1. {ମନ୍ଦିର ଧ୍ୱଂସ ବିଷୟର ସୂଚନା} PS ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ପାଇଁ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ସେ ସେମାନଙ୍କୁ କହିଲେ,
|
2. ତୁମ୍ଭେମାନେ କ'ଣ ଏହି ସମସ୍ତ ଦେଖୁ ନାହଁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ । PEPS
|
3. {ଯୁଗ ଶେଷର ଲକ୍ଷଣ} (ମାର୍କ 13:3-13; ଲୂକ 21:7-19) PS ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ ।
|
6. ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ । କାରଣ ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ ।
|
7. କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ ।
|
9. ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ।
|
14. ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ । PEPS
|
15. {ମହାସଙ୍କଟର ଦିନ ଆରମ୍ଭ} (ମାର୍କ 13:14-23; ଲୂକ 21:20-24) PS ଏଣୁ ତୁମ୍ଭେମାନେ ଯେତେବେଳେ ଦାନିଏଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),
|
21. କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ ।
|
22. ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ ।
|
23. ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିବା 'ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ ।
|
24. କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ ।
|
26. ଅତଏବ, 'ଦେଖ, ସେ ପ୍ରାନ୍ତରରେ ଅଛନ୍ତି', ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; 'ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି', ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ ।
|
29. {ମନୁଷ୍ୟପୁତ୍ରଙ୍କ ପୁନରାଗମନ} (ମାର୍କ 13:24-27; ଲୂକ 21:25-28) PS ମାତ୍ର ସେହି ସମୟର କଷ୍ଟ ପରେ ହଠାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ ।
|
30. ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।
|
31. ଆଉ, ସେ ମହାତୂରୀଧ୍ୱନି ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ । PEPS
|
32. {ଡିମ୍ବିରି ବୃକ୍ଷରୁ ଶିକ୍ଷା} (ମାର୍କ 13:28-31; ଲୂକ 21:29-33) PS ଡିମ୍ବିରି ଗଛରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା କୋମଳ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;
|
34. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।
|
35. ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ । (ମାର୍କ 13:32-37; ଲୂକ 17:26-30,34-36) PEPS
|
36. {ଆଗମନର ଦିନ ଓ ଦଣ୍ଡ ଅଜ୍ଞାତ} PS କିନ୍ତୁ ସେହି ଦିନ ଓ ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗର ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ମାତ୍ର ପିତା ଜାଣନ୍ତି ।
|
38. କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ,
|
39. ପୁଣି, ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାର ହେବ ।
|
43. କିନ୍ତୁ ଏହା ଜାଣିଥାଅ, କେଉଁ ପ୍ରହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯେବେ ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ପ୍ରବେଶ କରିବାକୁ ଦିଅନ୍ତେ ନାହିଁ ।
|
44. ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ । PEPS
|
45. {ବିଶ୍ୱସ୍ତ ଏବଂ ଦୁଷ୍ଟ ଦାସ} (ଲୂକ 12:41-48) PS ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ ?
|
50. ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ସମୟରେ ସେ ଜାଣି ନ ଥିବ, ସେହି ଦିନ ସେହି ସମୟରେ ତାହାର ପ୍ରଭୁ ଆସିବେ,
|
51. ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ । PE
|