1. {ନ୍ୟାୟ ପାଇଁ ପ୍ରାର୍ଥନା} PS ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ ?
ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ ? |
3. କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ;
ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ। |
4. ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ,
ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର। |
5. ତାହାର ସମସ୍ତ ଗତି ସର୍ବଦା ଦୃଢ଼;
ମାତ୍ର ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ୱବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ। |
8. ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ;
ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ। |
9. ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ,
ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ। |
11. ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି;
ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।” |
13. ଦୁଷ୍ଟଲୋକ କାହିଁକି ପରମେଶ୍ୱରଙ୍କୁ ଅବଜ୍ଞା କରେ
ଓ “ତୁମ୍ଭେ ଅନୁସନ୍ଧାନ କରିବ ନାହିଁ” ବୋଲି ସେ ଆପଣା ମନେ ମନେ କହେ ? |
14. ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ୱେଷ ପ୍ରତି ଦୃଷ୍ଟି କରୁଅଛ;
ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ। |
15. ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ;
ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର। |
17. ହେ ସଦାପ୍ରଭୁ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ;
ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ; |
18. ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ,
ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ। PE |