1. {ହାରୋଣ ଓ ମରୀୟମଙ୍କ ମୋଶାଙ୍କୁ ବିରୋଧ} PS ମୋଶା ଏକ କୂଶୀୟା ସ୍ତ୍ରୀକୁୁ ବିବାହ କରିଥିଲେ, ଏଣୁ ମରୀୟମ ଓ ହାରୋଣ ସେହି କୂଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ।
|
2. ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି ? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି ? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ।
|
4. ଏଥିଉତ୍ତାରେ ସଦାପ୍ରଭୁ ଅକସ୍ମାତ୍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀୟମକୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ” ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;
|
5. ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ବୁ ଦ୍ୱାରରେ ଛିଡ଼ା ହୋଇ ହାରୋଣ ଓ ମରୀୟମଙ୍କୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ।
|
6. ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।
|
8. ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ ?”
|
10. ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ।
|
11. ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।”
|
13. ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”
|
14. ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯଦି ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥା’ନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ।”
|
15. ତହୁଁ ମରୀୟମ ସାତ ଦିନ ଛାଉଣିର ବାହାରେ ରୁଦ୍ଧା ହେଲା, ଆଉ ମରୀୟମ ପୁନର୍ବାର ଭିତରକୁ ଅଣା ନ ଯିବାଯାଏ ଲୋକମାନେ ଯାତ୍ରା କଲେ ନାହିଁ।
|