ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ମୀଖା
1.
2. [PS]ଯିହୁଦା ଦେଶୀୟ ଯୋଥମ୍‍, ଆହସ୍‌ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ। [PE]{#1ଆଗାମୀ ବିନାଶ } [PS]ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।
3. କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଳାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।
4. ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
5. କାରଣ ଯାକୁବର ଆଜ୍ଞା-ଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞା-ଲଙ୍ଘନ କଅଣ ? ତାହା କି ଶମରୀୟା ନୁହେଁ ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହିସବୁ କି ଯିରୂଶାଲମ ନୁହେଁ ?
6. ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା।
7. ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ।
8. ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ଉଲଙ୍ଗ ହୋଇ ଖାଲି ପାଦରେ ବୁଲିବା। ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ରପକ୍ଷୀ ପରି ଶୋକ କରିବା।
9. କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।
10. ଗାଥ୍‍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ।
11. ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ।
12. କାରଣ ମାରୋତ୍‍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।
13. ହେ ଲାଖୀଶ୍‍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା।
14. ଏଥିପାଇଁ ତୁମ୍ଭେ ମୋରେଷତ୍‍ ଗାଥ୍‍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍‍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ;
15. ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ।
16. ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି। [PE]

ରେକର୍ଡଗୁଡିକ

Total 7 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 7
1 2 3 4 5 6 7
1 2 ଯିହୁଦା ଦେଶୀୟ ଯୋଥମ୍‍, ଆହସ୍‌ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ। ଆଗାମୀ ବିନାଶ ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ। 3 କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଳାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ। 4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ। 5 କାରଣ ଯାକୁବର ଆଜ୍ଞା-ଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞା-ଲଙ୍ଘନ କଅଣ ? ତାହା କି ଶମରୀୟା ନୁହେଁ ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହିସବୁ କି ଯିରୂଶାଲମ ନୁହେଁ ? 6 ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା। 7 ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ। 8 ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ଉଲଙ୍ଗ ହୋଇ ଖାଲି ପାଦରେ ବୁଲିବା। ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ରପକ୍ଷୀ ପରି ଶୋକ କରିବା। 9 କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି। 10 ଗାଥ୍‍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ। 11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ। 12 କାରଣ ମାରୋତ୍‍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି। 13 ହେ ଲାଖୀଶ୍‍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା। 14 ଏଥିପାଇଁ ତୁମ୍ଭେ ମୋରେଷତ୍‍ ଗାଥ୍‍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍‍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ; 15 ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ। 16 ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।
Total 7 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 7
1 2 3 4 5 6 7
×

Alert

×

Oriya Letters Keypad References