ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମାର୍କଲିଖିତ ସୁସମାଚାର
1. {ପୀଲାତଙ୍କ ସମ୍ମୁଖରେ ଯୀଶୁ} [PS] ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ ।
2. ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା ? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି ।
3. ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ ।
4. ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି ।
5. କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ । (ମାଥିଉ 27:15-26; ଲୂକ 23:13-25; ଯୋହନ 18:39—19:16) [PE][PS]
6. {ଯୀଶୁଙ୍କ ପ୍ରାଣଦଣ୍ଡ} [PS] ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ ।
7. ଯେଉଁ ବିପ୍ଳବୀମାନେ ବିପ୍ଲବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା ।
8. ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁୂ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ ।
9. ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ଇଚ୍ଛା କରୁଅଛ ? ଆମ୍ଭେ କ'ଣ ତୁମ୍ଭମାନଙ୍କ ନିମନ୍ତେ ଯିହୂଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା ?
10. କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ ।
11. ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଞ୍ଚ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ ।
12. କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୂଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କ'ଣ କରିବା ?
13. ଲୋକସମୂହ ପୁଣି, ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ ।
14. ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ ।
15. ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ | (ମାଥିଉ 27:27-31; ଯୋହନ 19:2,3) [PE][PS]
16. {ଯୀଶୁଙ୍କ ପ୍ରତି ପରିହାସ} [PS] ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ ।
17. ସେମାନେ ତାହାଙ୍କୁ ବାଇଗଣୀ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;
18. ଆଉ, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ ।
19. ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ ।
20. ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି ବାଇଗଣୀ ରଙ୍ଗର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ । ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ । [PE][PS]
21. {ଯୀଶୁଙ୍କୁ କ୍ରୁଶବିଦ୍ଧ} (ମାଥିଉ 27:32-44; ଲୂକ 23:26-43; ଯୋହନ 19:17-27) [PS] ସେତେବେଳେ ଆଲେକ୍‌ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ ।
22. ଆଉ ସେମାନେ ତାହାଙ୍କୁ ଗଲ୍‌ଗଥା, ଅର୍ଥାତ୍ କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ ।
23. ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ ।
24. ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କ'ଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ ।
25. ଦିନ ନଅ ଘଣ୍ଟା ସମୟରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ।
26. ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୂଦୀମାନଙ୍କର ରାଜା ।
27. ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ ।
28. [ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ ।]
29. ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ ! ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,
30. କ୍ରୁଶରୁ ଓହ୍ଲାଇ ଆପଣାକୁ ରକ୍ଷା କର ।
31. ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ ।
32. ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା । ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ । [PE][PS]
33. {ଯୀଶୁଙ୍କ ମୃତ୍ୟୁ} (ମାଥିଉ 27:45-56; ଲୂକ 23:44-49; ଯୋହନ 19:28-30) [PS] ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା ।
34. ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, 'ଏଲୋହୀ, ଏଲୋହୀ, ଲାମା ଶବକ୍‌ଥାନୀ ?' ଅର୍ଥାତ୍ ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ?
35. ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଛି ।
36. ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ ଆମ୍ବିଳା ରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା ।
37. କିନ୍ତୁ ଯୀଶୁ ଉଚ୍ଚ ସ୍ୱର କରି ପ୍ରାଣତ୍ୟାଗ କଲେ ।
38. ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା ।
39. ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ୱରଙ୍କ ପୁତ୍ର ଥିଲେ ।
40. କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରିୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରିୟମ, ପୁଣି, ଶଲୋମୀ ଥିଲେ;
41. ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍‌ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ । [PE][PS]
42. {ଯୀଶୁଙ୍କ ସମାଧି} (ମାଥିଉ 27:57-61; ଲୂକ 23:50-56; ଯୋହନ 19:39-42) [PS] ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ,
43. ହାରାମାଥିୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ୱରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ ।
44. କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କ'ଣ ବହୁତ ବେଳ ହେଲା ମଲେଣି ?
45. ଶତସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ ।
46. ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ ।
47. ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍‌ଦଲୀନୀ ମରିୟମ ଓ ଯୋସିଙ୍କ ମାତା ମରିୟମ ଦେଖିଲେ । [PE]

Notes

No Verse Added

Total 16 Chapters, Current Chapter 15 of Total Chapters 16
1 2 3 4 5 6
7 8 9 10 11 12 13 14 15 16
ମାର୍କଲିଖିତ ସୁସମାଚାର 15:67
1. {ପୀଲାତଙ୍କ ସମ୍ମୁଖରେ ଯୀଶୁ} PS ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍ ପ୍ରାଚୀନ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ
2. ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା ? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି
3. ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ
4. ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି
5. କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ (ମାଥିଉ 27:15-26; ଲୂକ 23:13-25; ଯୋହନ 18:39—19:16) PEPS
6. {ଯୀଶୁଙ୍କ ପ୍ରାଣଦଣ୍ଡ} PS ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ
7. ଯେଉଁ ବିପ୍ଳବୀମାନେ ବିପ୍ଲବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା
8. ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁୂ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ
9. ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ଇଚ୍ଛା କରୁଅଛ ? ଆମ୍ଭେ କ'ଣ ତୁମ୍ଭମାନଙ୍କ ନିମନ୍ତେ ଯିହୂଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା ?
10. କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ
11. ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଞ୍ଚ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ
12. କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୂଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କ'ଣ କରିବା ?
13. ଲୋକସମୂହ ପୁଣି, ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ
14. ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ
15. ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ | (ମାଥିଉ 27:27-31; ଯୋହନ 19:2,3) PEPS
16. {ଯୀଶୁଙ୍କ ପ୍ରତି ପରିହାସ} PS ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ
17. ସେମାନେ ତାହାଙ୍କୁ ବାଇଗଣୀ ରଙ୍ଗର ବସ୍ତ୍ର ପିନ୍ଧାଇଲେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;
18. ଆଉ, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ
19. ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ
20. ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି ବାଇଗଣୀ ରଙ୍ଗର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ PEPS
21. {ଯୀଶୁଙ୍କୁ କ୍ରୁଶବିଦ୍ଧ} (ମାଥିଉ 27:32-44; ଲୂକ 23:26-43; ଯୋହନ 19:17-27) PS ସେତେବେଳେ ଆଲେକ୍‌ଜାଣ୍ଡର ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ
22. ଆଉ ସେମାନେ ତାହାଙ୍କୁ ଗଲ୍‌ଗଥା, ଅର୍ଥାତ୍ କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ
23. ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ
24. ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କ'ଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ
25. ଦିନ ନଅ ଘଣ୍ଟା ସମୟରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ
26. ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୂଦୀମାନଙ୍କର ରାଜା
27. ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ
28. ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ
29. ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ ! ରେ ମନ୍ଦିରଭଗ୍ନକାରୀ ତିନି ଦିନରେ ତାହା ନିର୍ମାଣକାରୀ,
30. କ୍ରୁଶରୁ ଓହ୍ଲାଇ ଆପଣାକୁ ରକ୍ଷା କର
31. ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ
32. ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ PEPS
33. {ଯୀଶୁଙ୍କ ମୃତ୍ୟୁ} (ମାଥିଉ 27:45-56; ଲୂକ 23:44-49; ଯୋହନ 19:28-30) PS ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା
34. ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, 'ଏଲୋହୀ, ଏଲୋହୀ, ଲାମା ଶବକ୍‌ଥାନୀ ?' ଅର୍ଥାତ୍ ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ?
35. ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଛି
36. ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ ଆମ୍ବିଳା ରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା
37. କିନ୍ତୁ ଯୀଶୁ ଉଚ୍ଚ ସ୍ୱର କରି ପ୍ରାଣତ୍ୟାଗ କଲେ
38. ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା
39. ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ୱରଙ୍କ ପୁତ୍ର ଥିଲେ
40. କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରିୟମ, ସାନ ଯାକୁବ ଯୋସିଙ୍କ ମାତା ମରିୟମ, ପୁଣି, ଶଲୋମୀ ଥିଲେ;
41. ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍‌ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ PEPS
42. {ଯୀଶୁଙ୍କ ସମାଧି} (ମାଥିଉ 27:57-61; ଲୂକ 23:50-56; ଯୋହନ 19:39-42) PS ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ,
43. ହାରାମାଥିୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ୱରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ
44. କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କ'ଣ ବହୁତ ବେଳ ହେଲା ମଲେଣି ?
45. ଶତସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ
46. ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ
47. ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍‌ଦଲୀନୀ ମରିୟମ ଯୋସିଙ୍କ ମାତା ମରିୟମ ଦେଖିଲେ PE
Total 16 Chapters, Current Chapter 15 of Total Chapters 16
1 2 3 4 5 6
7 8 9 10 11 12 13 14 15 16
×

Alert

×

oriya Letters Keypad References