1. {ଶଲୋମନଙ୍କର ଅଧିକ ହିତୋପଦେଶ} PS ନିମ୍ନଲିଖିତ ହିତୋପଦେଶ ସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଜକୀୟର ଅଧିକାରୀମାନେ ତାହା ଉତ୍ତାରିଥିଲେ।
|
7. କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ ଏଠାକୁ ଆସ ବୋଲି ତୁମ୍ଭକୁ କୁହାଯିବା ଭଲ।
|
8. ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ ?
|
12. ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।
|
13. ଫସଲ * ଫସଲ ଗ୍ରୀଷ୍ମ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।
|
16. ତୁମ୍ଭେ କି ମଧୁ ପାଇଅଛ ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ।
|
17. ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ, ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ।
|
20. ଶୀତକାଳରେ ବସ୍ତ୍ର କାଢ଼ି ନେବା ଓ ଘା ଉପରେ ଅମ୍ଳରସ ମିଶାଇବା ଲୋକ ଯେପରି, ଦୁଃଖିତମନା ନିକଟରେ ଗୀତ ଗାଇବା ଲୋକ ସେପରି।
|