ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଫଳତାର ପଥ} [PS] ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, [QBR] ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, [QBR] କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, [QBR]
2. ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ [QBR] ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ। [QBR]
3. ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, [QBR] ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ [QBR] ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; [QBR] ପୁଣି, ସେ ଯାହା କରେ, ତାହା ସଫଳ ହେବ। [QBR]
4. ଦୁଷ୍ଟମାନେ ସେପ୍ରକାର ନୁହଁନ୍ତି; [QBR] ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି। [QBR]
5. ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା [QBR] ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ। [QBR]
6. କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର [QBR] ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 150
ଗୀତସଂହିତା 1:147
ସଫଳତାର ପଥ 1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, 2 ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ। 3 ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ। 4 ଦୁଷ୍ଟମାନେ ସେପ୍ରକାର ନୁହଁନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି। 5 ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ। 6 କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 150
Common Bible Languages
West Indian Languages
×

Alert

×

oriya Letters Keypad References