1. {ଯୀଶୁଙ୍କ ପୁନରୁତ୍ଥାନ} (ମାଥିଉ 28:1-8; ଲୂକ 24:1-12; ଯୋହନ 20:1-10) PS ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍ଦଲୀନୀ ମରିୟମ, ଯାକୁବଙ୍କ ମାତା ମରିୟମ ଓ ଶଲୋମୀ ସୁଗନ୍ଧିତ ଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି ।
|
3. ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧିଦ୍ୱାରରୁ ପଥରଟା ଗଡ଼ାଇଦେବ ? କାରଣ ତାହା ଅତି ବୃହତ ଥିଲା ।
|
5. ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ ।
|
6. ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାଁନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖଥିଲେ ।
|
7. `କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ ।
|
8. ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ । (ମାଥିଉ 28:9,10; ଯୋହନ 20:11-18) PEPS
|
9. {ମରିୟମଙ୍କୁ ଯୀଶୁଙ୍କ ପ୍ରଥମ ଦର୍ଶନ} PS ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରିୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ।
|
12. {ଦୁଇ ଜଣ ଶିଷ୍ୟଙ୍କୁ ଯୀଶୁଙ୍କ ଦର୍ଶନ} (ଲୂକ 24:13-35) PS ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ,
|
13. ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ । PEPS
|
14. {ମହାନ ଆଦେଶ} (ମାଥିଉ 28:16-20; ଲୂକ 24:36-49; ଯୋହନ 20:19-23; ପ୍ରେରିତ 1:6-8) PS ଏଥିଉତ୍ତାରେ ଏକାଦଶ (ଏଗାର) ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ ।
|
15. ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର ।
|
16. ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ ।
|
17. ଆଉ ଏହି ସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,
|
18. ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ । PEPS
|
19. {ଯୀଶୁଙ୍କ ସ୍ୱର୍ଗାରୋହଣ} (ଲୂକ 24:50-53; ପ୍ରେରିତ 1:9-11) PS ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ ।
|
20. କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ । PE
|