1. {ବାପ୍ତିଜକ ଯୋହନଙ୍କ ପ୍ରଚାର} PS ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,
|
3. ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, "ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର ।" PEPS
|
4. ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା ।
|
5. ସେତେବେଳେ ଯିରୂଶାଲମ ଓ ସମସ୍ତ ଯିହୂଦା ପ୍ରଦେଶ ପୁଣି, ଯର୍ଦନ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାହାଙ୍କ ପାଖକୁ ଆସିବାକୁ ଲାଗିଲେ,
|
7. କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, "ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
|
9. ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି । PEPS
|
10. ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।
|
11. ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ ।
|
12. ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ ।" (ମାର୍କ 1:9-11; ଲୂକ 3:21,22; ଯୋହନ 1:31-34) PEPS
|
13. {ଯୀଶୁଙ୍କ ଜଳଦୀକ୍ଷା ଗ୍ରହଣ} PS ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦନକୁ ଆସିଲେ ।
|
14. କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି ?
|
15. ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ ।" ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ । PEPS
|
16. ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଈଶ୍ୱରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ ।
|