ଦିନ କି ସମୟ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି ।
|
34. ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି ।
|
36. ଏଥି ନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ ।
|