ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମାଥିଉଲିଖିତ ସୁସମାଚାର
1. {#1ସବୁଠାରୁ ଶ୍ରେଷ୍ଠ ସବୁଠାରୁ ନମ୍ର [BR](ମାର୍କ 9:33-37; ଲୂକ 9:46-48) } [PS]ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ ?
2. ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ,
3. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ । [PE]
4. [PS]ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ ।
5. ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; [PE]
6. {#1ବିଶ୍ୱାସରେ ବିଘ୍ନକାରୀର ଦଣ୍ଡ [BR](ମାର୍କ 9:42-48; ଲୂକ 17:1,2) }
7. [PS]କିନ୍ତୁ ଯେ କେହି ମୋଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା । [PE][PS]ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର ।
8. ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । [PE]
9.
10. [PS]ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । [PE]{#1ହଜିଲା ମେଣ୍ଢାର ଦୃଷ୍ଟାନ୍ତ [BR](ଲୂକ 15:3-7) } [PS]ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି ।
11. [କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି ।] [PE]
12. [PS]ତୁମ୍ଭେମାନେ କ'ଣ ମନେ କଲ ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କ'ଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ ?
13. ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି,ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ ।
14. ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ । [PE]
15. {#1ପାପ କରିଥିବା ଭାଇ ସମ୍ବନ୍ଧରେ [BR](ଲୂକ 17:3; ଗାଲାତୀୟ 6:1; ଯାକୁବ 5:19,20) } [PS]ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ ।
16. କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ । [PE]
17.
18. [PS]ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୂଦୀ ଓ କରଗ୍ରାହୀ ପରି ହେଉ । [PE][PS]ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହି ସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହି ସବୁ ମୁକ୍ତ ରହିବ ।
19. ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ ।
20. କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି । [PE]
21. {#1କ୍ଷମା ନ ଦେବା ଦାସର ଦୃଷ୍ଟାନ୍ତ [BR](ଲୂକ 17:3,4) } [PS]ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି ?
22. କି ସାତ ଥର ପର୍ଯ୍ୟନ୍ତ ? ଯୀଶୁ ତାହାଙ୍କୁ କହିଲେ, ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ, [PE]
23. [PS]ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ । ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ ।
24. ସେ ହିସାବ ଆରମ୍ଭ କରନ୍ତେ ତିନି କୋଟି ଟଙ୍କା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା ।
25. କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲାପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ । [PE]
26. [PS]ତେଣୁ ସେହି ଦାସ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ଆପଣ ମୋ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣକୁ ସବୁ ପରିଶୋଧ କରିଦେବି ।
27. ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ । [PE]
28. [PS]କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ପଚାଶ ଟଙ୍କା ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ ।
29. ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ଆପଣ ମୋ' ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି । [PE]
30. [PS]ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା ।
31. ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ । [PE]
32. [PS]ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡ଼କାଇ କହିଲେ ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି;
33. ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହ ଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା ? [PE]
34. [PS]ଆଉ, ତାହାର ପ୍ରଭୁ ରାଗିଯାଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହାତରେ ସମର୍ପଣ କଲେ ।
35. ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ । [PE]
Total 28 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 18 / 28
ସବୁଠାରୁ ଶ୍ରେଷ୍ଠ ସବୁଠାରୁ ନମ୍ର
(ମାର୍କ 9:33-37; ଲୂକ 9:46-48)

1 ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ ? 2 ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ, 3 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ । 4 ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ । 5 ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ବିଶ୍ୱାସରେ ବିଘ୍ନକାରୀର ଦଣ୍ଡ
(ମାର୍କ 9:42-48; ଲୂକ 17:1,2)

6 7 କିନ୍ତୁ ଯେ କେହି ମୋଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା । ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର । 8 ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । 9 10 ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । ହଜିଲା ମେଣ୍ଢାର ଦୃଷ୍ଟାନ୍ତ
(ଲୂକ 15:3-7)
ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି । 11 [କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି ।] 12 ତୁମ୍ଭେମାନେ କ'ଣ ମନେ କଲ ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କ'ଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ ? 13 ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି,ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ । 14 ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ । ପାପ କରିଥିବା ଭାଇ ସମ୍ବନ୍ଧରେ
(ଲୂକ 17:3; ଗାଲାତୀୟ 6:1; ଯାକୁବ 5:19,20)

15 ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ । 16 କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ । 17 18 ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୂଦୀ ଓ କରଗ୍ରାହୀ ପରି ହେଉ । ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହି ସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହି ସବୁ ମୁକ୍ତ ରହିବ । 19 ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ । 20 କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି । କ୍ଷମା ନ ଦେବା ଦାସର ଦୃଷ୍ଟାନ୍ତ
(ଲୂକ 17:3,4)

21 ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି ? 22 କି ସାତ ଥର ପର୍ଯ୍ୟନ୍ତ ? ଯୀଶୁ ତାହାଙ୍କୁ କହିଲେ, ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ, 23 ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ । ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ । 24 ସେ ହିସାବ ଆରମ୍ଭ କରନ୍ତେ ତିନି କୋଟି ଟଙ୍କା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା । 25 କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲାପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ । 26 ତେଣୁ ସେହି ଦାସ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ଆପଣ ମୋ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣକୁ ସବୁ ପରିଶୋଧ କରିଦେବି । 27 ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ । 28 କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ପଚାଶ ଟଙ୍କା ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ । 29 ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ଆପଣ ମୋ' ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି । 30 ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା । 31 ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ । 32 ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡ଼କାଇ କହିଲେ ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି; 33 ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହ ଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା ? 34 ଆଉ, ତାହାର ପ୍ରଭୁ ରାଗିଯାଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହାତରେ ସମର୍ପଣ କଲେ । 35 ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ ।
Total 28 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 18 / 28
×

Alert

×

Oriya Letters Keypad References