ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ଜଣେ ଦୁଃଖରେ ବ୍ୟଥିତ ବ୍ୟକ୍ତିର ପ୍ରାର୍ଥନା }[PS]*ଅବସନ୍ନ କାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଖେଦର କଥା ଭାଙ୍ଗି ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା। *[PE][QS]ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ [QE][QS]ମୋ’ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ। [QE]
2. [QS]ମୋ’ ସଙ୍କଟ ଦିନରେ ମୋ’ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; [QE][QS]ମୋ’ ପ୍ରତି ଆପଣା କର୍ଣ୍ଣ ଡେର; [QE][QS]ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ। [QE]
3. [QS]କାରଣ ମୋ’ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ [QE][QS]ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ। [QE]
4. [QS]ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, [QE][QS]ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ। [QE]
5. [QS]ମୋହର ହାହାକାର ଶବ୍ଦ ସକାଶୁ [QE][QS]ମୋ’ ଅସ୍ଥିସବୁ ମୋ’ ମାଂସରେ ଲାଗି ରହେ। [QE]
6. [QS]ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର[* ପାଣିଭେଳା ପକ୍ଷୀର ଶାଗୁଣା କିଅବା ପେଚା ] ତୁଲ୍ୟ; [QE][QS]ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି। [QE]
7. [QS]ମୁଁ ଉଜାଗର ରହେ ଓ [QE][QS]ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି; [QE]
8. [QS]ମୋ’ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; [QE][QS]ମୋ’ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋ’ ନାମ ନେଇ ଅଭିଶାପ ଦିଅନ୍ତି। [QE]
9. [QS]କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି [QE][QS]ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି। [QE]
10. [QS]ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; [QE][QS]ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ। [QE]
11. [QS]ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ [QE][QS]ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି। [QE]
12. [QS]ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଓ [QE][QS]ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ। [QE]
13. [QS]ତୁମ୍ଭେ ଉଠି ସିୟୋନକୁ ଦୟା କରିବ; [QE][QS]କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, [QE][QS]ନିରୂପିତ ସମୟ ଉପସ୍ଥିତ। [QE]
14. [QS]ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା [QE][QS]ଓ ତହିଁର ଧୂଳିରେ ଦୟାଭାବ ବହନ୍ତି। [QE]
15. [QS]ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ [QE][QS]ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ। [QE]
16. [QS]କାରଣ ସଦାପ୍ରଭୁ ସିୟୋନକୁ ପୁନଃର୍ନିର୍ମାଣ କରିଅଛନ୍ତି [QE][QS]ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି; [QE]
17. [QS]ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି [QE][QS]ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି। [QE]
18. [QS]ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; [QE][QS]ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ। [QE]
19. [QS]କାରଣ ବନ୍ଦୀର ହାହାକାର ଶୁଣିବାକୁ, [QE][QS]ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ; [QE]
20. [QS]ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; [QE][QS]ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ; [QE]
21. [QS]ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ [QE][QS]ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ, [QE]
22. [QS]ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ [QE][QS]ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ; [QE]
23. [QS]ସଦାପ୍ରଭୁ ଜୀବନର ପଥ[† ପଥ ଅର୍ଥାତ୍ ଯୁବକ ଥିବା ସମୟରେ ] ମଧ୍ୟରେ ମୋର ବଳ ହ୍ରାସ କଲେ, [QE][QS]ସେ ମୋହର ଆୟୁ ଊଣା କଲେ। [QE]
24. [QS]ମୁଁ କହିଲି, ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; [QE][QS]ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ। [QE]
25. [QS]ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; [QE][QS]ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ। [QE]
26. [QS]ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; [QE][QS]ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; [QE][QS]ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ। [QE]
27. [QS]ମାତ୍ର ତୁମ୍ଭେ ସେହି ଅଟ ଓ [QE][QS]ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ। [QE]
28. [QS]ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ [QE][QS]ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 102 / 150
ଜଣେ ଦୁଃଖରେ ବ୍ୟଥିତ ବ୍ୟକ୍ତିର ପ୍ରାର୍ଥନା 1 *ଅବସନ୍ନ କାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଖେଦର କଥା ଭାଙ୍ଗି ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା। *ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ। 2 ମୋ’ ସଙ୍କଟ ଦିନରେ ମୋ’ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ। 3 କାରଣ ମୋ’ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ। 4 ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ। 5 ମୋହର ହାହାକାର ଶବ୍ଦ ସକାଶୁ ମୋ’ ଅସ୍ଥିସବୁ ମୋ’ ମାଂସରେ ଲାଗି ରହେ। 6 ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର* ପାଣିଭେଳା ପକ୍ଷୀର ଶାଗୁଣା କିଅବା ପେଚା ତୁଲ୍ୟ; ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି। 7 ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି; 8 ମୋ’ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋ’ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋ’ ନାମ ନେଇ ଅଭିଶାପ ଦିଅନ୍ତି। 9 କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି। 10 ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ। 11 ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି। 12 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ। 13 ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ। 14 ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା ଓ ତହିଁର ଧୂଳିରେ ଦୟାଭାବ ବହନ୍ତି। 15 ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ। 16 କାରଣ ସଦାପ୍ରଭୁ ସିୟୋନକୁ ପୁନଃର୍ନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି; 17 ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି। 18 ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ। 19 କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ; 20 ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ; 21 ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ, 22 ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ; 23 ସଦାପ୍ରଭୁ ଜୀବନର ପଥ ପଥ ଅର୍ଥାତ୍ ଯୁବକ ଥିବା ସମୟରେ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ। 24 ମୁଁ କହିଲି, ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ। 25 ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ। 26 ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ। 27 ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ। 28 ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 102 / 150
×

Alert

×

Oriya Letters Keypad References