ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମୀଖା
1. {#1ପରମେଶ୍ୱରଙ୍କ ଅଭିଯୋଗ } [PS]ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ।
2. ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।
3. ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କ’ଣ କରିଅଛୁ ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।
4. ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।
5. ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍‍ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର,[* ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ଦେଖନ୍ତୁ ଯିହୋଶୂୟ 3 ଓ 4 ଅଧ୍ୟାୟ ] ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ। [PE]
6. {#1ପରମେଶ୍ୱର କ’ଣ ଚାହାନ୍ତି ? } [PS]ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଉର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା ? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା ?
7. ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ ? ଆମ୍ଭେ ଆପଣା ଆଜ୍ଞା-ଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା ?
8. ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି ? [PE]
9. {#1ଦୁଷ୍ଟର ବିନାଶ } [PS]ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।
10. ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି ?
11. ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।
12. ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।
13. ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।
14. ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା।
15. ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତ ଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।
16. କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ। [PE]
Total 7 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 7
1 2 3 4 5 6 7
ପରମେଶ୍ୱରଙ୍କ ଅଭିଯୋଗ 1 ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ। 2 ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ। 3 ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କ’ଣ କରିଅଛୁ ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ। 4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ। 5 ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍‍ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର,[* ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ଦେଖନ୍ତୁ ଯିହୋଶୂୟ 3 ଓ 4 ଅଧ୍ୟାୟ ] ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ। ପରମେଶ୍ୱର କ’ଣ ଚାହାନ୍ତି ? 6 ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଉର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା ? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା ? 7 ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ ? ଆମ୍ଭେ ଆପଣା ଆଜ୍ଞା-ଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା ? 8 ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି ? ଦୁଷ୍ଟର ବିନାଶ 9 ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ। 10 ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି ? 11 ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା। 12 ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ। 13 ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ। 14 ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା। 15 ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତ ଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ। 16 କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।
Total 7 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 7
1 2 3 4 5 6 7
×

Alert

×

Oriya Letters Keypad References