ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗଣନା ପୁସ୍ତକ
1. {#1ତୂରୀଧ୍ୱନୀ ପର୍ବର ନୈବେଦ୍ୟ } [PS]ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।
2. ପୁଣି, ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ;
3. ଆଉ ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
4. ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ;
5. ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ।
6. ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ-ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ। [PE]
7. {#1ପ୍ରାୟଶ୍ଚିତ୍ତ ଦିନର ନୈବେଦ୍ୟ } [PS]ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ;
8. ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ;
9. ପୁଣି, ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
10. ଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;
11. ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ। [PE]
12. {#1ପତ୍ରକୁଟୀର ପର୍ବର ନୈବେଦ୍ୟ } [PS]ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।
13. ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।
14. ପୁଣି, ତହିଁର ଭକ୍ଷ୍ୟ-ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ
15. ଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା;
16. ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
17. ଆଉ ଦ୍ୱିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
18. ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
19. ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
20. ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
21. ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
22. ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
23. ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ, ଏକବର୍ଷୀୟ ଚଉଦ ମେଷବତ୍ସ,
24. ଗୋବତ୍ସର, ମେଷର, ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
25. ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
26. ଆଉ ପଞ୍ଚମ ଦିନରେ ନିଖୁନ୍ତ ନଅ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
27. ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
28. ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
29. ଆଉ ଷଷ୍ଠ ଦିନରେ ନିଖୁନ୍ତ ଆଠ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
30. ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
31. ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
32. ଆଉ ସପ୍ତମ ଦିନରେ ନିଖୁନ୍ତ ସାତ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
33. ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
34. ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
35. ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
36. ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ,
37. ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
38. ପୁଣି, ପାପାର୍ଥକ ବଳିରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
39. ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ, ସ୍ୱେଚ୍ଛାଦତ୍ତ ଉପହାର ସମ୍ବନ୍ଧୀୟ ତୁମ୍ଭମାନଙ୍କ ହୋମବଳି, ତୁମ୍ଭମାନଙ୍କ ଭକ୍ଷ୍ୟ-ନୈବେଦ୍ୟ, ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ବ୍ୟତୀତ ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
40. ସଦାପ୍ରଭୁ ମୋଶାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଲେ, ମୋଶା ସେହି ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ। [PE]
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 29 / 36
ତୂରୀଧ୍ୱନୀ ପର୍ବର ନୈବେଦ୍ୟ 1 ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ। 2 ପୁଣି, ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ; 3 ଆଉ ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ 4 ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ; 5 ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ। 6 ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ-ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ। ପ୍ରାୟଶ୍ଚିତ୍ତ ଦିନର ନୈବେଦ୍ୟ 7 ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; 8 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ; 9 ପୁଣି, ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ 10 ଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା; 11 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ। ପତ୍ରକୁଟୀର ପର୍ବର ନୈବେଦ୍ୟ 12 ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ। 13 ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ। 14 ପୁଣି, ତହିଁର ଭକ୍ଷ୍ୟ-ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ 15 ଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା; 16 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ। 17 ଆଉ ଦ୍ୱିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, 18 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 19 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ। 20 ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, 21 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 22 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ। 23 ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ, ଏକବର୍ଷୀୟ ଚଉଦ ମେଷବତ୍ସ, 24 ଗୋବତ୍ସର, ମେଷର, ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 25 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ। 26 ଆଉ ପଞ୍ଚମ ଦିନରେ ନିଖୁନ୍ତ ନଅ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, 27 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 28 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ। 29 ଆଉ ଷଷ୍ଠ ଦିନରେ ନିଖୁନ୍ତ ଆଠ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, 30 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 31 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ। 32 ଆଉ ସପ୍ତମ ଦିନରେ ନିଖୁନ୍ତ ସାତ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, 33 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 34 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ। 35 ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ। 36 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ, 37 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 38 ପୁଣି, ପାପାର୍ଥକ ବଳିରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ। 39 ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ, ସ୍ୱେଚ୍ଛାଦତ୍ତ ଉପହାର ସମ୍ବନ୍ଧୀୟ ତୁମ୍ଭମାନଙ୍କ ହୋମବଳି, ତୁମ୍ଭମାନଙ୍କ ଭକ୍ଷ୍ୟ-ନୈବେଦ୍ୟ, ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ବ୍ୟତୀତ ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। 40 ସଦାପ୍ରଭୁ ମୋଶାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଲେ, ମୋଶା ସେହି ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 29 / 36
×

Alert

×

Oriya Letters Keypad References