1. {ପୀଲାତଙ୍କ ସମ୍ମୁଖରେ ଯୀଶୁ} PS ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ ।
|
4. ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି ।
|
5. କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ । (ମାଥିଉ 27:15-26; ଲୂକ 23:13-25; ଯୋହନ 18:39—19:16) PEPS
|
6. {ଯୀଶୁଙ୍କ ପ୍ରାଣଦଣ୍ଡ} PS ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ ।
|
9. ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ଇଚ୍ଛା କରୁଅଛ ? ଆମ୍ଭେ କ'ଣ ତୁମ୍ଭମାନଙ୍କ ନିମନ୍ତେ ଯିହୂଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା ?
|
11. ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଞ୍ଚ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ ।
|
12. କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୂଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କ'ଣ କରିବା ?
|
14. ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ ।
|
15. ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ | (ମାଥିଉ 27:27-31; ଯୋହନ 19:2,3) PEPS
|
16. {ଯୀଶୁଙ୍କ ପ୍ରତି ପରିହାସ} PS ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ ।
|
20. ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି ବାଇଗଣୀ ରଙ୍ଗର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ । ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ । PEPS
|
21. {ଯୀଶୁଙ୍କୁ କ୍ରୁଶବିଦ୍ଧ} (ମାଥିଉ 27:32-44; ଲୂକ 23:26-43; ଯୋହନ 19:17-27) PS ସେତେବେଳେ ଆଲେକ୍ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ ।
|
24. ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କ'ଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ ।
|
27. ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ ।
|
29. ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ ! ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,
|
31. ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ ।
|
32. ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା । ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ । PEPS
|
33. {ଯୀଶୁଙ୍କ ମୃତ୍ୟୁ} (ମାଥିଉ 27:45-56; ଲୂକ 23:44-49; ଯୋହନ 19:28-30) PS ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା ।
|
34. ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, 'ଏଲୋହୀ, ଏଲୋହୀ, ଲାମା ଶବକ୍ଥାନୀ ?' ଅର୍ଥାତ୍ ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ?
|
36. ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ ଆମ୍ବିଳା ରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା ।
|
39. ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ୱରଙ୍କ ପୁତ୍ର ଥିଲେ ।
|
40. କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରିୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରିୟମ, ପୁଣି, ଶଲୋମୀ ଥିଲେ;
|
41. ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ । PEPS
|
42. {ଯୀଶୁଙ୍କ ସମାଧି} (ମାଥିଉ 27:57-61; ଲୂକ 23:50-56; ଯୋହନ 19:39-42) PS ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ,
|
43. ହାରାମାଥିୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ୱରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ ।
|
44. କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କ'ଣ ବହୁତ ବେଳ ହେଲା ମଲେଣି ?
|
46. ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ ।
|