ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମାଥିଉଲିଖିତ ସୁସମାଚାର
1. {ପୂର୍ବଦେଶୀୟ ପଣ୍ଡିତ} [PS] ହେରୋଦ ରାଜାଙ୍କ ସମୟରେ ଯିହୂଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବଦେଶର କେତେକ ପଣ୍ଡିତ ଯିରୂଶାଲମକୁ ଆସି କହିଲେ,
2. "ଯିହୂଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ ।"
3. ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍‌ବିଗ୍ନ ହେଲେ; [PE][PS]
4. ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିନେବାକୁ ଚେଷ୍ଟା କଲେ ।
5. ସେମାନେ ତାହାଙ୍କୁ କହିଲେ, "ଯିହୂଦା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖା ଅଛି, [QBR]
6. 'ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋ'ଠାରୁ ଆସିବେ ।'" [PE][PS]
7. ତା'ପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ ।
8. ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, "ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା ।" [PE][PS]
9. ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା ।
10. ସେମାନେ ତାରା ଦେଖି ମହାନନ୍ଦରେ ଅତିଶୟ ଆନନ୍ଦିତ ହେଲେ, [PE][PS]
11. ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରିୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ ।
12. ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ । [PS]
13. {ମିସରକୁ ପଳାୟନ} [PS] ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, "ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ ।"
14. ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ,
15. ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ । [PS]
16. {ହେରୋଦଙ୍କ ଶିଶୁ ହତ୍ୟା} [PS] ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ । [PE][PS]
17. ସେତେବେଳେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, [QBR]
18. "ରାମାରେ ସ୍ୱର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ ସେମାନେ ନାହାଁନ୍ତି ବୋଲି ସେ ସାନ୍ତ୍ୱନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ ।" [PS]
19. {ନାଜରିତକୁ ପ୍ରତ୍ୟାବର୍ତ୍ତନ} [PS] ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ,
20. "ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି ।"
21. ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ । [PE][PS]
22. ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ
23. ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, "ସେ ନାଜରିତୀୟ ବୋଲି ଖ୍ୟାତ ହେବେ" । [PE]

Notes

No Verse Added

Total 28 Chapters, Current Chapter 2 of Total Chapters 28
ମାଥିଉଲିଖିତ ସୁସମାଚାର 2:56
1. {ପୂର୍ବଦେଶୀୟ ପଣ୍ଡିତ} PS ହେରୋଦ ରାଜାଙ୍କ ସମୟରେ ଯିହୂଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବଦେଶର କେତେକ ପଣ୍ଡିତ ଯିରୂଶାଲମକୁ ଆସି କହିଲେ,
2. "ଯିହୂଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ ।"
3. ଏହା ଶୁଣି ହେରୋଦ ରାଜା ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍‌ବିଗ୍ନ ହେଲେ; PEPS
4. ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିନେବାକୁ ଚେଷ୍ଟା କଲେ
5. ସେମାନେ ତାହାଙ୍କୁ କହିଲେ, "ଯିହୂଦା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖା ଅଛି,
6. 'ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋ'ଠାରୁ ଆସିବେ ।'" PEPS
7. ତା'ପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ
8. ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, "ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା ।" PEPS
9. ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା
10. ସେମାନେ ତାରା ଦେଖି ମହାନନ୍ଦରେ ଅତିଶୟ ଆନନ୍ଦିତ ହେଲେ, PEPS
11. ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରିୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଗନ୍ଧରସ ଉପହାର ଦେଲେ
12. ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ PS
13. {ମିସରକୁ ପଳାୟନ} PS ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, "ଉଠ, ଶିଶୁ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ ।"
14. ଏଥିରେ ସେ ଉଠି ରାତ୍ରିରେ ଶିଶୁ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ,
15. ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ PS
16. {ହେରୋଦଙ୍କ ଶିଶୁ ହତ୍ୟା} PS ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ PEPS
17. ସେତେବେଳେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା,
18. "ରାମାରେ ସ୍ୱର ଶୁଣାଗଲା, ରୋଦନ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ ସେମାନେ ନାହାଁନ୍ତି ବୋଲି ସେ ସାନ୍ତ୍ୱନାର କଥା ମାନିବାକୁ ଇଚ୍ଛା କରୁ ଥିଲେ ।" PS
19. {ନାଜରିତକୁ ପ୍ରତ୍ୟାବର୍ତ୍ତନ} PS ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ,
20. "ଉଠ, ଶିଶୁ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି ।"
21. ସେଥିରେ ସେ ଉଠି ଶିଶୁ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ PEPS
22. ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ
23. ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, "ସେ ନାଜରିତୀୟ ବୋଲି ଖ୍ୟାତ ହେବେ" PE
Total 28 Chapters, Current Chapter 2 of Total Chapters 28
×

Alert

×

oriya Letters Keypad References