1. {ନ୍ୟାୟ ପାଇଁ ପ୍ରାର୍ଥନା} [PS] ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ ? [QBR] ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ ? [QBR]
2. ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; [QBR] ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ। [QBR]
3. କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; [QBR] ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ। [QBR]
4. ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, [QBR] ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର। [QBR]
5. ତାହାର ସମସ୍ତ ଗତି ସର୍ବଦା ଦୃଢ଼; [QBR] ମାତ୍ର ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ୱବର୍ତ୍ତୀ, [QBR] ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ। [QBR]
6. ସେ ଆପଣା ମନେ ମନେ କହେ, “ମୋ’ ପ୍ରତି କିଛି ବିପଦ ଘଟିବ ନାହିଁ; [QBR] ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।” [QBR]
7. ତାହାର ମୁଖ ଅଭିଶାପ, ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; [QBR] ତାହାର ଜିହ୍ୱା ତଳେ ଅନିଷ୍ଟ ଓ ଅଧର୍ମ ଥାଏ। [QBR]
8. ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; [QBR] ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; [QBR] ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ। [QBR]
9. ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, [QBR] ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; [QBR] ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ। [QBR]
10. ସେ ଛକି ବସେ, ସେ ନଇଁ ପଡ଼େ, [QBR] ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ୱାରା ପତିତ ହୁଅନ୍ତି। [QBR]
11. ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; [QBR] ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।” [QBR]
12. ହେ ସଦାପ୍ରଭୁ, ଉଠ; ହେ ପରମେଶ୍ୱର, ଆପଣା ହସ୍ତ ଉଠାଅ; [QBR] ଦୁଃଖୀମାନଙ୍କୁ ପାସୋର ନାହିଁ। [QBR]
13. ଦୁଷ୍ଟଲୋକ କାହିଁକି ପରମେଶ୍ୱରଙ୍କୁ ଅବଜ୍ଞା କରେ [QBR] ଓ “ତୁମ୍ଭେ ଅନୁସନ୍ଧାନ କରିବ ନାହିଁ” ବୋଲି ସେ ଆପଣା ମନେ ମନେ କହେ ? [QBR]
14. ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ୱେଷ ପ୍ରତି ଦୃଷ୍ଟି କରୁଅଛ; [QBR] ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; [QBR] ତୁମ୍ଭେ ପିତୃହୀନର ସହାୟ ହୋଇଅଛ। [QBR]
15. ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ; [QBR] ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର। [QBR]
16. ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; [QBR] ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି। [QBR]
17. ହେ ସଦାପ୍ରଭୁ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; [QBR] ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ; [QBR]
18. ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, [QBR] ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ। [PE]