1. {#1ସ୍ରଷ୍ଟାଙ୍କ ଉଦ୍ଦେଶ୍ୟରେ ସ୍ତୁତି } [QS]ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। [QE][QS]ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭେ ଅତି ମହାନ; [QE][QS]ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ। [QE]
2. [QS]ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; [QE][QS]ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ। [QE]
3. [QS]ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଷ୍ଠ ପକାଇଅଛ; [QE][QS]ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; [QE][QS]ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ। [QE]
4. [QS]ତୁମ୍ଭେ ବାୟୁକୁ ଆପଣାର ଦୂତ କର;[* ତୁମ୍ଭେ ବାୟୁକୁ ଆପଣାର ଦୂତ କର; ଅର୍ଥାତ୍ ତୁମ୍ଭେ ଆପଣାର ଦୂତକୁ ବାୟୁ ପରି କର; ] [QE][QS]ଅଗ୍ନିଶିଖାକୁ ଆପଣାର ପରିଚାରକ କର। [† ଅଗ୍ନିଶିଖାକୁ ଆପଣାର ପରିଚାରକ କର। ଅର୍ଥାତ୍ ଆପଣାର ପରିଚାରକକୁ ଅଗ୍ନିଶିଖା ତୁଲ୍ୟ କର ] [QE]
5. [QS]ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, [QE][QS]ତାହା କଦାପି ବିଚଳିତ ହେବ ନାହିଁ। [QE]
6. [QS]ତୁମ୍ଭେ ତାହାକୁ ବସ୍ତ୍ର ପରି ବାରିଧିରେ ଆଚ୍ଛାଦନ କଲ; [QE][QS]ପର୍ବତଗଣ ଉପରେ ଜଳରାଶି ଠିଆ ହେଲା। [QE]
7. [QS]ତୁମ୍ଭ ଧମକରେ ସେସବୁ ପଳାଇଲେ; [QE][QS]ତୁମ୍ଭ ବଜ୍ରଧ୍ୱନିରେ ସେସବୁ ଶୀଘ୍ର ଚାଲିଗଲେ; [QE]
8. [QS]ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ ଓହ୍ଲାଇ [QE][QS]ସେମାନଙ୍କ ନିମନ୍ତେ ତୁମ୍ଭର ନିରୂପିତ ସ୍ଥାନକୁ ଚାଲିଗଲେ। [QE]
9. [QS]ସେମାନେ ଯେପରି ସୀମା ଲଙ୍ଘନ ନ କରିବେ [QE][QS]ଓ ପୃଥିବୀକୁ ଆଚ୍ଛାଦନ କରିବା ପାଇଁ ପୁନର୍ବାର ଫେରି ନ ଆସିବେ, [QE][QS]ଏଥିପାଇଁ ତୁମ୍ଭେ ଏକ ସୀମା ନିରୂପଣ କରିଅଛ। [QE]
10. [QS]ସେ ଉପତ୍ୟକାସମୂହରେ ନିର୍ଝର ବୁହାନ୍ତି; [QE][QS]ତାହା ପର୍ବତଗଣ ମଧ୍ୟରେ ଧାଏଁ; [QE]
11. [QS]ତାହା କ୍ଷେତ୍ରସ୍ଥ ପଶୁଗଣକୁ ଜଳ ଯୋଗାଏ, [QE][QS]ବନ୍ୟ ଗର୍ଦ୍ଦଭମାନେ ତହିଁରେ ଆପଣା ଆପଣା ତୃଷା ନିବାରଣ କରନ୍ତି। [QE]
12. [QS]ତହିଁ ନିକଟରେ ଖେଚର ପକ୍ଷୀଗଣ ବସା କରନ୍ତି, [QE][QS]ସେମାନେ ଡାଳ ମଧ୍ୟରେ ଗାନ କରନ୍ତି। [QE]
13. [QS]ସେ ଆପଣା ସ୍ବର୍ଗରୁ[‡ ସ୍ବର୍ଗରୁ କୋଠରିରୁ ] ପର୍ବତଗଣକୁ ଜଳରେ ସେଚନ କରନ୍ତି; [QE][QS]ପୃଥିବୀ ତାହାଙ୍କ କର୍ମର ଫଳରେ ତୃପ୍ତ ହୁଏ। [QE]
14. [QS]ସେ ପଶୁଗଣ ନିମନ୍ତେ ତୃଣ ଓ [QE][QS]ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; [QE][QS]ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି। [QE]
15. [QS]ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, [QE][QS]ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ [QE][QS]ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି। [QE]
16. [QS]ସଦାପ୍ରଭୁଙ୍କ ବୃକ୍ଷଶ୍ରେଣୀ ପରିତୃପ୍ତ; [QE][QS]ଲିବାନୋନରେ ତାହାଙ୍କ ରୋପିତ ଏରସ ବୃକ୍ଷସକଳ ପରିତୃପ୍ତ; [QE]
17. [QS]ତହିଁ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି; [QE][QS]ଦେବଦାରୁ ବୃକ୍ଷ ଚରଳର ଗୃହ। [QE]
18. [QS]ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ନିମନ୍ତେ ଅଟେ, [QE][QS]ଶୈଳସବୁ ଶାଫନ୍ର ଆଶ୍ରୟ। [QE]
19. [QS]ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; [QE][QS]ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ। [QE]
20. [QS]ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ; [QE][QS]ତହିଁରେ ସକଳ ବନପଶୁ ବାହାରି ଭ୍ରମଣ କରନ୍ତି। [QE]
21. [QS]ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି [QE][QS]ଓ ପରମେଶ୍ୱରଙ୍କଠାରୁ ଆହାର ଚାହାନ୍ତି। [QE]
22. [QS]ସୂର୍ଯ୍ୟୋଦୟ ହେଲେ ସେମାନେ ଚାଲିଯା’ନ୍ତି [QE][QS]ଓ ଆପଣା ଆପଣା ଗୁମ୍ଫାରେ ଶୟନ କରନ୍ତି। [QE]
23. [QS]ମନୁଷ୍ୟ ଆପଣା କାର୍ଯ୍ୟକୁ ଓ [QE][QS]ସନ୍ଧ୍ୟାକାଳ ପର୍ଯ୍ୟନ୍ତ ଆପଣା ପରିଶ୍ରମକୁ ବାହାରେ। [QE]
24. [QS]ହେ ସଦାପ୍ରଭୁ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ ! [QE][QS]ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; [QE][QS]ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ। [QE]
25. [QS]ସେହି ସମୁଦ୍ର ବୃହତ ଓ ପ୍ରଶସ୍ତ, [QE][QS]ତହିଁ ମଧ୍ୟରେ ଜଳଚର, [QE][QS]କ୍ଷୁଦ୍ର ଓ ବୃହତ ଅସଂଖ୍ୟ ଜନ୍ତୁ ଅଛନ୍ତି। [QE]
26. [QS]ତହିଁରେ ଜାହାଜ ଗତାୟାତ କରେ; [QE][QS]ତହିଁରେ ଖେଳିବା ପାଇଁ ତୁମ୍ଭର ସୃଷ୍ଟ ଲିବିୟାଥନ ଥାଏ। [QE]
27. [QS]ଏସମସ୍ତେ ଉପଯୁକ୍ତ ସମୟରେ ଆପଣା ଆପଣା [QE][QS]ଭକ୍ଷ୍ୟ ପାଇବା ନିମନ୍ତେ ତୁମ୍ଭର ଅନୁସରଣ କରନ୍ତି। [QE]
28. [QS]ଯାହା ତୁମ୍ଭେ ସେମାନଙ୍କୁ ଦିଅ, ତାହା ସେମାନେ ସାଉଣ୍ଟନ୍ତି। [QE][QS]ତୁମ୍ଭେ ଆପଣା ହସ୍ତ ମେଲାଇଲେ, ସେମାନେ ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହୁଅନ୍ତି। [QE]
29. [QS]ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; [QE][QS]ତୁମ୍ଭେ ସେମାନଙ୍କ ନିଃଶ୍ୱାସ ହରଣ କଲେ, [QE][QS]ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯା’ନ୍ତି। [QE]
30. [QS]ତୁମ୍ଭେ ଆପଣା ଆତ୍ମା[§ ଆତ୍ମା ଶ୍ବାସ ] ପଠାଇଲେ, ସେମାନେ ସୃଷ୍ଟ ହୁଅନ୍ତି; [QE][QS]ଆଉ, ତୁମ୍ଭେ ଭୂମିର ମୁଖ ନୂତନ କରୁଥାଅ। [QE]
31. [QS]ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ; [QE][QS]ସଦାପ୍ରଭୁ ଆପଣା କାର୍ଯ୍ୟସକଳରେ ଆନନ୍ଦ କରନ୍ତୁ। [QE]
32. [QS]ସେ ପୃଥିବୀକୁ ଅନାଇଲେ, ତାହା କମ୍ପିତ ହୁଏ, [QE][QS]ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି। [QE]
33. [QS]ମୁଁ ବଞ୍ଚିଥିବା ଯାଏ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; [QE][QS]ମୋହର ଅସ୍ତିତ୍ୱ ଥିବାଯାଏ, ମୁଁ ମୋହର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। [QE]
34. [QS]ତାହାଙ୍କ ପ୍ରତି ମୋ’ ଧ୍ୟାନ ସୁମିଷ୍ଟ ହେଉ; [QE][QS]ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। [QE]
35. [QS]ପାପୀଗଣ ପୃଥିବୀରୁ ଉଚ୍ଛିନ୍ନ ହେଉନ୍ତୁ [QE][QS]ଓ ଦୁଷ୍ଟମାନେ ଆଉ ନ ଥାଉନ୍ତୁ। [QE][QS]ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। [QE][QS]ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। [QE]