1. {ପକ୍ଷାଘାତୀର ସୁସ୍ଥତା} (ମାଥିଉ 9:1-8; ଲୂକ 5:17-26) PS କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୁମରେ ପ୍ରବେଶ କରନ୍ତେ ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା ।
|
2. ସେଥିରେ ଏତେ ଲୋକ ଏକତ୍ର ହେଲେ ଯେ, ଦ୍ୱାର ପାଖରେ ସୁଦ୍ଧା ଆଉ ସ୍ଥାନ ରହିଲା ନାହିଁ, ପୁଣି, ସେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରିବାକୁ ଲାଗିଲେ ।
|
4. କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇଦେଲେ ।
|
7. ଏ ଲୋକ କାହିଁକି ଏପରି କହୁଅଛି ? ସେ ଈଶ୍ୱର ନିନ୍ଦା କରୁଅଛି; କେବେଳ ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ ?
|
8. ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ ?
|
9. କ'ଣ ସହଜ ? ପକ୍ଷାଘାତ ରୋଗୀକି ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା ?
|
10. କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ,
|
12. ସେଥିରେ ସେ ଉଠି ତତ୍କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହାରିଗଲା; ତହିଁରେ ସମସ୍ତେ ଆଚମ୍ବିତ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ । PEPS
|
13. {ଲେବୀଙ୍କୁ ଆହ୍ୱାନ} (ମାଥିଉ 9:9-13; ଲୂକ 5:27-32) PS ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ।
|
14. ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କି କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, ମୋହର ଅନୁଗମନ କର । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ ।
|
15. ଆଉ ଯୀଶୁ ତାଙ୍କ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଅନେକ କରଗ୍ରାହୀ ଏବଂ ପାପୀ, ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ; କାରଣ ସେମାନେ ଅନେକ ଥିଲେ ପୁଣି, ତାହାଙ୍କର ଅନୁଗମନ କରୁଥିଲେ ।
|
16. ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି !
|
17. ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି । PEPS
|
18. {ଉପବାସ ପ୍ରସଙ୍ଗ} (ମାଥିଉ 9:14-17; ଲୂକ 5:33-39) PS ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ। ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି ?
|
19. ଯୀଶୁ ସେମାନଙ୍କୁ କହିଲେ, "ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରି ପାରନ୍ତି ? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ ଉପବାସ କରି ପାରନ୍ତି ନାହିଁ ।"
|
20. କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେହି ଦିନ ସେମାନେ ଉପବାସ କରିବେ ।
|
21. କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶି ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ଚିରା ହୁଏ ।
|
22. ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ଫାରେ ରଖେ ନାହିଁ; ରଖିଲେ ତାହା କୁମ୍ଫା ଫଟାଇଦିଏ, ପୁଣି, ଦ୍ରାକ୍ଷାରସ ଓ କୁମ୍ଫା ଉଭୟ ନଷ୍ଟ ହୁଏ । କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ଫାରେ ରଖିବା ଉଚିତ । PEPS
|
23. {ବିଶ୍ରାମବାରର ପ୍ରଭୁ} (ମାଥିଉ 12:1-8; ଲୂକ 6:1-5) PS ଥରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ, ଆଉ ତାହାଙ୍କ ଶିଷ୍ୟମାନେ ଯାଉ ଯାଉ ଶସ୍ୟର ଶିଁଷା ଛିଣ୍ଡାଇବାକୁ ଲାଗିଲେ ।
|
25. ଏମାନେ କାହିଁକି ତାହା କରୁଅଛନ୍ତି ?" ସେ ସେମାନଙ୍କୁ କହିଲେ, "ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କ'ଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ ?
|
26. ଅବିୟାଥର ମହାଯାଜକଙ୍କ ସମୟରେ ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ଭୋଜନ କରିଥିଲେ, ପୁଣି, ଆପଣା ସଙ୍ଗୀମମାନଙ୍କୁ ମଧ୍ୟ ଦେଇଥିଲେ ।"
|