ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ମାର୍କଲିଖିତ ସୁସମାଚାର
1. {#1ବାହିନୀ ଭୂତଗ୍ରସ୍ତ ଲୋକର ସୁସ୍ଥତା [BR](ମାଥିଉ 8:28-34; ଲୂକ 8:26-39) } [PS]ପରେ ସେମାନେ ସମୁଦ୍ରର ଅପର ପାର୍ଶ୍ୱସ୍ଥ ଗରାଶୀୟମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ ।
2. ଯୀଶୁ ନୌକାରୁ ଓହ୍ଲାଇବାମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା ।
3. ସେ ସମାଧି ସ୍ଥାନରେ ବାସ କରୁଥିଲା, ପୁଣି, କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ,
4. କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାର ବଳ ନ ଥିଲା ।
5. ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା ।
6. ସେ ଯୀଶୁଙ୍କୁ ଦୂରରୁ ଦେଖି ଦୌଡ଼ିଆସି ତାହାଙ୍କୁ ପ୍ରଣାମ କଲା,
7. ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ , ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ ।
8. କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, ରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା ।
9. ଆଉ ଯୀଶୁ ତାହାକୁ ପଚାରିଲେ, ତୋର ନାଁ କ'ଣ ? ସେ ତାହାକୁ କହିଲା, ମୋର ନାଁ ବାହିନୀ, ଯେଣୁ ଆମେ ଅନେକ ।
10. ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା ।
11. ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା ।
12. ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ ।
13. ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ି ମଲେ । ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇ ହଜାର ଥିଲା ।
14. ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଛି ବୋଲି ଦେଖିବାକୁ ଆସିଲେ ।
15. ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍ ଯାହାକୁ ପୁର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ ।
16. ଆଉ ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
17. ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ ।
18. ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୁର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା ।
19. କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ , ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହି ସବୁ ସେମାନଙ୍କୁ ଜଣାଅ ।
20. ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହି ସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ । [PE]
21. {#1ମୃତ ବାଳିକା ଜୀବିତ-ପ୍ରଦର ରୋଗଗ୍ରସ୍ତା ସୁସ୍ଥ [BR](ମାଥିଉ 9:18-26; ଲୂକ 8:40-56) } [PS]ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ ।
22. ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ,
23. ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ ।
24. ଏଥିରେ ସେ ତାହାଙ୍କ ସାଙ୍ଗରେ ଗଲେ, ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଯିବାକୁ ଲାଗିଲେ, ଆଉ ସେମାନେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ ।
25. ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,
26. ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,
27. ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳି ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା;
28. କାରଣ ସେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି ।
29. ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା ।
30. ସେହିକ୍ଷଣି ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳି ମଧ୍ୟରେ ବୁଲିପଡ଼ିି କହିଲେ, କିଏ ମୋହର ଲୁଗା ଛୁଇଁଲା ?
31. ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, କିଏ ମୋତେ ଛୁଇଁଲା ?
32. କିନ୍ତୁ ଯେ ଏହା କରିଥିଲା, ତାହାକୁ ଦେଖିବା ନିମନ୍ତେ ସେ ଚାରିଆଡ଼େ ଦୃଷ୍ଟିପାତ କରିବାକୁ ଲାଗିଲେ ।
33. ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା ।
34. ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ ।
35. ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷ୍ୟଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି ?
36. କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ପରି ସମାଜଗୃହର ଅଧ୍ୟକ୍ଷ୍ୟଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ୱାସ କର ।
37. ପୁଣି, ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ ।
38. ସେମାନେ ସମାଜଗୃହର ଅଧ୍ୟକ୍ଷ୍ୟଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ କରୁଥିବା ଦେଖିଲେ,
39. ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, କାହିଁକି କୋଳାହଳ ଓ ରୋଦନ କରୁଅଛ ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି। ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
40. କିନ୍ତୁ ସେ ସମସ୍ତଙ୍କୁ ବାହାର କରି ପିଲାର ବାପା ମା ଓ ଆପଣା ସଙ୍ଗୀମାନଙ୍କୁ ସାଙ୍ଗରେ ଘେନି, ପିଲାଟି ଯେଉଁ ସ୍ଥାନରେ ଥିଲା, ସେହି ସ୍ଥାନରେ ପ୍ରବେଶ କଲେ,
41. ଆଉ ପିଲାର ହାତ ଧରି ତାହାକୁ କହିଲେ, 'ଟଲିଥାକୁମ୍', ଅର୍ଥାତ୍ ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍ ।
42. ସେହିକ୍ଷଣି ବାଳିକାଟି ଉଠି ବୁଲାବୁଲି କରିବାକୁ ଲାଗିଲା; କାରଣ ତାହାର ବୟସ ବାର ବର୍ଷ ଥିଲା । ଏଥିରେ ସେମାନେ ଅତିଶୟ ଆଚମ୍ବିତ ହୋଇଗଲେ ।
43. ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ । [PE]
Total 16 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 16
1 2 3 4 5 6 7 8 9 10 11 12 13
14 15 16
ବାହିନୀ ଭୂତଗ୍ରସ୍ତ ଲୋକର ସୁସ୍ଥତା
(ମାଥିଉ 8:28-34; ଲୂକ 8:26-39)

1 ପରେ ସେମାନେ ସମୁଦ୍ରର ଅପର ପାର୍ଶ୍ୱସ୍ଥ ଗରାଶୀୟମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ । 2 ଯୀଶୁ ନୌକାରୁ ଓହ୍ଲାଇବାମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା । 3 ସେ ସମାଧି ସ୍ଥାନରେ ବାସ କରୁଥିଲା, ପୁଣି, କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ, 4 କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାର ବଳ ନ ଥିଲା । 5 ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା । 6 ସେ ଯୀଶୁଙ୍କୁ ଦୂରରୁ ଦେଖି ଦୌଡ଼ିଆସି ତାହାଙ୍କୁ ପ୍ରଣାମ କଲା, 7 ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ , ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ । 8 କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, ରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା । 9 ଆଉ ଯୀଶୁ ତାହାକୁ ପଚାରିଲେ, ତୋର ନାଁ କ'ଣ ? ସେ ତାହାକୁ କହିଲା, ମୋର ନାଁ ବାହିନୀ, ଯେଣୁ ଆମେ ଅନେକ । 10 ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା । 11 ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା । 12 ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ । 13 ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ି ମଲେ । ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇ ହଜାର ଥିଲା । 14 ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଛି ବୋଲି ଦେଖିବାକୁ ଆସିଲେ । 15 ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍ ଯାହାକୁ ପୁର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ । 16 ଆଉ ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । 17 ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ । 18 ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୁର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା । 19 କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ , ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହି ସବୁ ସେମାନଙ୍କୁ ଜଣାଅ । 20 ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହି ସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ । ମୃତ ବାଳିକା ଜୀବିତ-ପ୍ରଦର ରୋଗଗ୍ରସ୍ତା ସୁସ୍ଥ
(ମାଥିଉ 9:18-26; ଲୂକ 8:40-56)

21 ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ । 22 ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ, 23 ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ । 24 ଏଥିରେ ସେ ତାହାଙ୍କ ସାଙ୍ଗରେ ଗଲେ, ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଯିବାକୁ ଲାଗିଲେ, ଆଉ ସେମାନେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ । 25 ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ, 26 ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା, 27 ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳି ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା; 28 କାରଣ ସେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି । 29 ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା । 30 ସେହିକ୍ଷଣି ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳି ମଧ୍ୟରେ ବୁଲିପଡ଼ିି କହିଲେ, କିଏ ମୋହର ଲୁଗା ଛୁଇଁଲା ? 31 ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, କିଏ ମୋତେ ଛୁଇଁଲା ? 32 କିନ୍ତୁ ଯେ ଏହା କରିଥିଲା, ତାହାକୁ ଦେଖିବା ନିମନ୍ତେ ସେ ଚାରିଆଡ଼େ ଦୃଷ୍ଟିପାତ କରିବାକୁ ଲାଗିଲେ । 33 ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା । 34 ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ । 35 ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷ୍ୟଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି ? 36 କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ପରି ସମାଜଗୃହର ଅଧ୍ୟକ୍ଷ୍ୟଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ୱାସ କର । 37 ପୁଣି, ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ । 38 ସେମାନେ ସମାଜଗୃହର ଅଧ୍ୟକ୍ଷ୍ୟଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ କରୁଥିବା ଦେଖିଲେ, 39 ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, କାହିଁକି କୋଳାହଳ ଓ ରୋଦନ କରୁଅଛ ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି। ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। 40 କିନ୍ତୁ ସେ ସମସ୍ତଙ୍କୁ ବାହାର କରି ପିଲାର ବାପା ମା ଓ ଆପଣା ସଙ୍ଗୀମାନଙ୍କୁ ସାଙ୍ଗରେ ଘେନି, ପିଲାଟି ଯେଉଁ ସ୍ଥାନରେ ଥିଲା, ସେହି ସ୍ଥାନରେ ପ୍ରବେଶ କଲେ, 41 ଆଉ ପିଲାର ହାତ ଧରି ତାହାକୁ କହିଲେ, 'ଟଲିଥାକୁମ୍', ଅର୍ଥାତ୍ ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍ । 42 ସେହିକ୍ଷଣି ବାଳିକାଟି ଉଠି ବୁଲାବୁଲି କରିବାକୁ ଲାଗିଲା; କାରଣ ତାହାର ବୟସ ବାର ବର୍ଷ ଥିଲା । ଏଥିରେ ସେମାନେ ଅତିଶୟ ଆଚମ୍ବିତ ହୋଇଗଲେ । 43 ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ ।
Total 16 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 16
1 2 3 4 5 6 7 8 9 10 11 12 13
14 15 16
×

Alert

×

Oriya Letters Keypad References