ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଜଣେ ଦୁଃଖରେ ବ୍ୟଥିତ ବ୍ୟକ୍ତିର ପ୍ରାର୍ଥନା} [PS] ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ [QBR] ମୋ’ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ। [QBR]
2. ମୋ’ ସଙ୍କଟ ଦିନରେ ମୋ’ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; [QBR] ମୋ’ ପ୍ରତି ଆପଣା କର୍ଣ୍ଣ ଡେର; [QBR] ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ। [QBR]
3. କାରଣ ମୋ’ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ [QBR] ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ। [QBR]
4. ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, [QBR] ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ। [QBR]
5. ମୋହର ହାହାକାର ଶବ୍ଦ ସକାଶୁ [QBR] ମୋ’ ଅସ୍ଥିସବୁ ମୋ’ ମାଂସରେ ଲାଗି ରହେ। [QBR]
6. ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର [* ପାଣିଭେଳା ପକ୍ଷୀର ଶାଗୁଣା କିଅବା ପେଚା] ତୁଲ୍ୟ; [QBR] ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି। [QBR]
7. ମୁଁ ଉଜାଗର ରହେ ଓ [QBR] ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି; [QBR]
8. ମୋ’ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; [QBR] ମୋ’ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋ’ ନାମ ନେଇ ଅଭିଶାପ ଦିଅନ୍ତି। [QBR]
9. କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି [QBR] ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି। [QBR]
10. ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; [QBR] ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ। [QBR]
11. ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ [QBR] ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି। [QBR]
12. ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଓ [QBR] ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ। [QBR]
13. ତୁମ୍ଭେ ଉଠି ସିୟୋନକୁ ଦୟା କରିବ; [QBR] କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, [QBR] ନିରୂପିତ ସମୟ ଉପସ୍ଥିତ। [QBR]
14. ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା [QBR] ଓ ତହିଁର ଧୂଳିରେ ଦୟାଭାବ ବହନ୍ତି। [QBR]
15. ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ [QBR] ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ। [QBR]
16. କାରଣ ସଦାପ୍ରଭୁ ସିୟୋନକୁ ପୁନଃର୍ନିର୍ମାଣ କରିଅଛନ୍ତି [QBR] ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି; [QBR]
17. ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି [QBR] ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି। [QBR]
18. ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; [QBR] ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ। [QBR]
19. କାରଣ ବନ୍ଦୀର ହାହାକାର ଶୁଣିବାକୁ, [QBR] ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ; [QBR]
20. ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; [QBR] ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ; [QBR]
21. ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ [QBR] ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ, [QBR]
22. ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ [QBR] ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ; [QBR]
23. ସଦାପ୍ରଭୁ ଜୀବନର ପଥ [† ପଥ ଅର୍ଥାତ୍ ଯୁବକ ଥିବା ସମୟରେ] ମଧ୍ୟରେ ମୋର ବଳ ହ୍ରାସ କଲେ, [QBR] ସେ ମୋହର ଆୟୁ ଊଣା କଲେ। [QBR]
24. ମୁଁ କହିଲି, ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; [QBR] ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ। [QBR]
25. ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; [QBR] ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ। [QBR]
26. ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; [QBR] ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; [QBR] ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ। [QBR]
27. ମାତ୍ର ତୁମ୍ଭେ ସେହି ଅଟ ଓ [QBR] ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ। [QBR]
28. ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ [QBR] ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 102 / 150
ଗୀତସଂହିତା 102:50
ଜଣେ ଦୁଃଖରେ ବ୍ୟଥିତ ବ୍ୟକ୍ତିର ପ୍ରାର୍ଥନା 1 ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ। 2 ମୋ’ ସଙ୍କଟ ଦିନରେ ମୋ’ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ। 3 କାରଣ ମୋ’ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ। 4 ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ। 5 ମୋହର ହାହାକାର ଶବ୍ଦ ସକାଶୁ ମୋ’ ଅସ୍ଥିସବୁ ମୋ’ ମାଂସରେ ଲାଗି ରହେ। 6 ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର * ପାଣିଭେଳା ପକ୍ଷୀର ଶାଗୁଣା କିଅବା ପେଚା ତୁଲ୍ୟ; ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି। 7 ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି; 8 ମୋ’ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋ’ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋ’ ନାମ ନେଇ ଅଭିଶାପ ଦିଅନ୍ତି। 9 କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି। 10 ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ। 11 ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି। 12 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ। 13 ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ। 14 ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା ଓ ତହିଁର ଧୂଳିରେ ଦୟାଭାବ ବହନ୍ତି। 15 ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ। 16 କାରଣ ସଦାପ୍ରଭୁ ସିୟୋନକୁ ପୁନଃର୍ନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି; 17 ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି। 18 ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ। 19 କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ; 20 ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ; 21 ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ, 22 ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ; 23 ସଦାପ୍ରଭୁ ଜୀବନର ପଥ ପଥ ଅର୍ଥାତ୍ ଯୁବକ ଥିବା ସମୟରେ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ। 24 ମୁଁ କହିଲି, ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ। 25 ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ। 26 ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ। 27 ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ। 28 ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 102 / 150
Common Bible Languages
West Indian Languages
×

Alert

×

oriya Letters Keypad References