ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମାଥିଉଲିଖିତ ସୁସମାଚାର
1. {ଯୀଶୁଙ୍କ ରୂପାନ୍ତରଣ} (ମାର୍କ 9:2-13; ଲୂକ 9:28-36) [PS] ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଇ ପୃଥକ କରି ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ ।
2. ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା । [PE][PS]
3. ପୁଣି, ଦେଖ, ମୋଶା ଓ ଏଲିୟ ତାହାଙ୍କ ସହିତ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା ।
4. ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆପଣଙ୍କର ଇଚ୍ଛା ହେଲେ ମୁଁ ଏଠାରେ ତିନୋଟି କୁଟୀର ନିର୍ମାଣ କରିବି, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲିୟଙ୍କ ପାଇଁ ଗୋଟିଏ । [PE][PS]
5. ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ" ଏହାଙ୍କ ବାକ୍ୟ ଶୁଣ ।
6. ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଓ ଅତିଶୟ ଭୀତ ହେଲେ ।
7. ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, ଉଠ, ଭୟ କର ନାହିଁ ।
8. ପୁଣି, ସେମାନେ ଉପରକୁ ଚାହିଁ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ । [PE][PS]
9. ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ନ ଉଠିବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକୁ କୁହ ନାହିଁ ।
10. ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲିୟଙ୍କର ଆଗମନ ହେବ ? [PE][PS]
11. ସେ ଉତ୍ତର ଦେଲେ, ଏଲିୟ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ,
12. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲିୟ ତ ଆସି ସାରିଲେଣି, ମାତ୍ର ଲୋକେ ତାହାଙ୍କୁ ନ ଚିହ୍ନି ଯାହା ଇଚ୍ଛା, ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି । ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହାତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି ।
13. ସେ ଯେ ସେମାନଙ୍କୁ ବାପ୍ତିଜକ ଯୋହନଙ୍କ ବିଷୟରେ କହିଲେ, ଶିଷ୍ୟମାନେ ସେତେବେଳେ ତାହା ବୁଝିଲେ । [PE][PS]
14. {ଭୂତଗ୍ରସ୍ତ ବାଳକର ସୁସ୍ଥତା} (ମାର୍କ 9:14-29; ଲୂକ 9:37-43) [PS] ପରେ ସେମାନେ ଲୋକମାନଙ୍କ ନିକଟକୁ ଆସନ୍ତେ ଜଣେ ଲୋକ ତାହାଙ୍କ ନିକଟକୁ ଆସି ଆଣ୍ଠୋଇପଡ଼ି କହିଲା,
15. ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି ।
16. ମୁଁ ଆପଣଙ୍କ ଶିଷ୍ୟମାନଙ୍କ ନିକଟକୁ ତାହାକୁ ଆଣିଥିଲି, ମାତ୍ର ସେମାନେ ତାହାକୁ ସୁସ୍ଥ କରି ପାରିଲେ ନାହିଁ । [PE][PS]
17. ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି ? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି ? ତାହାକୁ ଏଠିକି ମୋ ପାଖକୁ ଆଣ ।
18. ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା । [PE][PS]
19. ଏହାପରେ ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ ।
20. ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ 'ଏଠାରୁ ସେଠାକୁ ଘୁଞ୍ଚିଯା' ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ ।
21. [କିନ୍ତୁ ପ୍ରାର୍ଥନା ଓ ଉପବାସ ବିନା ଅନ୍ୟ କୌଣସି ଉପାୟରେ ଏପ୍ରକାର ଭୂତ ବାହାରିଯାଏ ନାହିଁ ।] [PE][PS]
22. {ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ପୁନଃସୂଚନା} (ମାର୍କ 9:30-32; ଲୂକ 9:43-45) [PS] ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,
23. ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ । ଏଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହେଲେ । [PS]
24. {ଯୀଶୁ ଏବଂ ମନ୍ଦିରର କର} [PS] ଏଥିମଧ୍ୟରେ ସେମାନେ କଫର୍ନାହୂମକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କ'ଣ ମନ୍ଦିରର କର ଦିଅନ୍ତି ନାହିଁ ?
25. ସେ କହିଲେ, ହଁ, ଦିଅନ୍ତି । ଆଉ ସେ ଘରକୁ ଆସିଲା ପରେ ଯୀଶୁ ଆଗେ ତାହାକୁ କହିଲେ, ଶିମୋନ, ତୁମ୍ଭର ମତ କ'ଣ ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ୱ ନିଅନ୍ତି ? ସେମାନଙ୍କ ସନ୍ତାନଗଣଙ୍କଠାରୁ କିମ୍ବା ବିଦେଶୀମାନଙ୍କଠାରୁ ? [PE][PS]
26. ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, ତେବେ ତ ପୁତ୍ରମାନେ ମୁକ୍ତ ।
27. କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନ୍‍ଶୀ କଣ୍ଟା ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ । [PE]

Notes

No Verse Added

Total 28 Chapters, Current Chapter 17 of Total Chapters 28
ମାଥିଉଲିଖିତ ସୁସମାଚାର 17:21
1. {ଯୀଶୁଙ୍କ ରୂପାନ୍ତରଣ} (ମାର୍କ 9:2-13; ଲୂକ 9:28-36) PS ଛଅ ଦିନ ପରେ ଯୀଶୁ ପିତର, ଯାକୁବ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଇ ପୃଥକ କରି ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ
2. ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା PEPS
3. ପୁଣି, ଦେଖ, ମୋଶା ଏଲିୟ ତାହାଙ୍କ ସହିତ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା
4. ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, ଆମ୍ଭେମାନେ ଯେ ସ୍ଥାନରେ ଅଛୁ, ଏହା ଉତ୍ତମ; ଆପଣଙ୍କର ଇଚ୍ଛା ହେଲେ ମୁଁ ଏଠାରେ ତିନୋଟି କୁଟୀର ନିର୍ମାଣ କରିବି, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଏଲିୟଙ୍କ ପାଇଁ ଗୋଟିଏ PEPS
5. ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ" ଏହାଙ୍କ ବାକ୍ୟ ଶୁଣ
6. ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଅତିଶୟ ଭୀତ ହେଲେ
7. ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, ଉଠ, ଭୟ କର ନାହିଁ
8. ପୁଣି, ସେମାନେ ଉପରକୁ ଚାହିଁ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ PEPS
9. ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ଉଠିବା ପର୍ଯ୍ୟନ୍ତ ଦର୍ଶନର କଥା କାହାରିକୁ କୁହ ନାହିଁ
10. ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲିୟଙ୍କର ଆଗମନ ହେବ ? PEPS
11. ସେ ଉତ୍ତର ଦେଲେ, ଏଲିୟ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ,
12. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲିୟ ଆସି ସାରିଲେଣି, ମାତ୍ର ଲୋକେ ତାହାଙ୍କୁ ଚିହ୍ନି ଯାହା ଇଚ୍ଛା, ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହାତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି
13. ସେ ଯେ ସେମାନଙ୍କୁ ବାପ୍ତିଜକ ଯୋହନଙ୍କ ବିଷୟରେ କହିଲେ, ଶିଷ୍ୟମାନେ ସେତେବେଳେ ତାହା ବୁଝିଲେ PEPS
14. {ଭୂତଗ୍ରସ୍ତ ବାଳକର ସୁସ୍ଥତା} (ମାର୍କ 9:14-29; ଲୂକ 9:37-43) PS ପରେ ସେମାନେ ଲୋକମାନଙ୍କ ନିକଟକୁ ଆସନ୍ତେ ଜଣେ ଲୋକ ତାହାଙ୍କ ନିକଟକୁ ଆସି ଆଣ୍ଠୋଇପଡ଼ି କହିଲା,
15. ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଥରକୁଥର ପାଣିରେ ପଡ଼ୁଅଛି
16. ମୁଁ ଆପଣଙ୍କ ଶିଷ୍ୟମାନଙ୍କ ନିକଟକୁ ତାହାକୁ ଆଣିଥିଲି, ମାତ୍ର ସେମାନେ ତାହାକୁ ସୁସ୍ଥ କରି ପାରିଲେ ନାହିଁ PEPS
17. ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି ? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି ? ତାହାକୁ ଏଠିକି ମୋ ପାଖକୁ ଆଣ
18. ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା PEPS
19. ଏହାପରେ ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ
20. ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ 'ଏଠାରୁ ସେଠାକୁ ଘୁଞ୍ଚିଯା' ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ
21. କିନ୍ତୁ ପ୍ରାର୍ଥନା ଉପବାସ ବିନା ଅନ୍ୟ କୌଣସି ଉପାୟରେ ଏପ୍ରକାର ଭୂତ ବାହାରିଯାଏ ନାହିଁ PEPS
22. {ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ପୁନଃସୂଚନା} (ମାର୍କ 9:30-32; ଲୂକ 9:43-45) PS ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,
23. ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ ଏଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହେଲେ PS
24. {ଯୀଶୁ ଏବଂ ମନ୍ଦିରର କର} PS ଏଥିମଧ୍ୟରେ ସେମାନେ କଫର୍ନାହୂମକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କ'ଣ ମନ୍ଦିରର କର ଦିଅନ୍ତି ନାହିଁ ?
25. ସେ କହିଲେ, ହଁ, ଦିଅନ୍ତି ଆଉ ସେ ଘରକୁ ଆସିଲା ପରେ ଯୀଶୁ ଆଗେ ତାହାକୁ କହିଲେ, ଶିମୋନ, ତୁମ୍ଭର ମତ କ'ଣ ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ୱ ନିଅନ୍ତି ? ସେମାନଙ୍କ ସନ୍ତାନଗଣଙ୍କଠାରୁ କିମ୍ବା ବିଦେଶୀମାନଙ୍କଠାରୁ ? PEPS
26. ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, ତେବେ ପୁତ୍ରମାନେ ମୁକ୍ତ
27. କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନ୍‍ଶୀ କଣ୍ଟା ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ତୁମ୍ଭ ପାଇଁ ସେମାନଙ୍କୁ ଦିଅ PE
Total 28 Chapters, Current Chapter 17 of Total Chapters 28
×

Alert

×

oriya Letters Keypad References