1. {#1ଯୂନସଙ୍କ ଚିହ୍ନ [BR](ମାର୍କ 8:11-13; ଲୂକ 12:54-56) } [PS]ଫାରୂଶୀ ଓ ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ ।
2. କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ,କାରଣ ଆକାଶ ଲାଲ ହୋଇଅଛି । [PE]
3. [PS]ଆଉ ପ୍ରାତଃକାଳରେ କହିଥାଅ, ଆଜି ଝଡ଼ ହେବ, କାରଣ ଆକାଶ ଲାଲ ଓ ମେଘୁଆ ହୋଇଅଛି । ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ ?
4. ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ । ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ । [PE]
5. {#1ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର [BR](ମାର୍କ 8:14-21) } [PS]ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୁଟି ନେବାକୁ ପାସୋରି ଯାଇଅଛନ୍ତି ।
6. ଯୀଶୁ ସେମାନଙ୍କୁ କହିଲେ, ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ ।
7. ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି ।
8. କିନ୍ତୁ ଯୀଶୁ ତାହା ଜାଣି କହିଲେ, ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ ? [PE]
9. [PS]ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ବୁଝୁ ନାହଁ ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକାଇ ଉଠାଇଲ,
10. କିମ୍ବା ସେହି ଚାରି ହଜାର ଲୋକଙ୍କ ସାତୋଟି ରୁଟି, ପୁଣି, କେତେ ଟୋକେଇ ଉଠାଇଲ, ସେହି ସବୁ କି ତୁମ୍ଭର ମନେ ନାହିଁ ? [PE]
11. [PS]ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ ।
12. ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ । [PE]
13. {#1ଯୀଶୁଙ୍କୁ ଖ୍ରୀଷ୍ଟ ରୂପେ ପିତରଙ୍କ ସ୍ୱୀକାର [BR](ମାର୍କ 8:27-30; ଲୂକ 9:18-21) } [PS]ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମନୁଷ୍ୟପୁତ୍ର କିଏ ବୋଲି ଲୋକେ କ'ଣ କହନ୍ତି ?
14. ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲିୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।
15. ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ ?
16. ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ୱରଙ୍କ ପୁତ୍ର । [PE]
17. [PS]ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି ।
18. ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ । [PE]
19. [PS]ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର କଞ୍ଚି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ ।
20. ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ । [PE]
21. {#1ନିଜ ମୃତ୍ୟୁ ଏବଂ ଉତ୍ଥାନ ବିଷୟରେ ଯୀଶୁଙ୍କ ସୂଚନା [BR](ମାର୍କ 8:31-33; ଲୂକ 9:22) } [PS]ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ ।
22. ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ୱର ଆପଣଙ୍କୁ ଦୟା କରନ୍ତୁ, ନା ପ୍ରଭୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ ।
23. କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ୱରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ । [PE]
24. {#1ଯୀଶୁଙ୍କ ଅନୁଗମନକାରୀ ହେବାର ଅର୍ଥ [BR](ମାର୍କ 8:34—9:1; ଲୂକ 9:23-27) } [PS]ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ ।
25. କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ ।
26. ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କ'ଣ ଦେବ ? [PE]
27. [PS]ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।
28. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ । [PE]