ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ମାଥିଉଲିଖିତ ସୁସମାଚାର
1. {#1ଦାନଧର୍ମ } [PS]ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ ।
2. ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି । ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି । [PE]
3. [PS]କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କ'ଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ,
4. ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ । [PE]
5. {#1ପ୍ରଭୁଙ୍କ ଆଦର୍ଶ ପ୍ରାର୍ଥନା [BR](ଲୂକ 11:2-4) } [PS]ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।
6. କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର କବାଟ ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ ।
7. ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୂଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି । [PE]
8. [PS]ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କ'ଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ୱର ତାହା ଜାଣନ୍ତି ।
9. ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ । [PE]
10. [QS]ତୁମ୍ଭର ରାଜ୍ୟ ଆସୁ । ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ । [QE]
11. [QS]ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ । [QE]
12. [QS]ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର । [QE]
13. [QS]ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ ।] [QE]
14. [PS]କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;
15. କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ । [QE]
16. {#1ପ୍ରକୃତ ଉପବାସ } [PS]ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।
17. କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର,
18. ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ । [QE]
19. {#1ସ୍ୱର୍ଗରେ ସଂଞ୍ଚିତ ଧନ [BR](ଲୂକ 12:33,34) } [PS]ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;
20. ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,
21. କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ । [QE]
22. {#1ଶରୀରର ଜ୍ୟୋତିଃ [BR](ଲୂକ 11:34-36) } [PS]ଚକ୍ଷୁ ଶରୀରର ପ୍ରଦୀପ । ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ ।
23. କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର ! [QE]
24. {#1ଈଶ୍ୱର ଓ ଧନ [BR](ଲୂକ 12:22-31) } [PS]କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ । [QE]
25. {#1ଚିନ୍ତିତ ନ ହୁଅ [BR](ଲୂକ 10:41) } [PS]ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ ବା କ'ଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ । ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ ?
26. ଆକାଶର ପକ୍ଷୀଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି । ତୁମ୍ଭମାନେ କ'ଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ ? [QE]
27. [PS]ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରି ପାରେ ?
28. ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ ? କ୍ଷେତ୍ରର ଫୁଲଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ,
29. ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଏୗଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ । [QE]
30. [PS]କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲ୍ଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ ?
31. ଏଣୁ କ'ଣ ଖାଇବା ? ଅବା କ'ଣ ପିଇବା ? କିଅବା କ'ଣ ପିନ୍ଧିବା ? ଏହା କହି ଚିନ୍ତିତ ହୁଅ ନାହିଁ । [QE]
32. [PS]କାରଣ ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି । ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି ।
33. କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ ।
34. ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ । ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ । [QE]
Total 28 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 28
ଦାନଧର୍ମ 1 ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ । 2 ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି । ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି । 3 କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କ'ଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ, 4 ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ । ପ୍ରଭୁଙ୍କ ଆଦର୍ଶ ପ୍ରାର୍ଥନା
(ଲୂକ 11:2-4)

5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି । 6 କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର କବାଟ ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ । 7 ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୂଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି । 8 ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କ'ଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ୱର ତାହା ଜାଣନ୍ତି । 9 ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ । 10 ତୁମ୍ଭର ରାଜ୍ୟ ଆସୁ । ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ । 11 ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ । 12 ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର । 13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ ।] 14 କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; 15 କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ । ପ୍ରକୃତ ଉପବାସ 16 ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି । 17 କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର, 18 ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ । ସ୍ୱର୍ଗରେ ସଂଞ୍ଚିତ ଧନ
(ଲୂକ 12:33,34)

19 ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ; 20 ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର, 21 କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ । ଶରୀରର ଜ୍ୟୋତିଃ
(ଲୂକ 11:34-36)

22 ଚକ୍ଷୁ ଶରୀରର ପ୍ରଦୀପ । ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ । 23 କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର ! ଈଶ୍ୱର ଓ ଧନ
(ଲୂକ 12:22-31)

24 କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ । ଚିନ୍ତିତ ନ ହୁଅ
(ଲୂକ 10:41)

25 ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ ବା କ'ଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ । ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ ? 26 ଆକାଶର ପକ୍ଷୀଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି । ତୁମ୍ଭମାନେ କ'ଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ ? 27 ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରି ପାରେ ? 28 ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ ? କ୍ଷେତ୍ରର ଫୁଲଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ, 29 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଏୗଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ । 30 କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲ୍ଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ ? 31 ଏଣୁ କ'ଣ ଖାଇବା ? ଅବା କ'ଣ ପିଇବା ? କିଅବା କ'ଣ ପିନ୍ଧିବା ? ଏହା କହି ଚିନ୍ତିତ ହୁଅ ନାହିଁ । 32 କାରଣ ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି । ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି । 33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ । 34 ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ । ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ ।
Total 28 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 28
×

Alert

×

Oriya Letters Keypad References