ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ହିତୋପଦେଶ
1. {#1ଲମୂୟେଲ ରାଜାର କଥା } [PS]ଲମୂୟେଲ ରାଜାର କଥା: ଅର୍ଥାତ୍‍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି।
2. ହେ ମୋହର ପୁତ୍ର, ହେ ମୋ’ ଗର୍ଭର ପୁତ୍ର, ହେ ମୋ’ ମାନତର ପୁତ୍ର, କଅଣ କହିବି ?
3. ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ।
4. ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ।
5. ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ।
6. ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।
7. ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ।
8. ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।
9. ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର। [PE]
10. {#1ସର୍ବଗୁଣ ସମ୍ପନ୍ନା ସ୍ତ୍ରୀ } [PS]ଗୁଣବତୀ ସ୍ତ୍ରୀ କିଏ ପାଇପାରେ ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।
11. ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ।
12. ସେ ଜୀବନଯାଏ ସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ।
13. ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ।
14. ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ।
15. ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।
16. ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।
17. ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ।
18. ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।
19. ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ।
20. ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।
21. ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି।
22. ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ।
23. ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ।
24. ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।
25. ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।
26. ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ।
27. ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ।
28. ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
29. ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।
30. ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
31. ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ।[PE]

ରେକର୍ଡଗୁଡିକ

Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 31 / 31
ଲମୂୟେଲ ରାଜାର କଥା 1 ଲମୂୟେଲ ରାଜାର କଥା: ଅର୍ଥାତ୍‍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି। 2 ହେ ମୋହର ପୁତ୍ର, ହେ ମୋ’ ଗର୍ଭର ପୁତ୍ର, ହେ ମୋ’ ମାନତର ପୁତ୍ର, କଅଣ କହିବି ? 3 ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ। 4 ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ। 5 ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ। 6 ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ। 7 ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ। 8 ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ। 9 ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର। ସର୍ବଗୁଣ ସମ୍ପନ୍ନା ସ୍ତ୍ରୀ 10 ଗୁଣବତୀ ସ୍ତ୍ରୀ କିଏ ପାଇପାରେ ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ। 11 ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ। 12 ସେ ଜୀବନଯାଏ ସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ। 13 ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ। 14 ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ। 15 ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ। 16 ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ। 17 ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ। 18 ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ। 19 ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ। 20 ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ। 21 ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି। 22 ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ। 23 ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ। 24 ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ। 25 ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ। 26 ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ। 27 ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ। 28 ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ; 29 ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ। 30 ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ। 31 ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 31 / 31
×

Alert

×

Oriya Letters Keypad References