1. {#1ନ୍ୟାୟ ପାଇଁ ପ୍ରାର୍ଥନା } [QS]ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ ? [QE][QS]ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ ? [QE]
2. [QS]ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; [QE][QS]ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ। [QE]
3. [QS]କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; [QE][QS]ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ। [QE]
4. [QS]ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, [QE][QS]ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର। [QE]
5. [QS]ତାହାର ସମସ୍ତ ଗତି ସର୍ବଦା ଦୃଢ଼; [QE][QS]ମାତ୍ର ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ୱବର୍ତ୍ତୀ, [QE][QS]ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ। [QE]
6. [QS]ସେ ଆପଣା ମନେ ମନେ କହେ, “ମୋ’ ପ୍ରତି କିଛି ବିପଦ ଘଟିବ ନାହିଁ; [QE][QS]ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।” [QE]
7. [QS]ତାହାର ମୁଖ ଅଭିଶାପ, ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; [QE][QS]ତାହାର ଜିହ୍ୱା ତଳେ ଅନିଷ୍ଟ ଓ ଅଧର୍ମ ଥାଏ। [QE]
8. [QS]ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; [QE][QS]ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; [QE][QS]ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ। [QE]
9. [QS]ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, [QE][QS]ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; [QE][QS]ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ। [QE]
10. [QS]ସେ ଛକି ବସେ, ସେ ନଇଁ ପଡ଼େ, [QE][QS]ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ୱାରା ପତିତ ହୁଅନ୍ତି। [QE]
11. [QS]ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; [QE][QS]ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।” [QE]
12. [QS]ହେ ସଦାପ୍ରଭୁ, ଉଠ; ହେ ପରମେଶ୍ୱର, ଆପଣା ହସ୍ତ ଉଠାଅ; [QE][QS]ଦୁଃଖୀମାନଙ୍କୁ ପାସୋର ନାହିଁ। [QE]
13. [QS]ଦୁଷ୍ଟଲୋକ କାହିଁକି ପରମେଶ୍ୱରଙ୍କୁ ଅବଜ୍ଞା କରେ [QE][QS]ଓ “ତୁମ୍ଭେ ଅନୁସନ୍ଧାନ କରିବ ନାହିଁ” ବୋଲି ସେ ଆପଣା ମନେ ମନେ କହେ ? [QE]
14. [QS]ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ୱେଷ ପ୍ରତି ଦୃଷ୍ଟି କରୁଅଛ; [QE][QS]ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; [QE][QS]ତୁମ୍ଭେ ପିତୃହୀନର ସହାୟ ହୋଇଅଛ। [QE]
15. [QS]ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ; [QE][QS]ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର। [QE]
16. [QS]ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; [QE][QS]ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି। [QE]
17. [QS]ହେ ସଦାପ୍ରଭୁ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; [QE][QS]ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ; [QE]
18. [QS]ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, [QE][QS]ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ। [QE]