2. ସେଥିରେ ତାହାଙ୍କ ପାଖରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି, ଲୋକସମୂହ କୂଳରେ ଠିଆ ହୋଇ ରହିଲେ । PEPS
|
10. {ଦୃଷ୍ଟାନ୍ତର ଉଦ୍ଦେଶ୍ୟ} PS ଏହାପରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛନ୍ତି ?
|
11. ସେ ଉତ୍ତର ଦେଲେ, କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ ।
|
12. ଯେଣୁ ଯାହାର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ । PEPS
|
13. ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛି ।
|
14. ଆଉ ଯିଶାଇୟଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
|
15. କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ । PEPS
|
17. କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହି ସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହି ସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ । PEPS
|
18. {ବୁଣାଳୀ ଦୃଷ୍ଟାନ୍ତର ତାତ୍ପର୍ଯ୍ୟ} (ମାର୍କ 4:13-20; ଲୂକ 8:11-15) PS ତେବେ ତୁମ୍ଭେମାନେ ବୀଜ ବୁଣାଳୀର ଦୃଷ୍ଟାନ୍ତ ଶୁଣ ।
|
19. ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ । PEPS
|
20. ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ,
|
21. ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ । PEPS
|
22. ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ ।
|
23. କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶିି ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ । PS
|
24. {ବାଳୁଙ୍ଗାର ଦୃଷ୍ଟାନ୍ତ} PS ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ୱର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣାଯାଇଥିବା ଜଣେ ବ୍ୟକ୍ତିଙ୍କ ସଦୃଶ;
|
27. ସେଥିରେ ଘରମାଲିକଙ୍କ ଦାସମାନେ ତାହାଙ୍କ ପାଖକୁ ଆସି କହିଲେ, ସାଆନ୍ତେ, ଆପଣ କ'ଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ ? ତେବେ ବାଳୁଙ୍ଗାଗୁଡ଼ିକ କେଉଁଠାରୁ ହେଲା ?
|
28. ସେ ସେମାନଙ୍କୁ କହିଲେ, ଜଣେ ଶତ୍ରୁ ଏହା କରିଅଛି । ପୁଣି, ଦାସମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କ'ଣ ଆପଣଙ୍କର ଇଚ୍ଛା ? PEPS
|
30. ଶସ୍ୟ ନ କାଟିବା ଯାଏ ଦୁହିଁକି ଏକାଠି ବଢ଼ିବାକୁ ଚାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋ ଅମାରରେ ସଂଗ୍ରହ କରି ରଖ । (ମାର୍କ 4:30-32; ଲୂକ 13:18,19) PEPS
|
31. {ସୋରିଷ ଦାନାର ଦୃଷ୍ଟାନ୍ତ} PS ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ୱର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତ୍ରରେ ବୁଣିଲା ।
|
32. ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାଗଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି । (ଲୂକ 13:20,21) PEPS
|
33. {ଖମୀର ଦୃଷ୍ଟାନ୍ତ} PS ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼େଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା । (ମାର୍କ 4:33,34) PEPS
|
34. {ଦୃଷ୍ଟାନ୍ତ ଓ ଭାବବାଣୀ} PS ଏହି ସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ଲୋକସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ,
|
35. ଯେପରି ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ୱାରା କଥା କହିବା, ଜଗତ ସୃଷ୍ଟି ଦିନରୁ ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା । PS
|
36. {ବାଳୁଙ୍ଗା ଦୃଷ୍ଟାନ୍ତର ତାତ୍ପର୍ଯ୍ୟ} PS ପରେ ସେ ଲୋକମାନଙ୍କୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ସ୍ପଷ୍ଟରୂପେ ବୁଝାଇ ଦିଅନ୍ତୁ ।
|
41. ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,
|
43. ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ । ଯାହାର କାନ ଅଛି, ସେ ଶୁଣୁ । PS
|
44. {ପୋତା ଧନର ଦୃଷ୍ଟାନ୍ତ} PS ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ । ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା । PS
|
45. {ବହୁମୂଲ୍ୟ ମୁକ୍ତାର ଦୃଷ୍ଟାନ୍ତ} PS ପୁନଶ୍ଚ, ସ୍ୱର୍ଗରାଜ୍ୟ ଉତ୍ତମ ଉତ୍ତମ ମୁକ୍ତା ଅନ୍ୱେଷଣ କରୁଥିବା ଜଣେ ବଣିକ ଭଳି ।
|
47. {ମାଛଧରା ଜାଲର ଦୃଷ୍ଟାନ୍ତ} PS ପୁନଶ୍ଚ, ସ୍ୱର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବ ପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣା ଜାଲ ସଦୃଶ ।
|
48. ତାହା ପୂର୍ଣ୍ଣ ହୁଅନ୍ତେ ଲୋକେ କୂଳକୁ ଟାଣି ଆଣିଲେ ପୁଣି, ବସି ଭଲଯାକ ଖାଳୋଇରେ ଏକାଠି କରି ରଖିଲେ କିନ୍ତୁ ମନ୍ଦ ଗୁଡ଼ାକ ଫୋପାଡ଼ିଦେଲେ । PEPS
|
52. ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ । PEPS
|
53. {ନାଜରିତରେ ଯୀଶୁ ଉପେକ୍ଷିତ} (ମାର୍କ 6:1-6; ଲୂକ 4:16-30) PS ଯୀଶୁ ଏହି ସମସ୍ତ ଦୃଷ୍ଟାନ୍ତ ସମାପ୍ତ କଲା ପରେ ସେହି ସ୍ଥାନରୁ ଚାଲିଗଲେ । PEPS
|
54. ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା ?
|
55. ଏ କି ସେହି ବଢ଼େଇର ପୁଅ ନୁହେଁ ? ଏହାର ମାଁ ନାମ କ'ଣ ମରିୟମ ନୁହେଁ ? ପୁଣି, ଏହାର ଭାଇମାନଙ୍କ ନାଁ କ'ଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ନୁହେଁ ?
|
57. ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ । କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଭାବବାଦୀ ନିଜ ପୈତୃକ ନଗର ଓ ସ୍ୱପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ ।
|