ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହିତୋପଦେଶ
1. {#1ଜ୍ଞାନର ପୁରସ୍କାର } [PS]ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋ’ କଥା ଗ୍ରହଣ କର ଓ ମୋ’ ଆଜ୍ଞାସବୁ ମନରେ ରଖ;
2. ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର;
3. ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;
4. ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;
5. ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।
6. ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
7. ସେ ସତ୍‍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।
8. ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।
9. ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ।
10. କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;
11. ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।
12. ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,
13. ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;
14. ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;
15. ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ।
16. ଆଉ, ଯେଉଁ ପରସ୍ତ୍ରୀ[* ଅର୍ଥାତ୍ ବେଶ୍ୟା ] ଚାଟୁବାଦିନୀ, ଯେ ଆପଣା ଯୌବନକାଳର ମିତ୍ରକୁ [† ଅର୍ଥାତ୍ ତାହାର ସ୍ବାମୀକୁ ] ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ
17. ଯାହାର ଗୃହ ମୃତ୍ୟୁୁ ଆଡ଼େ
18. ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ[‡ ନିକଟକୁ ଗମନ କଲେ ଅର୍ଥାତ୍ ଶୟନ କରିବାକୁ ] କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ,
19. ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ।
20. ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,
21. ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ।
22. ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ। [PE]
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 31
ଜ୍ଞାନର ପୁରସ୍କାର 1 ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋ’ କଥା ଗ୍ରହଣ କର ଓ ମୋ’ ଆଜ୍ଞାସବୁ ମନରେ ରଖ; 2 ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର; 3 ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର; 4 ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର; 5 ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ। 6 ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ। 7 ସେ ସତ୍‍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି। 8 ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ। 9 ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ। 10 କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ; 11 ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ। 12 ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି, 13 ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି; 14 ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ; 15 ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ। 16 ଆଉ, ଯେଉଁ ପରସ୍ତ୍ରୀ* ଅର୍ଥାତ୍ ବେଶ୍ୟା ଚାଟୁବାଦିନୀ, ଯେ ଆପଣା ଯୌବନକାଳର ମିତ୍ରକୁ † ଅର୍ଥାତ୍ ତାହାର ସ୍ବାମୀକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ 17 ଯାହାର ଗୃହ ମୃତ୍ୟୁୁ ଆଡ଼େ 18 ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ ନିକଟକୁ ଗମନ କଲେ ଅର୍ଥାତ୍ ଶୟନ କରିବାକୁ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ, 19 ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ। 20 ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର, 21 ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ। 22 ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 31
×

Alert

×

Oriya Letters Keypad References