ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗଣନା ପୁସ୍ତକ
1. {ବିବାହିତା ସ୍ତ୍ରୀଙ୍କ ପୈତୃକ ସମ୍ପତ୍ତିର ଅଧିକାର} [PS] ଏଥିଉତ୍ତାରେ ଯୋଷେଫ-ସନ୍ତାନଗଣଙ୍କର ବଂଶୀୟ ଲୋକମାନଙ୍କ ମଧ୍ୟରୁ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦ ବଂଶୀୟ ପିତୃଗୃହର ପ୍ରଧାନମାନେ ନିକଟକୁ ଆସିଲେ, ପୁଣି, ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ ସନ୍ତାନମାନଙ୍କ ପିତୃଗୃହର ପ୍ରଧାନ ସ୍ୱରୂପ ଅଧିପତିବର୍ଗଙ୍କ ସମ୍ମୁଖରେ ପ୍ରସ୍ତାବ କଲେ;
2. ଆଉ ସେମାନେ କହିଲେ, “ସଦାପ୍ରଭୁ ଗୁଲିବାଣ୍ଟ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଶାଧିକାର ଦେବା ନିମନ୍ତେ ଆମ୍ଭ ପ୍ରଭୁଙ୍କୁ ଆଜ୍ଞା ଦେଲେ; ଆଉ ଆମ୍ଭ ପ୍ରଭୁ ଆମ୍ଭମାନଙ୍କ ଭ୍ରାତା ସଲଫାଦର ଅଧିକାର ତାହାର କନ୍ୟାମାନଙ୍କୁ ଦେବା ପାଇଁ ସଦାପ୍ରଭୁଙ୍କଠାରୁ ଆଜ୍ଞା ପାଇଥିଲେ।
3. ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶ ସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ।
4. ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣଙ୍କର ଯୁବ୍‍ଲୀ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାର ଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ।”
5. ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଇସ୍ରାଏଲକୁ ଆଜ୍ଞା ଦେଇ କହିଲେ, “ଯୋଷେଫ-ସନ୍ତାନଗଣଙ୍କର ବଂଶ ଯଥାର୍ଥ କହୁଅଛନ୍ତି।
6. ସଦାପ୍ରଭୁ ସଲଫାଦର କନ୍ୟାମାନଙ୍କ ବିଷୟରେ ଏହି ଆଜ୍ଞା ଦେଉଅଛନ୍ତି, ସେମାନେ ଯେଉଁମାନଙ୍କୁ ଅତି ଭଲ ବିଚାର କରନ୍ତି, ସେମାନଙ୍କୁ ବିବାହ ହେଉନ୍ତୁ; କିନ୍ତୁ କେବଳ ସେମାନେ ଆପଣା ପିତୃବଂଶୀୟ କୌଣସି ବଂଶ ମଧ୍ୟରେ ବିବାହ କରିବେ।
7. ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ।
8. ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଯେପରି ଆପଣା ଆପଣା ପୈତୃକ ଅଧିକାର ଭୋଗ କରିବେ, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣଙ୍କର କୌଣସି ବଂଶ ମଧ୍ୟରେ ଯେଉଁ କନ୍ୟାର ଅଧିକାର ଥାଏ, ସେ ଆପଣା ପିତୃବଂଶୀୟ ପରିବାର ମଧ୍ୟରେ ଜଣକର ଭାର୍ଯ୍ୟା ହେବ।
9. ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।”
10. ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଲେ, ତଦନୁସାରେ ସଲଫାଦର କନ୍ୟାମାନେ କର୍ମ କଲେ।
11. ଅର୍ଥାତ୍‍, ମହଲା, ତିର୍ସା, ହଗ୍‍ଲା, ମିଲ୍‍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ।
12. ଯୋଷେଫଙ୍କର ପୁତ୍ର ମନଃଶି-ସନ୍ତାନଗଣଙ୍କର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା।
13. ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ୱାରା ଇସ୍ରାଏଲ ସନ୍ତାନଗଣଙ୍କ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ। [PE]

Notes

No Verse Added

Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 36 / 36
ଗଣନା ପୁସ୍ତକ 36:43
ବିବାହିତା ସ୍ତ୍ରୀଙ୍କ ପୈତୃକ ସମ୍ପତ୍ତିର ଅଧିକାର 1 ଏଥିଉତ୍ତାରେ ଯୋଷେଫ-ସନ୍ତାନଗଣଙ୍କର ବଂଶୀୟ ଲୋକମାନଙ୍କ ମଧ୍ୟରୁ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦ ବଂଶୀୟ ପିତୃଗୃହର ପ୍ରଧାନମାନେ ନିକଟକୁ ଆସିଲେ, ପୁଣି, ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ ସନ୍ତାନମାନଙ୍କ ପିତୃଗୃହର ପ୍ରଧାନ ସ୍ୱରୂପ ଅଧିପତିବର୍ଗଙ୍କ ସମ୍ମୁଖରେ ପ୍ରସ୍ତାବ କଲେ; 2 ଆଉ ସେମାନେ କହିଲେ, “ସଦାପ୍ରଭୁ ଗୁଲିବାଣ୍ଟ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଶାଧିକାର ଦେବା ନିମନ୍ତେ ଆମ୍ଭ ପ୍ରଭୁଙ୍କୁ ଆଜ୍ଞା ଦେଲେ; ଆଉ ଆମ୍ଭ ପ୍ରଭୁ ଆମ୍ଭମାନଙ୍କ ଭ୍ରାତା ସଲଫାଦର ଅଧିକାର ତାହାର କନ୍ୟାମାନଙ୍କୁ ଦେବା ପାଇଁ ସଦାପ୍ରଭୁଙ୍କଠାରୁ ଆଜ୍ଞା ପାଇଥିଲେ। 3 ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶ ସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ। 4 ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣଙ୍କର ଯୁବ୍‍ଲୀ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାର ଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ।” 5 ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଇସ୍ରାଏଲକୁ ଆଜ୍ଞା ଦେଇ କହିଲେ, “ଯୋଷେଫ-ସନ୍ତାନଗଣଙ୍କର ବଂଶ ଯଥାର୍ଥ କହୁଅଛନ୍ତି। 6 ସଦାପ୍ରଭୁ ସଲଫାଦର କନ୍ୟାମାନଙ୍କ ବିଷୟରେ ଏହି ଆଜ୍ଞା ଦେଉଅଛନ୍ତି, ସେମାନେ ଯେଉଁମାନଙ୍କୁ ଅତି ଭଲ ବିଚାର କରନ୍ତି, ସେମାନଙ୍କୁ ବିବାହ ହେଉନ୍ତୁ; କିନ୍ତୁ କେବଳ ସେମାନେ ଆପଣା ପିତୃବଂଶୀୟ କୌଣସି ବଂଶ ମଧ୍ୟରେ ବିବାହ କରିବେ। 7 ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ। 8 ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଯେପରି ଆପଣା ଆପଣା ପୈତୃକ ଅଧିକାର ଭୋଗ କରିବେ, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣଙ୍କର କୌଣସି ବଂଶ ମଧ୍ୟରେ ଯେଉଁ କନ୍ୟାର ଅଧିକାର ଥାଏ, ସେ ଆପଣା ପିତୃବଂଶୀୟ ପରିବାର ମଧ୍ୟରେ ଜଣକର ଭାର୍ଯ୍ୟା ହେବ। 9 ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।” 10 ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଲେ, ତଦନୁସାରେ ସଲଫାଦର କନ୍ୟାମାନେ କର୍ମ କଲେ। 11 ଅର୍ଥାତ୍‍, ମହଲା, ତିର୍ସା, ହଗ୍‍ଲା, ମିଲ୍‍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ। 12 ଯୋଷେଫଙ୍କର ପୁତ୍ର ମନଃଶି-ସନ୍ତାନଗଣଙ୍କର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା। 13 ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ୱାରା ଇସ୍ରାଏଲ ସନ୍ତାନଗଣଙ୍କ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 36 / 36
Common Bible Languages
West Indian Languages
×

Alert

×

oriya Letters Keypad References