1. {ଯିରୂଶାଲମରେ ନେତୃବୃନ୍ଦ} PS ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ।
|
2. ଆଉ, ଯେଉଁମାନେ ଯିରୂଶାଲମରେ ବାସ କରିବାକୁ ସ୍ୱେଚ୍ଛାପୂର୍ବକ ଆପଣାମାନଙ୍କୁ ସମର୍ପଣ କଲେ, ଲୋକମାନେ ସେମାନଙ୍କର ଧନ୍ୟବାଦ କଲେ।
|
3. ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ।
|
4. ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନ୍ର ସନ୍ତାନଗଣ ମଧ୍ୟରୁ କେତେକ ଲୋକ ଯିରୂଶାଲମରେ ବାସ କଲେ। ଯିହୁଦାର ସନ୍ତାନଗଣ ମଧ୍ୟରୁ ଉଷୀୟର ପୁତ୍ର ଅଥାୟ, ସେହି ଉଷୀୟ ଜିଖରୀୟର ପୁତ୍ର, ଜିଖରୀୟ ଅମରୀୟର ପୁତ୍ର, ଅମରୀୟ ଶଫଟୀୟର ପୁତ୍ର, ଶଫଟୀୟ ମହଲଲେଲର ପୁତ୍ର, ମହଲଲେଲ ପେରସ-ସନ୍ତାନଗଣ ମଧ୍ୟରୁ ଜଣେ;
|
5. ଆଉ, ବାରୁକ୍ର ପୁତ୍ର ମାସେୟ, ସେହି ବାରୁକ୍ କଲ୍ହୋଷିର ପୁତ୍ର, କଲ୍ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବ୍ର ପୁତ୍ର, ଯୋୟାରୀବ୍ ଜିଖରୀୟର ପୁତ୍ର, ଜିଖରୀୟ ଶୀଲୋନିର ପୁତ୍ର।
|
7. ବିନ୍ୟାମୀନ୍ର ସନ୍ତାନଗଣ, ଯଥା, ମଶୁଲ୍ଲମ୍ର ପୁତ୍ର ସଲ୍ଲୁ, ସେହି ମଶୁଲ୍ଲମ୍ ଯୋୟେଦ୍ର ପୁତ୍ର, ଯୋୟେଦ୍ ପଦାୟର ପୁତ୍ର, ପଦାୟ କୋଲାୟାର ପୁତ୍ର, କୋଲାୟା ମାସେୟର ପୁତ୍ର, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର।
|
11. ହିଲ୍କୀୟର ପୁତ୍ର ସରାୟ, ସେହି ହିଲ୍କିୟ ମଶୁଲ୍ଲମର ପୁତ୍ର, ମଶୁଲ୍ଲମ୍ ସାଦୋକର ପୁତ୍ର, ସାଦୋକ ମରାୟୋତର ପୁତ୍ର, ମରାୟୋତ୍ ଅହୀଟୂବ୍ର ପୁତ୍ର, ଅହୀଟୂବ୍ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଥିଲା।
|
12. ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମ୍ର ପୁତ୍ର ଅଦାୟା, ସେହି ଯିରୋହମ୍ ପଲଲୀୟର ପୁତ୍ର, ପଲଲୀୟ ଅମ୍ସିର ପୁତ୍ର, ଅମ୍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍ହୂରର ପୁତ୍ର, ପଶ୍ହୂର ମଲ୍କୀୟର ପୁତ୍ର,
|
13. ପୁଣି, ଅଦାୟାର ଭ୍ରାତୃଗଣ ଦୁଇ ଶହ ବୟାଳିଶ ଜଣ ପିତୃବଂଶ-ପ୍ରଧାନ ଥିଲେ; ଅସରେଲ୍ର ପୁତ୍ର ଅମଶୟ, ସେହି ଅସରେଲ୍ ଅହସୟର ପୁତ୍ର, ଅହସୟ ମଶିଲ୍ଲେମୋତ୍ର ପୁତ୍ର, ମଶିଲ୍ଲେମୋତ୍ ଇମ୍ମେରର ପୁତ୍ର,
|
14. ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍ଦୋଲୀମ୍ର ପୁତ୍ର ସବ୍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା।
|
15. ଲେବୀୟମାନଙ୍କ ମଧ୍ୟରୁ, ଯଥା, ହଶୂବ୍ର ପୁତ୍ର ଶମୟୀୟ, ସେହି ହଶୂବ୍ ଅସ୍ରୀକାମର ପୁତ୍ର, ଅସ୍ରୀକାମ ହଶବୀୟର ପୁତ୍ର, ହଶବୀୟ ବୁନ୍ନିର ପୁତ୍ର;
|
17. ଆଉ, ଆସଫର ବଂଶଜାତ ସବ୍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ-ବଂଶଜାତ ଗାଲଲ୍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍ଦ।
|
19. ଆହୁରି, ଦ୍ୱାରପାଳ ଅକ୍କୂବ, ଟଲ୍ମୋନ ଓ ନଗର-ଦ୍ୱାର ସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ।
|
20. ପୁଣି, ଇସ୍ରାଏଲର, ଯାଜକମାନଙ୍କର, ଲେବୀୟମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗରରେ ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ରହିଲେ।
|
22. ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ କଲା।
|
23. କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା।
|
24. ଆଉ, ଯିହୁଦାର ପୁତ୍ର ସେରହର ବଂଶଜାତ ମଶେଷବେଲ୍ର ପୁତ୍ର ପଥାହୀୟ ଲୋକମାନଙ୍କ ସମସ୍ତ କାର୍ଯ୍ୟ ବିଷୟରେ ରାଜାଙ୍କ ନିକଟରେ ଥିଲା। PS
|
25. {ଅନ୍ୟ ସହର ଓ ନଗରବାସୀମାନେ} PS ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍, କିରୀୟଥ୍-ଅର୍ବ ଓ ତହିଁର ଉପ ନଗରରେ, ଦୀବୋନ୍ ଓ ତହିଁର ଉପ ନଗରରେ, ଯିକବ୍ସେଲ ଓ ତହିଁର ଗ୍ରାମରେ;
|
30. ସାନୋହ, ଅଦୁଲ୍ଲମ ଓ ତହିଁର ଗ୍ରାମରେ, ଲାଖୀଶ୍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଉପନଗରରେ ବାସ କଲେ। ଏହିରୂପେ ସେମାନେ ବେର୍ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ।
|