1. {ଦାନଧର୍ମ} PS ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ ।
|
2. ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି । ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି । PEPS
|
5. {ପ୍ରଭୁଙ୍କ ଆଦର୍ଶ ପ୍ରାର୍ଥନା} (ଲୂକ 11:2-4) PS ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।
|
6. କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର କବାଟ ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ ।
|
7. ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୂଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି । PEPS
|
8. ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କ'ଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ୱର ତାହା ଜାଣନ୍ତି ।
|
9. ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ ।
|
13. ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ । PEPS
|
14. କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;
|
15. କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ । PS
|
16. {ପ୍ରକୃତ ଉପବାସ} PS ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।
|
18. ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ । (ଲୂକ 12:33,34) PEPS
|
19. {ସ୍ୱର୍ଗରେ ସଂଞ୍ଚିତ ଧନ} PS ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;
|
20. ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,
|
22. {ଶରୀରର ଜ୍ୟୋତିଃ} (ଲୂକ 11:34-36) PS ଚକ୍ଷୁ ଶରୀରର ପ୍ରଦୀପ । ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ ।
|
23. କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର ! PEPS
|
24. {ଈଶ୍ୱର ଓ ଧନ} (ଲୂକ 12:22-31) PS କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ । PEPS
|
25. {ଚିନ୍ତିତ ନ ହୁଅ} (ଲୂକ 10:41) PS ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ ବା କ'ଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ । ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ ?
|
26. ଆକାଶର ପକ୍ଷୀଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି । ତୁମ୍ଭମାନେ କ'ଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ ? PEPS
|
28. ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ ? କ୍ଷେତ୍ରର ଫୁଲଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ,
|
29. ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଏୗଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ । PEPS
|
30. କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲ୍ଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ ?
|
32. କାରଣ ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି । ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି ।
|
33. କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ ।
|
34. ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ । ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ । PE
|