1. {#1ସଦାପ୍ରଭୁଙ୍କ ପ୍ରେମ } [QS]
2. [PS]*ଦାଉଦଙ୍କର ଗୀତ। *[PE][PBR]ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; *[PE][QS]ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର। *[PE][QS]ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର [QE][QS]ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ; [QE]
3. [QS]ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; [QE][QS]ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି; [QE]
4. [QS]ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; [QE][QS]ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ[* ଭୂଷିତ ଆଶୀର୍ବାଦ ] କରନ୍ତି; [QE]
5. [QS]ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; [QE][QS]ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ। [QE]
6. [QS]ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ [QE][QS]ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି। [QE]
7. [QS]ସେ ମୋଶାଙ୍କୁ ଆପଣା ପଥ ଓ [QE][QS]ଇସ୍ରାଏଲ ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ। [QE]
8. [QS]ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, [QE][QS]କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ। [QE]
9. [QS]ସେ ନିରନ୍ତର ଧମକାଇବେ ନାହିଁ; [QE][QS]କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ। [QE]
10. [QS]ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, [QE][QS]କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି। [QE]
11. [QS]କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, [QE][QS]ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ। [QE]
12. [QS]ପୂର୍ବରୁ ପଶ୍ଚିମ ଯେତେ ଦୂର, [QE][QS]ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି। [QE]
13. [QS]ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, [QE][QS]ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି। [QE]
14. [QS]କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; [QE][QS]ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି। [QE]
15. [QS]ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; [QE][QS]ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ। [QE]
16. [QS]ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, [QE][QS]ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ। [QE]
17. [QS]ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ [QE][QS]ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି, [QE]
18. [QS]ପୁଣି, ପାଳନାର୍ଥେ ତାହାଙ୍କ ନିୟମସବୁ ସ୍ମରଣ କରନ୍ତି, [QE][QS]ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ। [QE]
19. [QS]ସଦାପ୍ରଭୁ ସ୍ୱର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; [QE][QS]ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରେ। [QE]
20. [QS]ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ [QE][QS]ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, [QE][QS]ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର। [QE]
21. [QS]ହେ ସଦାପ୍ରଭୁଙ୍କର ପରିଚାରକ ଓ [QE][QS]ତାହାଙ୍କ ଅଭିମତସାଧକ ସୈନ୍ୟ ସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର। [QE]
22. [QS]ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, [QE][QS]ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; [QE][QS]ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। [QE]