11. ମୃତ୍ୟୁୁ ନିମନ୍ତେ ନିଆ ଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷାନ୍ତ ହୁଅ ନାହିଁ।
|
12. ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବାକର୍ତ୍ତା କ’ଣ ତାହା ବୁଝନ୍ତି ନାହିଁ ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କ’ଣ ତାହା ଜାଣନ୍ତି ନାହିଁ ? ଆଉ, ସେ କ’ଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ ?
|
13. ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ।
|
14. ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
|
25. ମାତ୍ର ଯେଉଁମାନେ ତାହାକୁ ଅନୁଯୋଗ କରନ୍ତି, ସେମାନଙ୍କର ଆନନ୍ଦ ହେବ; ପୁଣି, ଉତ୍ତମ ଆଶୀର୍ବାଦ ସେମାନଙ୍କ ଉପରେ ବର୍ତ୍ତେ।
|
27. ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର।
|
29. ସେ ମୋ’ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି,ଏରୂପ କୁହ ନାହିଁ।
|
31. ପୁଣି, ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରୀସବୁ ଭଗ୍ନ ହୋଇଅଛି।
|