1. {ଯୀଶୁଙ୍କ ବିଜୟ ଯାତ୍ରା} (ମାର୍କ 11:1-11; ଲୂକ 19:28-40; ଯୋହନ 12:12-19) PS ଯେତେବେଳେ ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ବୈଥ୍ଫାଗୀ ଓ ଜୀତପର୍ବତ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଦୁଇ ଶିଷ୍ୟଙ୍କୁ ଏହି କଥା କହି ପଠାଇଲେ ।
|
2. ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବାମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ ।
|
3. ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି । ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ ।
|
5. ସିୟୋନର କନ୍ୟାକୁ କୁହ, ଦେଖ୍ , ତୋର ରାଜା ତୋ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ ।
|
8. ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇଦେବାକୁ ଲାଗିଲେ ।
|
9. ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା ।
|
12. {ଯୀଶୁଙ୍କ ମନ୍ଦିର ପରିଷ୍କାର} (ମାର୍କ 11:15-19; ଲୂକ 19:45-48; ଯୋହନ 2:13-22) PS ପରେ ଯୀଶୁ ଈଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
|
13. ଆଉ ଯୀଶୁ ସେମାନଙ୍କୁ କହିଲେ, ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାୟତମାନଙ୍କ ବାସସ୍ଥାନ କରୁଅଛ ।
|
15. କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦ ସନ୍ତାନ ବୋଲି ଉଚ୍ଚ ସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,
|
16. ପୁଣି, ତାହାଙ୍କୁ ପଚାରିଲେ, ଏମାନେ କ'ଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ ? ଯୀଶୁ ସେମାନଙ୍କୁ କହିଲେ, ହଁ, ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ, ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ ?
|
17. ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ନଗରରୁ ବାହାରି ବେଥନିଆକୁ ଯାଇ ସେଠାରେ ରାତି କଟାଇଲେ । (ମାର୍କ 11:12-14,20-24) PEPS
|
19. ଆଉ ବାଟ ପାଖରେ ଗୋଟିଏ ଡିମ୍ବିରି ଗଛ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, ଆଉ କଦାପି ତୋଠାରେ ଫଳ ନ ହେଉ । ସେଥିରେ ସେହିକ୍ଷଣି ସେହି ଡିମ୍ବିରି ଗଛ ଶୁଖିଗଲା ।
|
21. ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରି ଗଛ ପ୍ରତି ଯେପରି କରାଯାଇଅଛି, କେବଳ ଯେ ସେପରି କରିବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ତୁ ଉଠି ସମୁଦ୍ରରେ ଯାଇ ପଡ଼ ବୋଲି କହିବ, ତାହାହେଲେ ତାହା ହେବ ।
|
23. {ଯୀଶୁଙ୍କର ଅଧିକାରକୁ ଆହ୍ୱାନ} (ମାର୍କ 11:27-33; ଲୂକ 20:1-8) PS ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା ?
|
24. ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ।
|
25. ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା ? ସ୍ୱର୍ଗରୁ ବା ମନୁଷ୍ୟଠାରୁ ? ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ ?
|
26. କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି ।
|
27. ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ । ସେ ମଧ୍ୟ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ । PS
|
28. {ଦୁଇ ପୁଅଙ୍କ ଦୃଷ୍ଟାନ୍ତ} PS ମାତ୍ର ତୁମ୍ଭେମାନେ କ'ଣ ମନେ କର ? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ । ସେ ପ୍ରଥମ ନିକଟକୁ ଆସି କହିଲେ, ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର ।
|
30. ପୁଣି, ସେ ଦ୍ୱିତୀୟ ପାଖକୁ ଆସି ସେହି ପ୍ରକାର କହିଲେ । ସେ ଉତ୍ତର ଦେଲା, ଆଜ୍ଞା, ମୁଁ ଯାଉଅଛି, କିନ୍ତୁ ଗଲା ନାହିଁ ।
|
31. ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା ? ସେମାନେ କହିଲେ, "ପ୍ରଥମ ଜଣକ" । ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି ।
|
32. କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରି ପାର, ଏଥି ନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ । ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ । PEPS
|
33. {ଦ୍ରାକ୍ଷାକ୍ଷେତ୍ରରେ ଦୁଷ୍ଟ ଭାଗଚାଷୀଙ୍କ ଦୃଷ୍ଟାନ୍ତ} (ମାର୍କ 12:1-12; ଲୂକ 20:9-19) PS ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ ।
|
35. କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫପାଡ଼ି ମାରିପକାଇଲେ ।
|
38. ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ ।
|
41. ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁରଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ ।
|
42. ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ ?
|
43. ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ିନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।
|
44. ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ ।
|
45. ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହି ସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ ।
|
46. ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ । PE
|