1. {ସଫଳତାର ପଥ} [PS] ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, [QBR] ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, [QBR] କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, [QBR]
2. ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ [QBR] ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ। [QBR]
3. ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, [QBR] ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ [QBR] ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; [QBR] ପୁଣି, ସେ ଯାହା କରେ, ତାହା ସଫଳ ହେବ। [QBR]
4. ଦୁଷ୍ଟମାନେ ସେପ୍ରକାର ନୁହଁନ୍ତି; [QBR] ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି। [QBR]
5. ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା [QBR] ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ। [QBR]
6. କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର [QBR] ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ। [PE]