ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ରାଜାଙ୍କ ପ୍ରତିଜ୍ଞା} [PS] ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। [QBR] ହେ ସଦାପ୍ରଭୁ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। [QBR]
2. ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; [QBR] ଆହା, ତୁମ୍ଭେ କେବେ ମୋ’ ନିକଟକୁ ଆସିବ ? [QBR] ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି। [QBR]
3. ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; [QBR] ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; [QBR] ତାହା ମୋ’ଠାରେ ଲିପ୍ତ ହେବ ନାହିଁ। [QBR]
4. କୁଟିଳ ଅନ୍ତଃକରଣ ମୋ’ ନିକଟରୁ ଦୂର ହେବ; [QBR] ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ। [QBR]
5. ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; [QBR] ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ। [QBR]
6. ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋ’ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। [QBR] ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ। [QBR]
7. ଯେ ପ୍ରତାରଣା କରେ, ସେ ମୋ’ ଗୃହ ମଧ୍ୟରେ ବାସ କରିବ ନାହିଁ। [QBR] ଯେ ମିଥ୍ୟା କହେ, ସେ ମୋ’ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ। [QBR]
8. ମୁଁ ଅଧର୍ମାଚାରୀସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା [QBR] ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 101 / 150
ଗୀତସଂହିତା 101:133
ରାଜାଙ୍କ ପ୍ରତିଜ୍ଞା 1 ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। ହେ ସଦାପ୍ରଭୁ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। 2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋ’ ନିକଟକୁ ଆସିବ ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି। 3 ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ତାହା ମୋ’ଠାରେ ଲିପ୍ତ ହେବ ନାହିଁ। 4 କୁଟିଳ ଅନ୍ତଃକରଣ ମୋ’ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ। 5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ। 6 ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋ’ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ। 7 ଯେ ପ୍ରତାରଣା କରେ, ସେ ମୋ’ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋ’ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ। 8 ମୁଁ ଅଧର୍ମାଚାରୀସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 101 / 150
Common Bible Languages
West Indian Languages
×

Alert

×

oriya Letters Keypad References