1. {ବାପ୍ତିଜକ ଯୋହନଙ୍କ ମୃତ୍ୟୁ} (ମାର୍କ 6:14-29; ଲୂକ 9:7-9) PS ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,
|
2. ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି । PEPS
|
3. ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ ।
|
5. ଆଉ, ସେ ତାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ । PEPS
|
6. କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା ।
|
9. ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ । PEPS
|
11. ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି, ସେ ଆପଣା ମାଁ ନିକଟକୁ ତାହା ନେଇଗଲା ।
|
13. {ପାଞ୍ଚ ରୁଟି ଦୁଇ ମାଛ} (ମାର୍କ 6:30-44; ଲୂକ 9:10-17; ଯୋହନ 6:1-14) PS ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ । ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍ଗମନ କଲେ;
|
14. ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ । PEPS
|
15. ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ଜନଶୂନ୍ୟ, ପୁଣି, ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ । PEPS
|
19. ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ ।
|
20. ପୁଣି, ସେମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ ।
|
22. {ଯୀଶୁଙ୍କ ପାଣି ଉପରେ ଚାଲିବା} (ମାର୍କ 6:45-52; ଯୋହନ 6:15-21) PS ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପରପାରିକୁ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ ।
|
23. ଲୋକସମୂୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ ।
|
26. ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ ।
|
28. ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ ।
|
30. ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ । PEPS
|
33. ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର । ଗିନ୍ନେସରତ୍ରେ ଯୀଶୁଙ୍କ ସୁସ୍ଥତା ପ୍ରଦାନ (ମାର୍କ 6:53-56) PEPS
|
35. ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ;
|
36. ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଧାର ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ । PE
|