1. {ଯୀଶୁ ପରୀକ୍ଷାର ସମ୍ମୁଖୀନ} (ମାର୍କ 1:12-13; ଲୂକ 4:1-13) PS ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ,
|
3. ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, "ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡିକୁ ରୁଟି ହେବା ପାଇଁ ଆଜ୍ଞା ଦିଅ ।"
|
4. କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖା ଅଛି, 'ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।'" PEPS
|
6. ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖା ଅଛି, ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ । PEPS
|
8. ପୁଣି, ଥରେ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେ ସବୁର ଏୗଶ୍ୱର୍ଯ୍ୟ ଦେଖାଇ କହିଲା,
|
10. ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ । PEPS
|
11. ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ । (ମାର୍କ 1:14,15; ଲୂକ 4:14,15,31) PEPS
|
12. {ଯୀଶୁଙ୍କ ସେବାକାର୍ଯ୍ୟ ଆରମ୍ଭ} PS ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ;
|
13. ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲୀ ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ, PEPS
|
16. ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା । PEPS
|
17. ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, "ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।" PEPS
|
18. {ପ୍ରଥମ ଶିଷ୍ୟଙ୍କୁ ଆହ୍ୱାନ} (ମାର୍କ 1:16-20; ଲୂକ 5:1-11; ଯୋହନ 1:35-42) PS ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ ।
|
21. ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ ।
|
23. {ଯୀଶୁଙ୍କ ସେବାକାର୍ଯ୍ୟ} (ଲୂକ 6:17-19) PS ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ,
|
24. ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ ।
|
25. ପୁଣି, ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୂଦା ପ୍ରଦେଶ ଓ ଯର୍ଦନର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଛରେ ଗଲେ । PE
|