2. ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ।
|
10. ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।
|
13. ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ୍ ହୁଏ, ତାହାକୁ ବନ୍ଧକ ରଖ।
|
14. ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ।
|
18. ଯେକେହି ଡିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।
|
20. ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ * ଇଚ୍ଛାସକଳ ଚକ୍ଷୁ କେତେବେଳେ ତୃପ୍ତ ନୁହେଁ।
|
27. ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ। PE
|